ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ ବିକାଶ କରିପାରିବ ବୋଲ ସେ କହିଛନ୍ତି।

ତେଣୁ ସେ ଭାଜପାକୁ ଭୋଟ ଦେବାକୁ ଲୋକମାନଙ୍କୁ ସେ ଅପିଲ କରିଥିଲେ। ଏହା ସହିତ ”ମୋଦି ଆଜି ଗ୍ୟାରେଣ୍ଟି ଦେଉଛି, ଓଡ଼ିଶାର ବିକାଶ ଓଡ଼ିଶା ମାଟିର ପୁଅ ହିଁ କେବଳ କରିପାରିବ, ଓଡ଼ିଶାର ପୁଅ କିମ୍ବା ଝିଅକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ କରାଯିବ। ୧୦ ଜୁନ୍‌ରେ ଓଡ଼ିଶାରେ ଡବଲ ଇଂଜିନ ସରକାରର ଶପଥ ଗ୍ରହଣ ହେବ ଏବଂ ଏ ସରକାର ଯିବା ନିଶ୍ଚିତ” ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।

ସେହିପରି ଭାଜପା ସରକାର ଆସିଲେ ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କୁ ଧାନ ପଇସା ବ୍ୟାଙ୍କ ଖାତାରେ ମିଳିଯିବ। କଟନୀଛଟନୀରୁ ମୁକ୍ତି ଦେବାକୁ ମଣ୍ଡିରେ ଇଲେକ୍ଟ୍ରି ମେସିନ ଲାଗିବ। ତେବେ ବିଜେଡିର କଳାକାରନାମାର ଚିଠା ସାମ୍ନାକୁ ଆସିଗଲାଣି, ବିଜେଡି ସରକାର ବନଜାତ ଦ୍ରବ୍ୟର ପ୍ରକୃତ ମୂଲ୍ୟ ମଧ୍ୟ ଦେଉନି। ଆଦିବାସୀଙ୍କ ପାଇଁ ପେସା ଆଇନ ମଧ୍ୟ ଲାଗୁ କରୁନି ନବୀନ ସରକାର।

ମାଗଣା ଚାଉଳକୁ ନେଇ ମଧ୍ୟ ସେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। ଲୋକମାନଙ୍କୁ ମୋଦି ସରକାର ଚାଉଳ ଦେଉଛି ଏଠି କିନ୍ତୁ ବିଜେଡି ସରକାର ସେଥିରେ ନିଜ ଫଟୋ ଲଗାଇ ଛାଡ଼ୁଛନ୍ତି। ତେବେ ଭାଜପା ସରକାର ରାଜ୍ୟରେ ଆସିଲେ ମହିଳାଙ୍କ ପାଇଁ ସୁଭଦ୍ରା ଯୋଜନା ଲାଗୁ କରିବାକୁ ନିଷ୍ପତ୍ତି ହୋଇଛି। ସେହିଭଳି ପିଏମ୍‌ ସୂର୍ଯ୍ୟକିରଣ ଯୋଜନାରେ ବିଜୁଳି ବିଲ୍‌ ସଂପୂର୍ଣ୍ଣ ମାଗଣା ହେବ। ତେଣୁ ଏମପି ସହ ବିଧାୟକଙ୍କୁ ଜିତାଇ, ରାଜ୍ୟରେ ବିଜେପି ସରକାର କରନ୍ତୁ ବୋଲି ମୋଦି ଲୋକଙ୍କୁ ଅପିଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

ଇଥାନଲ ପେଟ୍ରୋଲକୁ ନେଇ ସରକାରଙ୍କ ବଡ଼ ଘୋଷଣା; E20ରେ ମିଶୁଛି…

ନୂଆଦିଲ୍ଲୀ,୨୩।୬: ସୋସିଆଲ ମିଡିଆରେ ଇଥାନଲ ମିଶ୍ରିତ ପେଟ୍ରୋଲ ଅର୍ଥାତ E20 କୁ ନେଇ ଅନେକ ପ୍ରକାରର ଦାବି ଏବଂ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ବିବାଦକୁ…

ବାହା ହେବାକୁ ମନା କଲେ ଶାଶୁ, ବୋହୂ ଭାଇରାଲ କରିଦେଲେ ଶାଶୁଙ୍କ ଅଶ୍ଲୀଳ ଫଟୋ, ଶ୍ୱଶୁର କହିଲେ…

ମୁମ୍ଵାଇ ୨୩।୦୬: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ମୁମ୍ବାଇ ପୋଲିସ ଜଣେ ମହିଳାଙ୍କ ବିରୋଧରେ ତାଙ୍କ ପୂର୍ବତନ ପ୍ରେମିକଙ୍କ ମାଆଙ୍କ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

ବଡ଼ ଧରଣର ଚଢ଼ାଉ: ୧୯ ଦୋକାନୀ ନାଁରେ ମାମଲା ରୁଜୁ, ଜରିମାନା ଆଦାୟ

ରିଷିଡ଼ା ୨୩।୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜିଲାରେ ତମାଖୁ ନିୟନ୍ତ୍ରଣ ଆଇନକୁ କଡ଼ାକଡ଼ି କରିବା ପାଇଁ ଏକ ସ୍ପେଶାଲ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri