Posted inଜାତୀୟ

ହରିୟାଣାରେ କିଏ ହେବ ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ଅମିତ ଶାହା

ଚଣ୍ଡିଗଡ଼,୨୯ା୬: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ହରିୟାଣାର ମୁଖ୍ୟମନ୍ତ୍ରୀ କିଏ ହେବ ଖୋଲି କହି ଦେଇଛନ୍ତି। ଶାହା କହିଛନ୍ତି, ମୁଖ୍ୟମନ୍ତ୍ରୀ ନୟାବ ସିଂ ସାଇନିଙ୍କ ନେତୃତ୍ୱରେ ଭାଜପା ଆଗାମୀ ହରିୟାଣା ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଦଳ ତୃତୀୟ ଥର ପାଇଁ ପୂର୍ଣ୍ଣ ସଂଖ୍ୟା ଗରିଷ୍ଠତା ହାସଲ କରିବା ସହ ରାଜ୍ୟକୁ ଫେରି ଆସିବ ବୋଲି ସେ ଆତ୍ମବିଶ୍ୱାସ ପ୍ରକାଶ କରିଛନ୍ତି।

ପଞ୍ଚକୁଲାରେ ଦଳର ସମ୍ପ୍ରସାରିତ ରାଜ୍ୟ କାର୍ଯ୍ୟନିର୍ବାହୀ ବୈଠକରେ ଭାଜପା ନେତା ଓ କର୍ମୀଙ୍କୁ ସମ୍ବୋଧିତ କରି ଶାହା କହିଛନ୍ତି ଯେ, ଚଳିତ ବର୍ଷ ଅକ୍ଟୋବର ପୂର୍ବରୁ ହେବାକୁ ଥିବା ରାଜ୍ୟ ନିର୍ବାଚନ ପାଇଁ ଭାଜପାର କୌଣସି ମିଳିତ ମେଣ୍ଟ ରହିବ ନାହିଁ। ଭାଜପାର କୌଣସି ସହଯୋଗୀ ଦରକାର ନାହିଁ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ନୟାବ ସିଂ ସାଇନିଙ୍କ ନେତୃତ୍ୱରେ ଭାଜପା ତୃତୀୟ ଥର ପାଇଁ ହରିୟାଣାରେ ସରକାର ଗଠନ କରିବ। ହରିୟାଣା ଭାଜପା ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରି କହିଛନ୍ତି, ସ୍ବରାଷ୍ଟ୍ର ମନ୍ତ୍ରୀ ଦଳର କର୍ମୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ କହିଛନ୍ତି ଯେ, ମୋଦିଙ୍କୁ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ କରିବାରେ ହରିୟାଣାର ଲୋକମାନେ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri