ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି। ସବୁଠୁ ଉତ୍ସୁକତା ବିଷୟ ହେଉଛି ଏହି ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଭିତରକୁ ଯିବେ। ଏନେଇ ଏସ୍‌ଓପିରେ ମଧ୍ୟ ଉଲ୍ଲେଖ ରହିଛି।

ତେବେ ରତ୍ନଭଣ୍ଡାର ଖୋଲାଯିବା ସମୟରେ ତଦାରଖ କମିଟିର ୨ ଜଣ, ଜିଲାପାଳ, ତାଲା ଭଙ୍ଗା ଟିମ୍‌ ଯିବେ। ଏଥିସହିତ ଏଏସ୍‌ଆଇ ଟିମ୍‌, ଭଣ୍ଡାର ମେକାପ, ତଡ଼ଉ କରଣ ମଧ୍ୟ ଯିବେ। ରତ୍ନ ଅଳଙ୍କାର ରଖିବା ପାଇଁ ମନ୍ଦିର ଭିତରେ ସ୍ଥାନ ଚିହ୍ନଟ ହୋଇସାରିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

ଅନ୍ୟପକ୍ଷରେ ଚାବିରେ ଯଦି ତାଲା ନ ଖୋଲେ ତାଲା ଭଙ୍ଗାଯାଇ ଖୋଲାଯିବ ବୋଲି ତଦାରଖ କମିଟିର ଅଧ୍ୟକ୍ଷ ବିଶ୍ୱନାଥ ରଥ କହିଛନ୍ତି। ତାଲା ଭାଙ୍ଗିବା ପାଇଁ ତାଲା ଭଙ୍ଗା ଟିମ୍‌କୁ ଡକାଯାଇଛି। ଏଥିସହିତ ସ୍ନେକ୍‌ ହେଲ୍ପଲାଇନ୍‌ ଓ ମେଡିକାଲ ଟିମ୍‌ ମଧ୍ୟ ଷ୍ଟାଣ୍ଡ ବାଇ ରହିବେ। ଆବଶ୍ୟକ ପଡ଼ିଲେ ସେମାନଙ୍କୁ ଭିତରକୁ ଯିବାକୁ ପଡ଼ିପାରେ ବୋଲି ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?