ଭାଙ୍ଗିଲା କଂଗ୍ରେସ କମିଟି, ହଟିଲେ ଶରତ, ଏବେ କିଏ ଧରିବେ ଓଡ଼ିଶା କଂଗ୍ରେସର ମଙ୍ଗ, ଚର୍ଚ୍ଚାରେ…

ଭୁବନେଶ୍ୱର,୨୩।୭: ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଓଡ଼ିଶା ପ୍ରଦେଶର ସମସ୍ତ କମିଟି ଭଙ୍ଗ କରିଛି ଭାରତୀୟ ଜାତୀୟ କଂଗ୍ରେସ(ଏଆଇସିସି)। କଂଗ୍ରେସ ପିସିସି ସମେତ କାର୍ଯ୍ୟକାରୀ କମିଟି, ଜିଲା, ବ୍ଲକ ଓ ମଣ୍ଡଳସ୍ତରୀୟ କମିଟି ମଙ୍ଗ କରିଛି । ବର୍ତ୍ତମାନର ଜିଲା ସଭାପତିଙ୍କୁ କାମଚଳା ସଭାପତି ଦାୟିତ୍ୱ ଦିଆଯାଇଛି। ଏବେ ପ୍ରଶ୍ନ ହେଉଛି ଏବେ କିଏ ହେବେ ଓଡ଼ିଶା କଂଗ୍ରେସର ମଙ୍ଗୁଆଳ? କାହାକୁ ମିଳିବ ପିସିସି ସଭାପତି ପଦ ? ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତେବେ ପ୍ରଦେଶ କଂଗ୍ରେସ କମିଟିର ମୁଖ୍ୟ କିଏ ହେବେ ରେସ୍‌ରେ ଅନେକ ହେଭିଓ୍ବେଟ୍‌ଙ୍କ ନାଁ ଆଲୋଚନା ହେଉଛି। ମହମ୍ମଦ ମୋକିମ, ବିଜୟ ପଟ୍ଟନାୟକ, ଭକ୍ତ ଚରଣ ଦାସ ଏବଂ ପ୍ରସାଦ ହରିଚନ୍ଦନ ନାଁ ସାମ୍ନାକୁ ଆସିଛି। ଏହି ୪ ନେତାଙ୍କୁ ନେଇ ଦିଲ୍ଲୀ ଦରବାରରେ କସରତ ଆରମ୍ଭ ହୋଇଛି ।

ଅନ୍ୟପଟେ ଓଡ଼ିଶା ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବାର ଦେଢ଼ ମାସ ପରେ ବିଧାନସଭାରେ ବିଧାୟକ ଦଳ ନେତା ଚୟନ କରିଛି କଂଗ୍ରେସ। ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରିଛି। ଅଶୋକ ଦାସଙ୍କୁ ବିଧାୟକ ଦଳର ଉପନେତା ନିର୍ବାଚିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri