ବାଦ୍‌ ପଡ଼ିଥିବା ୩ ଲୋକ ସଭା ଆସନରୁ କିଏ ହେବେ ପ୍ରାର୍ଥୀ

ଭୁବନେଶ୍ୱର,୨୫।୩: ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀଙ୍କୁ ନେଇ ଉତ୍କଣ୍ଠା ସେତିକି ବଢ଼ୁଛି। ରବିବାର ଭାଜପାର ପଞ୍ଚମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି।
ଏଥିରେ ରାଜ୍ୟରେ ୨୧ଟି ମଧ୍ୟରୁ ୧୮ ଲୋକସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା ହୋଇଛି। ହେଲେ ବାକି ରହିଛି କଟକ, ଯାଜପୁର, କନ୍ଧମାଳ ଲୋକସଭା ଆସନ। ଏହି ସବୁ ଆସନରେ କାହିଁକି ପ୍ରାର୍ଥୀ ଚୟନରେ ବିଳମ୍ବ ହେଉଛି, ତାହାକୁ ନେଇ ଆଶା ଆଶଙ୍କା ବଢ଼ୁଛି।
ତେବେ ଏବେ ଅପେକ୍ଷା ରହିଛି ବାକି ଥିବା କଟକ, ଯାଜପୁର ଏବଂ କନ୍ଧମାଳ ଆସନଲାଗି ଦଳ କାହାକୁ ପ୍ରାର୍ଥୀ କରିବ । କନ୍ଧମାଳରୁ ଗତ ଥର ଏମ୍‌ପି ପାର୍ଥୀ ହେଇଥିଲେ ଖାରବେଳ ସ୍ବାଇଁ, ଏଥର ସେ କନ୍ଧମାଳରୁ ଲଢ଼ିବେନି ବୋଲି କହିସାରିଛନ୍ତି। ଅନ୍ୟପକ୍ଷେ ତାଙ୍କ ବଦଳରେ କିଏ ପାର୍ଥୀ ହେବ, ସେନେଇ ଚର୍ଚ୍ଚା ହେଉଥିବା ବେଳେ ଲେଖାଶ୍ରୀ ସାମନ୍ତ ସିଂହାରଙ୍କ ନାଁ ଚର୍ଚ୍ଚାରେ ରହିଛି ।
ସେହିପରି ଯାଜପୁରରୁ ଗତ ଥର ଏମ୍‌ପି ପ୍ରାର୍ଥୀ ହୋଇଥିବା ଅମୀୟ ମଲ୍ଲିକ ଜାଗାରେ ଦଳ ନୂଆ ମୁହଁ ଦେବ ବୋଲି କୁହାଯାଉଛି। ଅନ୍ୟପକ୍ଷେ କଟକ ଲୋକ ସଭା ଆସନରୁ ଗତଥର ନିର୍ବାଚନ ଲଢ଼ିଥିବା ପୂର୍ବତନ ଡିଜିପି ପ୍ରକାଶ ମିଶ୍ରଙ୍କ ରିପିଟ ନକରି ଦଳ ନୂଆ ନେତାଙ୍କୁ ପ୍ରାର୍ଥୀ କରିବ ବୋଲି ଚର୍ଚ୍ଚା ହେଉଛି। କଟକ ଏମ୍‌ପି ଭର୍ତ୍ତୃହରି ମହତାବ ବିଜେଡି ଛାଡ଼ିବା ପରେ ସେ ଭାଜପାରେ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ତେବେ ହୋଲି ପରେ ଏହି ୩ ଆସନରେ ପ୍ରାର୍ଥୀ ଘୋଷଣା ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଇରାନକୁ ଟ୍ରମ୍ପଙ୍କ ଚେତାବନୀ: କହିଲେ ପାଗଳ, ହର୍ମୁଜ ଖୋଲିଦିଅ, ନଚେତ୍‌…

ଓ୍ବାଶିଂଟନ,୫ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ପୁଣି ଧମକ ଦେଇଛନ୍ତି। ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଇରାନକୁ ୧୦ ଦିନର ଅଲ୍ଟିମେଟମ ଦେଇଥିଲେ ଟ୍ରମ୍ପ ।…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri