Posted inଜାତୀୟ

କିଏ ହେବେ ପ୍ରଧାନ ବିଚାରପତି, ରମନାଙ୍କଠାରୁ ଉତ୍ତରାଧିକାରୀଙ୍କ ସୁପାରିଶ ମଗାଇଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ, ୪।୮ : କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ ରିଜିଜୁ ତାଙ୍କ ଉତ୍ତରାଧିକାରୀଙ୍କୁ ସୁପାରିଶ କରିବାକୁ ଭାରତର ପ୍ରଧାନ ବିଚାରପତି ଏନ.ଭି. ରମନାଙ୍କୁ ଚିଠି ଲେଖିଛନ୍ତି। ବୁଧବାର ରାତି ୯ଟା ୩୦ ରେ ଏହି ଚିଠି ଗ୍ରହଣ କରାଯାଇଛି ବୋଲି ସୁପ୍ରିମକୋର୍ଟର ଅଧିକାରୀ କହିଛନ୍ତି।

ଜଷ୍ଟିସ ରମନା ଅଗଷ୍ଟ ୨୬ ରେ ଅବସର ନେବେ। ପରମ୍ପରା ଅନୁଯାୟୀ ସୁପ୍ରିମକୋର୍ଟର ଦ୍ୱିତୀୟ ବରିଷ୍ଠ ବିଚାରପତି ଜଷ୍ଟିସ ଉଦୟ ଉମେଶ ଲଲିତ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହୋଇପାରନ୍ତି। ଏମଓପି (ବିଚାରପତିଙ୍କ ନିଯୁକ୍ତି ପାଇଁ ମେମୋରେଣ୍ଡମ ଅଫ ପ୍ରୋସିଜୋର୍‌) ଅନୁଯାୟୀ ପ୍ରଧାନ ବିଚାରପତିଙ୍କ ପକ୍ଷରୁଏଥିପାଇଁ କେନ୍ଦ୍ର ସରକାରଙ୍କୁ ଏକ ସୁପାରିଶ ପଠାଇବାକୁ ପଡିବ।

ସାଧାରଣତଃ ପ୍ରଧାନ ବିଚାରପତି ଅବସର ଗ୍ରହଣ କରିବାର ଏକ ମାସ ପୂର୍ବରୁ ଏହି ସୁପାରିଶ ପଠାଯାଇଥାଏ। ଅର୍ଥାତ୍‌ ଏହି ସୁପାରିଶ ୨୬ ଜୁଲାଇରେ ଯିବାର ଥିଲା। ବର୍ତ୍ତମାନ ଯଦି ଜଷ୍ଟିସ ରମନା ଏହି ସୁପାରିଶ ପଠାନ୍ତି, ତେବେ ଜଷ୍ଟିସ ଉଦୟ ଲଲିତ ପ୍ରଧାନ ବିଚାରପତି ଭାବରେ ଚୟନ ହେବେ ଏବଂ ପ୍ରଧାନ ବିଚାରପତି ରମନା କଲେଜିୟମ ବୈଠକରେ ନିଷ୍ପତ୍ତି ନେଇ ପାରିବେ ନାହିଁ।

ପ୍ରଧାନ ବିଚାରପତିଙ୍କ ସମେତ ପାଞ୍ଚଜଣ ବରିଷ୍ଠ ବିଚାରପତିଙ୍କୁ ନେଇ ଗଠିତ ଉଚ୍ଚ ନ୍ୟାୟପାଳିକାରେ ବିଚାରପତିମାନଙ୍କର ନିଯୁକ୍ତ ସଂସ୍ଥା ହେଉଛି କଲେଜିୟମ।

ସୁପ୍ରିମକୋର୍ଟଙ୍କ ଡେପୁଟି ରେଜିଷ୍ଟ୍ରାର ରାକେଶ ଶର୍ମା ନିଶ୍ଚିତ କରିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଏହି ଚିଠି ବୁଧବାର ରାତିରେ ସୁପ୍ରିମକୋର୍ଟରେ ପହଞ୍ଚିଛି। ଦୁଇ ଦିନ ପୂର୍ବେ ସୁପ୍ରିମକୋର୍ଟଙ୍କ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ସମାନ ଖବରକୁ ପ୍ରତ୍ୟାଖ୍ୟାନ କରାଯାଇଥିଲା।

ଯଦି ଜଷ୍ଟିସ ଲଲିତ ପ୍ରଧାନ ବିଚାରପତି ହୁଅନ୍ତି, ତାଙ୍କର କାର୍ଯ୍ୟକାଳ ପ୍ରାୟ ତିନିମାସ ହେବ। ଜଷ୍ଟିସ ଲଲିତ ଜଣେ ଆଇନଜୀବୀରୁ ସିଧାସଳଖ ସୁପ୍ରିମକୋର୍ଟରେ ବିଚାରପତି ହୋଇଛନ୍ତି। ଜଷ୍ଟିସ ଲଲିତଙ୍କ ପରବର୍ତ୍ତୀ ବରିଷ୍ଠ ବିଚାରପତି ଜଷ୍ଟିସ ଧନଞ୍ଜୟ ଯଶୱନ୍ତ ଚନ୍ଦ୍ରଚୂଡ଼ ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ। ସେ ହେଉଛନ୍ତି ଭାରତର ପୂର୍ବତନ ପ୍ରଧାନ ବିଚାରପତି ୟୁ.ଭି ଚନ୍ଦ୍ରଚୂଡଙ୍କ ପୁଅ।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri