ଯିଏ ଉଚ୍ଛେଦ ଦାବି କରୁଥିଲେ, ସେ ଜବରଦଖଲକାରୀ

ତିହିଡ଼ି,୩୧।୧(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ତହସିଲ ଅଧୀନ ଗୁଆମାଳ ପଞ୍ଚାୟତର ଗଣ୍ଡପଡ଼ା ଗ୍ରାମରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ହାଇକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଗ୍ରାମର ଖାତା ନଂ. ୧୪୨୮ ପ୍ଲଟ ନଂ. ୩୮୫୦ରେ ୧ ଡିସିମିଲ ସରକାରୀ ଜାଗାକୁ ଜବରଦଖଲ ମୁକ୍ତ କରାଯାଇଛି। ତେବେ ଜବରଦଖଲ ମୁକ୍ତ ଅଭିଯାନର ମୁଖ୍ୟ ନେତୃତ୍ୱ ନେଇଥିବା କେଶବ ସେନାପତିଙ୍କ ଘର ଭଙ୍ଗାଯିବା ଆଲୋଚନାର ବିଷୟ ହୋଇଛି। ସେହିପରି ତାଙ୍କ ଭାଇ ନାରାୟଣ ସେନାପତି ଉଚ୍ଛେଦ ଦାବି କରୁଥିଲେ, ହେଲେ ସେ ହିଁ ଜବରଦଖଲକାରୀ ବାହାରିଲେ ବୋଲି ଚର୍ଚ୍ଚା ହେଉଛି।
ଯେ, ଗଣ୍ଡପଡ଼ା ଗ୍ରାମ୍ୟରାସ୍ତାକୁ କେତେଜଣ ଲୋକ ଜବରଦଖଲ କରିଥିବା ନେଇ ଗ୍ରାମବାସୀ ତହସିଲଦାରଙ୍କ ନିକଟରେ ଅଭିଯୋଗ କରିବା ସହ ସରକାରୀ ଜମି ଜବରଦଖଲ ମୁକ୍ତ ପାଇଁ ଦାବି ଜଣାଇଥିଲେ। ତହସିଲ କାର୍ଯ୍ୟାଳୟ ପକ୍ଷରୁ ଏକ ଅବରୋଧ ମାମଲା (ନଂ. ୪୪୨/୧୮-୧୯) ରୁଜୁ କରାଯାଇଥିଲେ ମଧ୍ୟ ଜବରଦଖଲ ମୁକ୍ତ ଦିଗରେ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ପରେ ଗ୍ରାମର ନାରାୟଣ ସେନାପତିଙ୍କ ସମେତ ଅନ୍ୟମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ସେମାନେ ରାଜ୍ୟ ସରକାର ଓ ଅନ୍ୟ କେତେକ ଗ୍ରାମବାସୀଙ୍କୁ ପକ୍ଷଭୁକ୍ତ କରି ଏକ ମାମଲା ନଂ. ଡବ୍ଲ୍ୟୁପି(ସି) ୧୦୧୮୦/୨୩ ରୁଜୁ କରିଥିଲେ। ହାଇକୋର୍ଟ ଏହି ମକଦ୍ଦମାର ବିଚାର କରି ସରକାରୀ ଜମିକୁ ଜବରଦଖଲ ମୁକ୍ତ ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ। ତତ୍କାଳୀନ ତହସିଲଦାର ଏହାକୁ କାର୍ଯ୍ୟକାରୀ କରି ନ ଥିଲେ। ଏଥିରେ ଅସନ୍ତୋଷ ପ୍ରକାଶ କରି ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଅବମାନନା କରାଯାଇଥିବା ନେଇ ପୁଣି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ପୁନର୍ବାର ହାଇକୋର୍ଟ ଜବରଦଖଲ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶକ୍ରମେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ଉକ୍ତ ଗ୍ରାମରେ ସରକାରୀ ଜମି ଚିହ୍ନଟ କରାଯାଇଥିଲା। କେଶବ, ନାରାୟଣ ଏବଂ ଅନ୍ୟ ଜଣେ ବ୍ୟକ୍ତିଙ୍କ ଘରର କିଛି ଅଂଶ ସରକାରୀ ଜମି ଭୁକ୍ତ ବୋଲି ଜଣାପଡ଼ିଥିଲା। ଅନ୍ୟ ବ୍ୟକ୍ତି ଜଣକ ହାଇକୋର୍ଟରୁ ସ୍ଥିତାବସ୍ଥା ଜାହିର ନିର୍ଦ୍ଦେଶନାମା ଆଣିଥିବାରୁ ତାଙ୍କ ଘରକୁ ବାଦ୍‌ ଦେଇ କେଶବ ଓ ନାରାୟଣଙ୍କ ଘରର କିଛି ଅଂଶ ଭଙ୍ଗାଯାଇ ଜବରଦଖଲ ମୁକ୍ତ କରାଯାଇଛି। ଉଚ୍ଛେଦ ସମୟରେ ତହସିଲଦାର ଦେବୀପ୍ରସନ୍ନ ସାରସ୍ବତ, ଭଦ୍ରକ ଏସ୍‌ଡିପିଓ ସୌରଭ ଓତା, ତିହିଡ଼ି ଥାନା ଭାରପ୍ରାପ୍ତ ଅଧିକାରୀ ଅରୁନ୍ଧତୀ ବେହେରା, ଏସ୍‌ଆଇ ପ୍ରଣବ ଗିରି, କମଳାକାନ୍ତ ଶତପଥୀ, ରାଜସ୍ବ ନିରୀକ୍ଷକ ଅଭିଳାଷ ରଣା, ମୀନକେତନ ସେନାପତି, ସୁପରଭାଇଜର ଗିରିଶ ଚନ୍ଦ୍ର ନାୟକ, ଗୋଲକ ମୁର୍ମୁ ପ୍ରମୁଖ ଉପସ୍ଥିତ ଥିଲେ। ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri