Posted inରାଜ୍ୟ

କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ? ରେସ୍‌ରେ ଅଛନ୍ତି…

ଭୁବନେଶ଼୍ବର, ୨୬।୦୬: ରାଜ୍ୟରେ ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିବାକୁ ଯାଉଛି । ବରିଷ୍ଠ ଆଇଏଏସ୍‌ ଅଧିକାରୀ ପ୍ରଦୀପ ଜେନା ଦକ୍ଷତାର ସହ କାର୍ଯ୍ୟଭାର ତୁଲାଇ ପ୍ରଶଂସା ସାଉଁଟିଛନ୍ତି । ହେଲେ ତାଙ୍କ ପରେ କିଏ ମୁଖ୍ୟ ଶାସନ ସଚିବ ହେବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । କେନ୍ଦ୍ରୀୟ ଡେପୁଟେସନ୍‌ରେ ଯାଇଥିବା ୧୯୯୦ ମସିହା ବ୍ୟାଚ୍‌ର ଆଏଏସ୍‌ ଅଧିକାରୀ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ଡେପୁଟେସନ୍‌ରୁ ଫେରାଇଆଣିବାକୁ କେନ୍ଦ୍ରକୁ ଅପିଲ କରିଥିବା ବେଳେ କେନ୍ଦ୍ର ଏହାକୁ ମଞ୍ଜୁରୀ ଦେଇଛି । ଯାହାକୁ ନେଇ ସେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହୋଇପାରନ୍ତି ବୋଲି ଆଲୋଚନା ହୋଉଛି।

ଅନ୍ୟପଟେ ରାଜ୍ୟର ଅନ୍ୟ ବରିଷ୍ଠ ଆଇଏଏସ୍‌ ଅଧିକାରୀ ଏହି ରେସ୍‌ରେ ରହିଛନ୍ତି । ୧୯୯୧ ବ୍ୟାଚ୍‌ର ଆଇଏଏସ୍‌ ତଥା ବର୍ତ୍ତମାନର ସ଼୍ବତନ୍ତ୍ର ରିଲିଫ୍‌ କମିଶନର୍‌ ସତ୍ୟବ୍ରତ ସାହୁ ଏହି ରେସ୍‌ରେ ରହିଥିବା ବେଳେ ସମାନ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ତଥା ବର୍ତ୍ତମାନର ଉନ୍ନୟନ କମିଶନର ଅନୁ ଗର୍ଗ ମଧ୍ୟ ମୁଖ୍ୟ ଶାସନ ସଚିବ ହେବା ନେଇ ଶୁଣାଯାଉଛି । ଅନ୍ୟପଟେ ୧୯୯୩ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ତଥା ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ସୂଚାରୁ ରୂପେ ତୁଲାଇଥିବା ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ନାମ ମଧ୍ୟ ଏହି ରେସ୍‌ରେ ରହିଛି ।

ସୂଚନା ଥାଉକି, କେନ୍ଦ୍ରୀୟ ଡେପୁଟେଶନରେ ଥିବା ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଫିସର ମନୋଜ ଆହୁଜା ଓଡ଼ିଶାକୁ ଫେରୁଛନ୍ତି। ୧୯୯୦ ବ୍ୟାଚ୍‌ର ଏହି ଅଧିକାରୀଙ୍କୁ ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କେନ୍ଦ୍ରକୁ ଅନୁରୋଧ କରିଥିଲେ। ମନୋଜଙ୍କ ପ୍ରତ୍ୟାବର୍ତ୍ତନ ନେଇ କେନ୍ଦ୍ରର ନିଯୁକ୍ତି ସଂକ୍ରାନ୍ତ କ୍ୟାବିନେଟ କମିଟି ଅନୁମତି ଦେଇଛି। ତେଣୁ ଆହୁଜାଙ୍କୁ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାର ଦିଆଯାଇପାରେ ବୋଲି ପ୍ରଶାସନିକ ମହଲରେ ଚର୍ଚ୍ଚା ହେଉଛି। ରାଜନୈତିକ ସୂତ୍ରରୁ ଜଣାପଡ଼ିଛି ଯେ ନିର୍ବାଚନ ବେଳେ ଓଡ଼ିଆ ଅସ୍ମିତା ପ୍ରସଙ୍ଗ ଉଠାଇଥିବା ଦଳ ଭାଜପା ଆହୁଜାଙ୍କୁ ମୁଖ୍ୟ ଶାସନ ସଚିବ ପରିବର୍ତ୍ତେ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ପଦରେ ଅବସ୍ଥାପିତ କରିପାରେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ, ଆହୁଜାଙ୍କ କାର୍ଯ୍ୟକାଳ ୨୦୨୪ ଡିସେମ୍ବର ପର୍ଯ୍ୟନ୍ତ ବାକି ଅଛି।


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ମାନହାନି ମାମଲା, ଭିଡିଓ ଶେୟାର କରିବା ପଡିଲା ମହଙ୍ଗା!

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଡ୍ୟାନ୍ସର ନୋରା ଫତେହି ପୁଣିଥରେ ଆଇନଗତ ବିବାଦରେ ଫସିଛନ୍ତି। ଗୁଜରାଟର ଗାନ୍ଧୀନଗର ଅଦାଲତରେ ନୋରାଙ୍କ ବିରୋଧରେ ୩ କୋଟି ଟଙ୍କାର ସିଭିଲ…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

ଗୁଣପୁର ବଂଶଧାରାରେ ଦ୍ୱିତୀୟ ସେତୁ ପାଇଁ ଦାବି ଜୋରଦାର: ମନ୍ତ୍ରୀଙ୍କୁ ସ୍ମାରକପତ୍ର…

ଗୁଣପୁର, ୮।୯ (ସୁଜାତା ପାଢ଼ୀ): ଗୁଣପୁର ବଂଶଧାରା ନଦୀ ଉପରେ ଦ୍ୱିତୀୟ ସେତୁ ନିର୍ମାଣ ଦାବିରେ ରାଜ୍ୟ ସରକାରଙ୍କ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri