Posted inଜାତୀୟ

୧୩୭ ବର୍ଷରେ ୫୬ ନେତା ସମ୍ଭାଳିଛନ୍ତି ଦାୟିତ୍ୱ: ପରବର୍ତ୍ତୀ ଅଧ୍ୟକ୍ଷ ରେସ୍‌ରେ ରହିଛି ଏମାନଙ୍କ ନାମ

xନୂଆଦିଲ୍ଲୀ,୨୯।୮: କଂଗ୍ରେସରେ ଜାରି ରହିଥିବା ରାଜନୈତିକ ଅଶାନ୍ତି ମଧ୍ୟରେ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ସୋମବାର କାର୍ଯ୍ୟସୂଚୀ ଜାରି କରାଯାଇଛି। ଅକ୍ଟୋବର ୧୭ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ୧୯ରେ ଫଳାଫଳ ଆସିବ। ତେବେ ନିର୍ବାଚନ ପାଇଁ ସେପ୍ଟେମ୍ବର ୨୨ରେ ବିଜ୍ଞପ୍ତି ଜାରି କରାଯିବ। ସେପ୍ଟେମ୍ବର ୨୪ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏନେଇ ନାମାଙ୍କନପତ୍ର ଦାଖଲ କରାଯିବ । ଯଦି ସବୁକିଛି କାର୍ଯ୍ୟସୂଚୀ ଅନୁଯାୟୀ ଚାଲେ, ତେବେ ଅକ୍ଟୋବର ୧୯ରେ କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ ମିଳିବ। ଦଳର ନେତୃତ୍ୱ ପୁଣି ଗାନ୍ଧୀ ପରିବାରକୁ ଯିବ ନା ସୋନିଆ-ରାହୁଲ ଏହି ଦାୟିତ୍ୱ ନିଜର କୌଣସି ନିକଟବର୍ତ୍ତୀ ବ୍ୟକ୍ତିଙ୍କୁ ଦେବେ ସେନେଇ କଳ୍ପନା ଜଳ୍ପନା ଲାଗି ରହିଛି। ୧୮୮୫ ଡିସେମ୍ବର ୨୮ରେ କଂଗ୍ରେସର ଗଠନ ହେବା ପରେ ଏପର୍ଯ୍ୟନ୍ତ ୫୬ଜଣ ଅଧ୍ୟକ୍ଷ ହୋଇସାରିଛନ୍ତି। ସର୍ବାଧିକ ୪୫ବର୍ଷ ଧରି ଦଳର ନେତୃତ୍ୱ ନେହେରୁ ଓ ଗାନ୍ଧୀ ପରିବାର ନିକଟରେ ରହିଥିଲା। ଅନ୍ୟପଟେ ଦଳରେ ବିରୋଧ ଓ ବିରୋଧୀଙ୍କ ଲଗାତର ପରିବାରବାଦ ଅଭିଯୋଗ ଯୋଗୁ ଗାନ୍ଧୀ ପରିବାର ବର୍ତ୍ତମାନ ଅଧ୍ୟକ୍ଷ ପଦରୁ ନିଜକୁ ଦୂରେଇ ରଖିଛି। ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଅନେକ ଥର ଏହି ପଦରୁ ଇସ୍ତଫା ଦେଇସାରିଛନ୍ତି। ଏଭଳି ପରିସ୍ଥିତିରେ ଗାନ୍ଧୀ ପରିବାରର ଜଣେ ବିଶ୍ୱସ୍ତ ଚେହେରାଙ୍କୁ ଦାୟିତ୍ୱ ଦିଆଯିବା ନେଇ ଚର୍ଚ୍ଚା ଚାଲିଛି। ତେବେ ଏହି ରେସ୍‌ରେ ଅଶୋକ ଗେହଲଟ, ମଲ୍ଲିକାର୍ଜୁନ ଖର୍ଗେ, ଭୂପେଶ ବଘେଲା, କୁମାରୀ ଶୈଳଜା ଓ ମୁକୁଲ ଓ୍ବାଶନିକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri