Posted inଜାତୀୟ

କିଏ ହେବେ ଜମ୍ମୁ-କଶ୍ମୀରର ଆଗାମୀ ମୁଖ୍ୟମନ୍ତ୍ରୀ: ଫାରୁକ ଅବଦୁଲ୍ଲାଙ୍କ ବଡ଼ ଘୋଷଣା

ଶ୍ରୀନଗର,୮।୧୦:ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ଫଳଫଳ ଧୀରେ ଧୀରେ ସ୍ପଷ୍ଟ ହେବାରେ ଲାଗିଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଏଠାରେ ନ୍ୟାଶନାଲ କନଫରେନ୍ସ-କଂଗ୍ରେସ ମିଳିତ ଭାବେ ସରକାର ଗଢିବାକୁ ଯାଉଛନ୍ତି। ଏସବୁ ଭିତରେ ନ୍ୟାଶନାଲ କନଫରେନ୍ସ ସଭାପତି ଫାରୁକ ଅବଦୁଲ୍ଲା ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ତାଙ୍କ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଜମ୍ମୁ କଶ୍ମୀର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ।
ଏଥର ନିର୍ବାଚନରେ ବଡଗାମ ଏବଂ ଗାନ୍ଦରବଲ ଦୁଇଟି ଆସନରୁ ଓମାର ଅବଦୁଲ୍ଲା ନାମାଙ୍କନ ଦାଖଲ କରିଥିଲେ। ସେ ଗାନ୍ଦରବଲ ଆସନରେ ଆଗୁଆ ଥିବାବେଳେ ବୁଦ୍ଧଗାମରୁ ଜିତିଛନ୍ତି।

ଫାରୁକ ଅବଦୁଲ୍ଲା କହିଛନ୍ତି, ଆମେ ଆଶା କରୁଛୁ ଯେ ଆମେ ଲୋକଙ୍କ ଆଶା ପୂରଣ କରିବୁ ଏବଂ ସେମାନଙ୍କ ସମସ୍ୟାର ସମାଧାନ କରିବୁ ମୁଁ ବିଶ୍ୱାସ କରେ ଯେ ଲୋକମାନେ ଆମ କଥା ଶୁଣିଛନ୍ତି ଏବଂ ଆମକୁ ବିଶ୍ୱାସ କରିଛନ୍ତି, ମୁଁ ସେମାନଙ୍କ ପାଇଁ କୃତଜ୍ଞ। ଏଠାରେ ସର୍ବସାଧାରଣଙ୍କ ଶାସନଙ୍‌ ଚାଲେ, ପୋଲିସର ନୁହେଁ।

ଅବଦୁଲ୍ଲା ଆହୁରି ମଧ୍ୟ କହିଛନ୍ତି, ଆମକୁ ନିର୍ଦ୍ଦୋଷ ଲୋକଙ୍କୁ ଜେଲରୁ ବାହାର କରିବାକୁ ପଡିବ, ସତ୍ୟ କହିବା ପାଇଁ ଜେଲରେ ଥିବା ଗଣମାଧ୍ୟମ ଲୋକଙ୍କୁ ବାହାର କରିବାକୁ ପଡିବ, ଏକମାତ୍ର ଅନୁରୋଧ ହେଉଛି ଯେ ଘୃଣା ବୃଦ୍ଧି କରିବା ଉଚିତ ନୁହେଁ, ପ୍ରେମ ବଢାଇବା ଉଚିତ୍‌। ଆମକୁ ହିନ୍ଦୁ ଏବଂ ମୁସଲମାନମାନଙ୍କ ମଧ୍ୟରେ ଭାଇଚାରା ବୃଦ୍ଧି କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?