ଭାଜପାର ପ୍ରଥମ ସରକାରରେ କିଏ ସବୁ ହେବେ ମନ୍ତ୍ରୀ: ଲିଷ୍ଟ୍‌ରେ ଅଛି ଏସବୁ ନାଁ

ଭୁବନେଶ୍ୱର,୧୧।୬:ରାଜ୍ୟରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବ ସେନେଇ ସସ୍‌ପେନ୍ସ ଲାଗି ରହିଛି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଆଜି ବିଧାୟକ ଦଳ ବୈଠକ ୪ଟା ୩୦ ମିନିଟ୍‌ରେ ଅନୁଷ୍ଠିତ ହେବ। ଏହାପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି। ମୁଖ୍ୟମନ୍ତ୍ରୀ ରେସ୍‌ରେ ମନମୋହନ ସାମଲ ଏବଂ ସୁରେଶ ପୁଜାରୀଙ୍କ ନାଁ ସର୍ବାଗ୍ରେ ରହିଛି। ଏହାବାଦ ଭାଜପାର ପ୍ରଥମ ସରକାରରେ କାହାକୁ ମନ୍ତ୍ରୀ ପଦ ମିଳିବ ସେନେଇ ମଧ୍ୟ ଚର୍ଚ୍ଚା ଜୋର ଧରିଛି।
ମନ୍ତ୍ରୀ ରେସରେ କେ.ଭି ସିଂଦେଓ, ଜୟ ନାରାୟଣ ମିଶ୍ର, ମୋହନ ମାଝୀ, ରବି ନାଏକ, ସୂରମା ପାଢୀ ଆଗରେ ରହିଛନ୍ତି। ଏହା ସହ ନୂଆ ମୁହଁ ଭାବେ ପୃଥ୍ବୀରାଜ ହରିଚନ୍ଦନ, ସୂର୍ଯ୍ୟବଂଶୀ ସୂରଜ, ଲକ୍ଷ୍ମଣ ବାଗ, ସମ୍ପଦ ସ୍ବାଇଁ, ଦୁର୍ଗା ପ୍ରସନ୍ନ ନାୟକ, ସନାତନ ବିଜୁଳି, ଅମର ନାୟକ, ବିଭୁତି ଜେନା, ସିଦ୍ଧାନ୍ତ ମହାପାତ୍ର, ମୁକେଶ ମହାଲିଙ୍ଗ, ଅଶ୍ୱିନୀ ଷଡଙ୍ଗୀ ଓ ଇରାଶିଷ ଆଚାର୍ଯ୍ୟଙ୍କୁ ବି ଗୁରୁତ୍ୱପୂର୍ଣ୍ଣ ବିଭାଗ ମିଳିବାର ସମ୍ଭବନା ରହିଛି।
ଆଜି ଅନୁଷ୍ଠିତ ହେବାକୁ ଥିବା ଭାଜପା ବୈଠକରେ ପର୍ଯ୍ୟବେକ୍ଷକ ଭାବେ କେନ୍ଦ୍ରରୁ ଦାୟିତ୍ୱ ପାଇଥିବା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଏବଂ ଭୂପେନ୍ଦ୍ର ଯାଦବ ଉପସ୍ଥିତ ରହିବେ। ଏହାପରେ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ ପାଇଁ ସମସ୍ତ ନୂତନ ବିଧାୟକ ଯିବେ। ବୁଧବାର ଜନତା ମଇଦାନଠାରେ ଭାଜପାର ପ୍ରଥମ ମନ୍ତ୍ରିମଣ୍ଡଳ ଶପଥ ଗ୍ରହଣ କରିବ। ଏହି ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ କେନ୍ଦ୍ରମନ୍ତ୍ରୀ ଉପସ୍ଥିତ ରହିବେ। ପ୍ରଧାନମନ୍ତ୍ରୀ ୨ଟା ୩୦ରେ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯିବେ। ସେଠାରୁ ଅପରାହ୍ନ ୪ଟାରେ ବାହାରି ଜୟଦେବ ବିହାରରୁ ଜନତା ମଇଦାନ ପର୍ଯ୍ୟନ୍ତ ରୋଡ୍‌ ଶୋ’ କରିବେ। ଏହାପରେ ୪ଟା ୪୫ରେ ଜନତା ମଇଦାନଠାରେ ଅନୁଷ୍ଠିତ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?