Odisha Elections 2024

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ ମଧ୍ୟ ସେ ଘୋଷଣା କରିଛନ୍ତି।

ମୋଦି କହିଛନ୍ତି, ” ଯିଏ ଓଡ଼ିଶା ଲୋକଙ୍କୁ ଜାଣିଥିବ, ବୁଝିଥିବ, ସେ ହିଁ ହେବ ମୁଖ୍ୟମନ୍ତ୍ରୀ। ଅର୍ଥାତ ଓଡ଼ିଶାର ପୁଅ କିମ୍ବା ଝିଅ ଏଠାରେ ମୁଖ୍ୟମନ୍ତ୍ରୀ ହେବେ, କୌଣସି ବାହାର ଲୋକ ଏଠାରେ ମୁଖ୍ୟମନ୍ତ୍ରୀ ହେବେନାହିଁ। ଓଡ଼ିଶାର ସଂସ୍କୃତିକୁ ଯିଏ ମଥାରେ ଧାରଣ କରିବ, ସେ ହେବ ମୁଖ୍ୟମନ୍ତ୍ରୀ।”

ଏଥିସହିତ ପ୍ରଧାନମନ୍ତ୍ରୀ ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଯେ, ବିଧାନସଭାରେ ଭାଜପାକୁ ବମ୍ପର ବିଜୟ ମିଳିବ। ଭାଜପାର ବିଜୟରେ ଓଡ଼ିଶାକୁ ନୂଆ ଶକ୍ତି, ନୂଆ ନେତୃତ୍ବ ମିଳିବ। ଏହି ସମୟରେ ସେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ”୪ ଜୁନ୍‌ ବିଜେଡି ସରକାରର ଏକ୍ସପାଏରୀ ଡେଟ୍‌, ୧୦ ଜୁନ୍‌ରେ ଭାଜପା ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ। ତେଣୁ ଏଥିପାଇଁ ସେ ଭାଜପା ସରକାର ଶପଥ ସମାରୋହକୁ ନିମନ୍ତ୍ରଣ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଠକେଇ ମାମଲାର ନୂଆ ମୋଡ଼, ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଏତଲାକାରୀଙ୍କ ସତ୍ୟପାଠ

ବ୍ରହ୍ମପୁର,୧୯।୫(ସୁବାସ ଚନ୍ଦ୍ର ପାଢ଼ୀ): ଭାଜପା ଲୋକସଭା ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀ ଟାଟା ମୋଟର୍ସ ନାଁରେ ଚାକିରି ଦେବାକୁ କହି ଅନେକ ଯୁବତୀ ଯୁବକଙ୍କଠାରୁ ଲକ୍ଷ...

ପିସି କାରବାରରୁ ଅଭାବୀ ବିକ୍ରି

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ)ବରଗଡ଼ ଜିଲାର ଜନସଂଖ୍ୟାରୁ ପ୍ରାୟ ୮୦ପ୍ରତିଶତ କୃଷକ ଏବଂ ଅଧିକାଂଶ ଧାନଚାଷ ଉପରେ ନିର୍ଭର କରନ୍ତି। କିନ୍ତୁ ଜିଲାରେ ଧାନ କିଣାବିକା ସମସ୍ୟା ସାଧାରଣରେ...

ଭାଜପାରେ ମିଶିଲେ ସମୀର

ଭୁବନେଶ୍ୱର,୧୯ା୫: ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ ରବିବାର ବିଜେଡି ଛାଡ଼ି ଭାଜପାରେ ମିଶିଛନ୍ତି। ଆଜି ସକାଳେ ସେ ତାଙ୍କ ପ୍ରାଥମିକ ସଦସ୍ୟ...

ବିଜେଡି-ଭାଜପା ମୁଦ୍ରାର ଉଭୟ ପାର୍ଶ୍ୱ : ସଚିନ୍‌

ବାଲେଶ୍ୱର(ମାନସ ବିଶ୍ୱାଳ)/ ଭୋଗରାଇ(ପ୍ରଦୀପ ଦାସ), ୧୯।୫: ‘ଲୋକେ ଜାଣିଗଲେଣି ବିଜେଡି ଓ ଭାଜପା ଗୋଟିଏ ମୁଦ୍ରାର ଉଭୟ ପାର୍ଶ୍ୱ’, ଜାତୀୟ କଂଗ୍ରେସର ସାଧାରଣ ସମ୍ପାଦକ ତଥା...

ଭାଜପା ପ୍ରାର୍ଥୀଙ୍କର ୧୨ ଗାଡ଼ି, ୧୧୫୦ ଗ୍ରାମ୍‌ ସୁନା

ରାଜନଗର, ୧୯ା୫(ଭାସ୍କର ରାଉତରାୟ)ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ନିର୍ବାଚନ ମଇଦାନରେ ୯ ପ୍ରାର୍ଥୀ ଅଛନ୍ତି। ଶାସକ ବିଜେଡିରୁ ଧ୍ରୁବ ଚରଣ ସାହୁ, କଂଗ୍ରେସରୁ ଅଶୋକ କୁମାର...

ଭୋଟ୍‌ ବେଲେ ମାଗି ଆଏସନ୍‌

ସୁନ୍ଦରଗଡ଼ରୁ ଅନିଲ ଦାସ,୧୯ା୫: ଭୋଟ୍‌ ବେଲେ ମାଗି ଆଏସନ୍‌, ପଛେ ଦେଖା ନି ମିଲେ। ଏହାର ଅର୍ଥ ନେତାମାନେ ନିିର୍ବାଚନ ସମୟରେ ଭୋଟ ମାଗିବାକୁ ଘରକୁ...

ଡିଜିପି ପରିବର୍ତ୍ତନ ଦାବି କଲା ଭାଜପା

ଭୁବନେଶ୍ୱର,୧୯।୫(ଅନୁରାଧା ମହାରଣା)ନିର୍ବାଚନ ହାରିବା ଭୟରେ ବିଜେଡି ସରକାରୀ କଳ, ବଳର ଅପବ୍ୟହାର କରିବା ସହ ରକ୍ତମୁଖା ହୋଇ ଭାଜପା କାର୍ଯ୍ୟକର୍ତ୍ତାଙ୍କ ଉପରେ ମରଣାନ୍ତକ ଆକ୍ରମଣ କରୁଛି।...

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri