କିଏ ହେବେ ଭାଜପା ରାଜ୍ୟ ସଭାପତି: କେବେ ହେବ ଘୋଷଣା, କହୁକହୁ ଏମିତି କହିଦେଲେ….

ଭୁବନେଶ୍ୱର,୨୧ା୬(ସୁନିତ୍‌ ମିଶ୍ର): ରଥଯାତ୍ରା ପରେ ଭାଜପାକୁ ନୂଆ ରାଜ୍ୟ ସଭାପତି ମିଳିପାରନ୍ତି। ଏହା ପୂର୍ବରୁ ଦଳର ନୂଆ ସଭାପତି ଚୟନ କଥା ନେଇ କିଛି ସମ୍ଭାବନା ନାହିଁ। ଦଳର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏଭଳି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ତୋମାର କହିଛନ୍ତି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ସରିନାହିଁ। ଏବେ ରଥଯାତ୍ରା କାର୍ଯ୍ୟକ୍ରମ ରହିଛି। ମହାପ୍ରଭୁଙ୍କ ରଥଯାତ୍ରା ପରେ ଏନେଇ ହୋଇପାରେ। ଖୁବ୍‌ଶୀଘ୍ର ଦଳର ସାଙ୍ଗଠନିକ ନିଯୁକ୍ତି ପ୍ରକ୍ରିୟା ସରିବ ବୋଲି ସେ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଭାଜପା କ୍ଷମତାକୁ ଆସିବାର ବର୍ଷେ ପୂରଣ ହୋଇସାରିଛି। ହେଲେ ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ୬ ମନ୍ତ୍ରୀପଦ ପୂରଣ କରିନାହାନ୍ତି। କିଛିଦିନ ହେଲା ଏହି ୬ ମନ୍ତ୍ରୀ ପଦ ନେଇ ଘୋଷଣା ହୋଇପାରେ ବୋଲି ଚର୍ଚ୍ଚା ଏବଂ ଆଲୋଚନା ହେଉଛି। ଏହି ଆଲୋଚନା ଭିତରେ କେତେଜଣ ନେତା ମଧ୍ୟ ମନ୍ତ୍ରୀପଦ ଲାଗି ଆଶାୟୀ ଅଛନ୍ତି। ତେଣୁ ସରକାର କୌଣସି ସମୟରେ ଏହି ୬ ମନ୍ତ୍ରୀ ପଦ ନେଇ ଘୋଷଣା କରିପାରନ୍ତି ବୋଲି ଶୁଣିବାକୁ ମିଳୁଛି। ସେହିପରି ରାଜ୍ୟ ସରକାର ଏ ପର୍ଯ୍ୟନ୍ତ ବର୍ଷେ ବିତିଯାଇଥିଲେ ମଧ୍ୟ କୌଣସି ବୋର୍ଡ ଓ ନିଗମର ନିଯୁକ୍ତି ପ୍ରକ୍ରିୟା ଆରମ୍ଭ କରିନାହାନ୍ତି। ତେଣୁ ଏହା ମଧ୍ୟ ରାଜ୍ୟ ସରକାର ଘୋଷଣା କରିବେ। ଅନ୍ୟପଟେ ଦଳ ସରକାରକୁ ଆସିବା ପରେ ସଭାପତି ଚୟନ ପ୍ରକ୍ରିୟା ସବୁଠୁ ଚର୍ଚ୍ଚାର ବିଷୟ ପାଲଟିଛି। ହେଲେ ସଭାପତି ଚୟନରେ ଦଳରେ ବିଳମ୍ବ ହେବାରେ ଲାଗିଛି। ତେଣୁ ସଭାପତି ଚୟନ ପ୍ରକ୍ରିୟାକୁ ନେଇ ଦଳ ଭିତରେ ବିଭିନ୍ନ ସମୟରେ ଚର୍ଚ୍ଚା ଏବଂ ଆଲୋଚନା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri