Posted inଜାତୀୟ

୧୩୭ ବର୍ଷରେ ୫୬ ନେତା ସମ୍ଭାଳିଛନ୍ତି ଦାୟିତ୍ୱ: ପରବର୍ତ୍ତୀ ଅଧ୍ୟକ୍ଷ ରେସ୍‌ରେ ରହିଛି ଏମାନଙ୍କ ନାମ

xନୂଆଦିଲ୍ଲୀ,୨୯।୮: କଂଗ୍ରେସରେ ଜାରି ରହିଥିବା ରାଜନୈତିକ ଅଶାନ୍ତି ମଧ୍ୟରେ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ସୋମବାର କାର୍ଯ୍ୟସୂଚୀ ଜାରି କରାଯାଇଛି। ଅକ୍ଟୋବର ୧୭ରେ ଅଧ୍ୟକ୍ଷ ପଦ ପାଇଁ ନିର୍ବାଚନ ହେବ। ୧୯ରେ ଫଳାଫଳ ଆସିବ। ତେବେ ନିର୍ବାଚନ ପାଇଁ ସେପ୍ଟେମ୍ବର ୨୨ରେ ବିଜ୍ଞପ୍ତି ଜାରି କରାଯିବ। ସେପ୍ଟେମ୍ବର ୨୪ରୁ ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ଏନେଇ ନାମାଙ୍କନପତ୍ର ଦାଖଲ କରାଯିବ । ଯଦି ସବୁକିଛି କାର୍ଯ୍ୟସୂଚୀ ଅନୁଯାୟୀ ଚାଲେ, ତେବେ ଅକ୍ଟୋବର ୧୯ରେ କଂଗ୍ରେସର ପରବର୍ତ୍ତୀ ଅଧ୍ୟକ୍ଷ ମିଳିବ। ଦଳର ନେତୃତ୍ୱ ପୁଣି ଗାନ୍ଧୀ ପରିବାରକୁ ଯିବ ନା ସୋନିଆ-ରାହୁଲ ଏହି ଦାୟିତ୍ୱ ନିଜର କୌଣସି ନିକଟବର୍ତ୍ତୀ ବ୍ୟକ୍ତିଙ୍କୁ ଦେବେ ସେନେଇ କଳ୍ପନା ଜଳ୍ପନା ଲାଗି ରହିଛି। ୧୮୮୫ ଡିସେମ୍ବର ୨୮ରେ କଂଗ୍ରେସର ଗଠନ ହେବା ପରେ ଏପର୍ଯ୍ୟନ୍ତ ୫୬ଜଣ ଅଧ୍ୟକ୍ଷ ହୋଇସାରିଛନ୍ତି। ସର୍ବାଧିକ ୪୫ବର୍ଷ ଧରି ଦଳର ନେତୃତ୍ୱ ନେହେରୁ ଓ ଗାନ୍ଧୀ ପରିବାର ନିକଟରେ ରହିଥିଲା। ଅନ୍ୟପଟେ ଦଳରେ ବିରୋଧ ଓ ବିରୋଧୀଙ୍କ ଲଗାତର ପରିବାରବାଦ ଅଭିଯୋଗ ଯୋଗୁ ଗାନ୍ଧୀ ପରିବାର ବର୍ତ୍ତମାନ ଅଧ୍ୟକ୍ଷ ପଦରୁ ନିଜକୁ ଦୂରେଇ ରଖିଛି। ସୋନିଆ ଗାନ୍ଧୀ ଓ ରାହୁଲ ଗାନ୍ଧୀ ଅନେକ ଥର ଏହି ପଦରୁ ଇସ୍ତଫା ଦେଇସାରିଛନ୍ତି। ଏଭଳି ପରିସ୍ଥିତିରେ ଗାନ୍ଧୀ ପରିବାରର ଜଣେ ବିଶ୍ୱସ୍ତ ଚେହେରାଙ୍କୁ ଦାୟିତ୍ୱ ଦିଆଯିବା ନେଇ ଚର୍ଚ୍ଚା ଚାଲିଛି। ତେବେ ଏହି ରେସ୍‌ରେ ଅଶୋକ ଗେହଲଟ, ମଲ୍ଲିକାର୍ଜୁନ ଖର୍ଗେ, ଭୂପେଶ ବଘେଲା, କୁମାରୀ ଶୈଳଜା ଓ ମୁକୁଲ ଓ୍ବାଶନିକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri