Posted inଖେଳ

ଧୋନିଙ୍କ ପରେ ଚେନ୍ନାଇରେ କିଏ ହେବେ ପରବର୍ତ୍ତୀ ଅଧିନାୟକ, ଏହି ଖେଳାଳିଙ୍କୁ ମିଳିପାରେ ସୁଯୋଗ

ନୂଆଦିଲ୍ଲୀ,୧୬।୧୨: ୫ ଥର ଆଇପିଏଲ ଟ୍ରଫି ଜିତାଇଥିବା ଅଧିନାୟକ ରୋହିତ ଶର୍ମାଙ୍କ ସ୍ଥାନରେ ମୁମ୍ବାଇ ଇଣ୍ଡିଆନ୍ସ ଦଳ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏହାର ନୂତନ ଅଧିନାୟକ ଭାବେ ନିଯୁକ୍ତ କରିଛି। ଭବିଷ୍ୟତକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ବୋଲି ମୁମ୍ବାଇ ଇଣ୍ଡିଆନ୍ସ ଯୁକ୍ତି ବାଢିଛି। ତେବେ ଚେନ୍ନାଇ ସୁପର କିଙ୍ଗ୍ସର ଅବସ୍ଥା ମଧ୍ୟ ମୁମ୍ବାଇ ଭଳି। ଚେନ୍ନାଇକୁ ମଧ୍ୟ ମହେନ୍ଦ୍ର ସିଂ ଧୋନି ୫ଥର ଚାମ୍ପିୟନ କରାଇଛନ୍ତି ଏବଂ ବୋଧହୁଏ ଆଇପିଏଲ ୨୦୨୪ ଅଧିନାୟକ ତଥା ଖେଳାଳି ଭାବରେ ତାଙ୍କର ଶେଷ ସିଜନ ହୋଇପାରେ। ଏଭଳି ପରିସ୍ଥିତିରେ ଧୋନିଙ୍କ ପରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ କିଏ ହେବେ? ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

ପ୍ରକୃତରେ, ମୁମ୍ବାଇ ପରି ଚେନ୍ନାଇ ମଧ୍ୟ ଆଇପିଏଲ ୨୦୨୨ରେ ଧୋନିଙ୍କ ଉପସ୍ଥିତିରେ ଭବିଷ୍ୟତକୁ ଦୃଷ୍ଟିରେ ରଖି ରବିନ୍ଦ୍ର ଜାଡେଜାଙ୍କୁ ଅଧିନାୟକ କରିଥିଲା, କିନ୍ତୁ ସିଏସକେର ଏହି ପଦକ୍ଷେପ ଭଲରେ ଚାଲି ନ ଥିଲା ଏବଂ ସିଜିନ୍‌ ମଧ୍ୟରେ ଧୋନିଙ୍କୁ ପୁଣିଥରେ ଅଧିନାୟକତ୍ୱ ଗ୍ରହଣ କରିବାକୁ ପଡିଲା। ଏହା ପରେ ଧୋନି ପୁଣି ଥରେ ଚେନ୍ନାଇ ସୁପର କିଙ୍ଗ୍ସକୁ ଆଇପିଏଲ ୨୦୨୩ରେ ଚାମ୍ପିୟନ କରାଇଥିଲେ ଏବଂ ବର୍ତ୍ତମାନ ଆଇପିଏଲ ୨୦୨୪ ପାଇଁ ମଧ୍ୟ ଚେନ୍ନାଇ ସୁପର କିଙ୍ଗ୍ସ ମହେନ୍ଦ୍ର ସିଂ ଧୋନିଙ୍କୁ ଏହାର ଅଧିନାୟକ ଭାବେ ଘୋଷଣା କରିଛନ୍ତି।

ଏପରି ପରିସ୍ଥିତିରେ, ଯଦି ଧୋନି ଆଇପିଏଲ ୨୦୨୪ ପରେ ଅବସର ନେବେ, ତା’ହେଲେ ତାଙ୍କ ସ୍ଥାନରେ ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ କିଏ ହେବେ? ବର୍ତ୍ତମାନ ଏହି ପ୍ରଶ୍ନର ଉତ୍ତର ଦେବା ଅତ୍ୟନ୍ତ କଷ୍ଟକର, କିନ୍ତୁ ତଥାପି କିଛି ଖେଳାଳି ଅଛନ୍ତି ଯେଉଁମାନଙ୍କ ଉପରେ ଚେନ୍ନାଇ ଦଳ ବେଟ୍‌ ଲଗାଇପାରେ। ସେହି ଖେଳାଳିମାନଙ୍କ ମଧ୍ୟରୁ ଜଣେ ହେଉଛନ୍ତି ଋତୁରାଜ ଗାଇକୱାଡ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri