Posted inଜାତୀୟ

କାହା ମୁଣ୍ଡରେ ସୁନା କଳସ, କିଏ ହେବେ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ, କଳ୍ପନାଜଳ୍ପନା ଜାରି…

ଭୋପାଳ,୧୧।୧୨ : ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଦଳ ବୈଠକ ସୋମବାର ଅନୁଷ୍ଠିତ ହେବାକୁ ଯାଉଛି। ଭାଜପା ରାଜ୍ୟ ସଭାପତି ସମସ୍ତ ନିର୍ବାଚିତ ବିଧାୟକଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଉପସ୍ଥିତ ହେବାକୁ ଆମନ୍ତ୍ରଣ କରିଛନ୍ତି। ନିମନ୍ତ୍ରଣ ପତ୍ରରେ ଦିଆଯାଇଥିବା ସୂଚନା ଅନୁଯାୟୀ ଭୋପାଳର ଭାଜପା କାର୍ଯ୍ୟାଳୟରେ ଏହି ବୈଠକ ଅନୁଷ୍ଠିତ ହେବ।

ରାଜ୍ୟରେ ଭାରତୀୟ ଜନତା ପାର୍ଟି ବିଧାୟକ ଦଳର ନେତା ବାଛିବା ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ଭୋପାଳ ଅଭିମୁଖେ ଯାତ୍ରା କରିଛନ୍ତି। ଭୋପାଳରେ ଅପରାହ୍ନ ୪ ଟା ବେଳେ ଭାଜପା ବିଧାନୟକ ଦଳର ଏକ ବୈଠକ ହେବାକୁ ଯାଉଛି।

ଶିବରାଜ ସିଂ ଚୌହାନଙ୍କ ପରି ଜଣେ ବରିଷ୍ଠ ନେତା ପୁଣି ଥରେ ରାଜ୍ୟର କ୍ଷମତା ଦଖଲ କରିବେ କି ନାହିଁ ସେ ନେଇ ଅନେକ ଆଲୋଚନା ଜାରି ରହିଛି।

ବୈଠକ ପୂର୍ବରୁ ସିଏମ ପଦବୀ ସମ୍ପର୍କରେ କୌଣସି ପ୍ରକାର ପ୍ରତିକ୍ରିୟା ନ ଦେବାକୁ ଭାଜପା ସମସ୍ତ ବିଧାୟକଙ୍କୁ ଅନୁରୋଧ କରିଛି। ମଧ୍ୟପ୍ରଦେଶରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନର ଫଳାଫଳ ପରେ ସିଏମଙ୍କ ନାମ ସ୍ଥିର କରିବାକୁ ଏତେ ସମୟ ଲାଗିଛି।

ଭାଜପାର ୧୬୩ ବିଧାୟକଙ୍କୁ ଏହି ସଭାରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛଇ। ସୂଚନା ଅନୁଯାୟୀ, ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଓବିସି ମୋର୍ଚ୍ଚା ମୁଖ୍ୟ ଡ. କେ, ଲକ୍ଷ୍ମଣ ଏବଂ ଜାତୀୟ ସଚିବ ଆଶା ଲାକ୍ରା ମଧ୍ୟ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ଉପସ୍ଥିତ ରହିବେ। ଭାଜପାର ଅଧିକାଂଶ ବିଧାୟକ ଭୋପାଳରେ ପହଞ୍ଚିଛନ୍ତି।

ସିଏମ ଦୌଡ଼ରେ ଚାରିଥର ମୁଖ୍ୟମନ୍ତ୍ରୀ ଥିବା ଶିବରାଜ ସିଂ ଚୌହ୍ବାନଙ୍କ ନାମ ଆଗରେ ରହିଛି। ସେ ୨୦୦୫, ୨୦୦୮, ୨୦୧୩ ଏବଂ ୨୦୨୦ରେ ସେ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ହେଲା ଯୁଦ୍ଧ! ପ୍ରଥମ ଥର ପାଇଁ ଆମେରିକାର ୮୦୦ କୋଟିର ଫାଇଟର ଜେଟ୍‌କୁ ଇରାନର ଟାର୍ଗେଟ, ବଢ଼ିଲା…

ୱାଶିଂଟନ, ୧୯।୩:ମଧ୍ୟ-ପ୍ରାଚ୍ୟ ରଣାଙ୍ଗନରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆମେରିକାର ଏକ ଅତ୍ୟାଧୁନିକ F-୩୫ ଷ୍ଟେଲଥ ଫାଇଟର ଜେଟ୍‌ ଇରାନ ଉପରେ ଏକ ଯୁଦ୍ଧ ମିଶନରେ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍‌ କାର୍ଡ, ଅସୁବିଧା…

କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍‌ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri