କିଏ ହେବେ ମୁଖ୍ୟମନ୍ତ୍ରୀ? ଆଜି ହୋଇଯିବ ସ୍ପଷ୍ଟ

ଭୁବନେଶ୍ୱର,୧୧ା୬(ସୁନିତ୍‌ ମିଶ୍ର):ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ମଙ୍ଗଳବାର ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହି ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ ସମସ୍ତ ନୂତନ ବିଧାୟକ ଯିବେ। ବୁଧବାର ଜନତା ମଇଦାନଠାରେ ଭାଜପାର ପ୍ରଥମ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ୨ଟା ୩୦ରେ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯିବେ। ସେଠାରୁ ଅପରାହ୍ନ ୪ଟାରେ ବାହାରି ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ଶୋ’ କରିବେ। ଏହାପରେ ୪ଟା ୪୫ରେ ଜନତା ମଇଦାନଠାରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ ବୋଲି ବାଲେଶ୍ୱର ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ସୋମବାର ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ପ୍ରତାପ କହିଛନ୍ତି, ଓଡ଼ିଶାରେ ପ୍ରଥମ କରି ଭାଜପା ସରକାର ଗଠନ କରିବାକୁ ଯାଉଛି। ରାଜ୍ୟରେ ଭ୍ରଷ୍ଟାଚାର, ଅତ୍ୟାଚାରର କଳାକାରନାମା ଚଳାଇଥିବା ବିଜେଡି ସରକାରର ପତନ ଘଟିଛି। ପାର୍ଲାମେଣ୍ଟ ଏବେ ବିଜେଡି ମୁକ୍ତ ହୋଇଛି ଓ ଭାଜପା ପୂର୍ଣ୍ଣ ବହୁମତରେ ସରକାର ପ୍ରତିଷ୍ଠା କରିଛି। ଓଡ଼ିଶାରେ ‘ଡବଲ ଇଞ୍ଜିନ ସରକାର ଗଠନ’ ହେଉଛି। ଏଥିପାଇଁ ପ୍ରତ୍ୟେକ ଓଡ଼ିଶାବାସୀ ନିଜ ଘରେ, ମନ୍ଦିରଗୁଡ଼ିକରେ ଦୁଇଟି ଲେଖାଏଁ ଦୀପ ଜାଳି ସରକାର ପରିବର୍ତ୍ତନର ଖୁସି ମନାନ୍ତୁ। ସେଥିରୁ ଗୋଟିଏ କେନ୍ଦ୍ରରେ ୩ୟ ଥର ମୋଦି ସରକାର ଏବଂ ରାଜ୍ୟରେ ପ୍ରଥମ କରି ଭାଜପା ସରକାର ଗଠନ ପାଇଁ ଜଳାନ୍ତୁ ବୋଲି ସେ କହିଛନ୍ତି।
ଅନ୍ୟପଟେ ଭାଜପାରୁ ଏମ୍‌ପି ଭାବେ ବିଜୟୀ ହୋଇଥିବା କୌଣସି ନେତାଙ୍କୁ ଦଳ ମୁଖ୍ୟମନ୍ତ୍ରୀ କରିବ ନାହିଁ ବୋଲି ଯାହା ଆକଳନ କରାଯାଉଥିଲା ତାହା ଏକପ୍ରକାର ସ୍ପଷ୍ଟ ହୋଇଛି। ରାଜ୍ୟରେ ଭାଜପା ଟିକେଟରେ ବିଜୟୀ ହୋଇଥିବା ବିଧାୟକମାନଙ୍କ ମଧ୍ୟରୁ ହିଁ ଜଣେ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଯାହା ଅନୁମାନ କରାଯାଉଥିଲା ସେନେଇ ଦଳୀୟ ନେତା ମଧ୍ୟ ମତ ରଖିସାରିଲେଣି। କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ଦିଲ୍ଲୀରୁ ଫେରିବା ପରେ ଜଣେ ବିଧାୟକ ହିଁ ମୁଖ୍ୟମନ୍ତ୍ରୀ ହେବେ ବୋଲି ସ୍ପଷ୍ଟ କରିଛନ୍ତି। ଅନ୍ୟପଟେ ସୁରେଶ ପୂଜାରୀ ମଧ୍ୟ ଦିଲ୍ଲୀରୁ ଫେରିବା ପରେ ଗଣମାଧ୍ୟମକୁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ କିଏ ହେବେ ଘୋଷଣାକୁ ଅପେକ୍ଷା କରନ୍ତୁ। ଦଳୀୟ ନିଷ୍ପତ୍ତି ପରେ ଜଣାପଡ଼ିବ। ଏନେଇ ଖୁବ୍‌ଶୀଘ୍ର ନିଷ୍ପତ୍ତି ନିଆଯିବ। ପର୍ଯ୍ୟବେକ୍ଷକ ଭାବେ ରାଜନାଥ ସିଂ, ଭୂପେନ୍ଦ୍ର ଯାଦବ ଆସିବେ। ବିଧାୟକ ଦଳ ବୈଠକରେ ଆଲୋଚନା ପରେ ନିଷ୍ପତ୍ତି ନିଆଯିବ ବୋଲି ସୁରେଶ କହିଛନ୍ତି। ଅନ୍ୟପଟେ ଭାଜପାର ଶପଥ ଉତ୍ସବ କାର୍ଯ୍ୟକ୍ରମ ଲାଗି ଜନତାମଇଦାନଠାରେ ପ୍ରସ୍ତୁତି ଏକପ୍ରକାର ଶେଷ ହୋଇସାରିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ରାଜ୍ୟର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ମଧ୍ୟ ନିମନ୍ତ୍ରଣ ପତ୍ର ପଠାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?