Posted inଜାତୀୟ

କିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ତେଜ ପ୍ରତାପ କଲେ ବଡ଼ ଭବିଷ୍ୟବାଣୀ

ପାଟନା,୨୧।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପରେ, ଏବେ ବିହାରରେ ପରବର୍ତ୍ତୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ନିର୍ବାଚନ ଘୋଷଣା ପାଇଁ ଆହୁରି ବହୁତ ସମୟ ଅଛି କିନ୍ତୁ ରାଜନୈତିକ ଦଳଗୁଡ଼ିକ ନିର୍ବାଚନକୁ ନେଇ ବାକ୍‌ଯୁଦ୍ଧ ଆରମ୍ଭ କରିଦେଇଛନ୍ତି। ରାଷ୍ଟ୍ରୀୟ ଜନତା ଦଳ ନେତା ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତେଜ ପ୍ରତାପ ଯାଦବ ଆଗାମୀ ବିହାର ବିଧାନସଭା ନିର୍ବାଚନ ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଆରଜେଡି ନେତା ତଥା ତାଙ୍କ ସାନ ଭାଇ ତେଜସ୍ବୀ ଯାଦବ ଖୁବଶୀଘ୍ର ବିହାରର ମୁଖ୍ୟମନ୍ତ୍ରୀ ହେବେ ବୋଲି ତେଜ ପ୍ରତାପ ଦାବି କରିଛନ୍ତି।
ତେଜ ପ୍ରତାପ ଯାଦବ କହିଥିଲେ, ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି ଏବଂ ପଲଟୁ ରାମ(ନୀତୀଶ କୁମାର) ଖୁବଶୀଘ୍ର ସିଂହାସନ ଛାଡିବେ। ଲଲ୍ଲନ ସିଂହଙ୍କ ସ୍ବପ୍ନ ସ୍‌ବିଫଳ ହେବାକୁ ଯାଉଛି।
ବିହାରରେ ବିଧାନସଭା ନିର୍ବାଚନ ୨୦୨୫ ବର୍ଷ ଶେଷରେ ଅନୁଷ୍ଠିତ ହେବାକୁ ଯାଉଛି। ନୀତୀଶ କୁମାରଙ୍କ ନେତୃତ୍ୱାଧୀନ ବର୍ତ୍ତମାନର ସରକାରଙ୍କ କାର୍ଯ୍ୟକାଳ ୨୩ ନଭେମ୍ବର ୨୦୨୦ରୁ ଆରମ୍ଭ ହୋଇଥିଲା। ବର୍ତ୍ତମାନର ସରକାରଙ୍କ କାର୍ଯ୍ୟକାଳ ୨୨ ନଭେମ୍ବର ୨୦୨୫ ପର୍ଯ୍ୟନ୍ତ ରହିଛି। ଆକଳନ ଅନୁଯାୟୀ, ବିହାରରେ ନିର୍ବାଚନ ପାଇଁ ଭୋଟ ନଭେମ୍ବର ମାସ ଆରମ୍ଭରେ ହେବ। ବିହାରରେ, ମୁଖ୍ୟ ପ୍ରତିଯୋଗିତା ଭାଜପା, ଜେଡିୟୁ, ଏଲଜେପି (ରାମ ବିଳାସ), ଜିତନ ରାମ ମାଞ୍ଝି ଏବଂ ଉପେନ୍ଦ୍ର କୁଶୱାହାଙ୍କ ଦଳ ଏନଡିଏ ଏବଂ ଆରଜେଡି ଏବଂ କଂଗ୍ରେସର ମହାଗଠବନ୍ଧନ ମଧ୍ୟରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri