ପ୍ରଦୀପଙ୍କ ପରେ କିଏ ହେବେ ମୁଖ୍ୟ ଶାସନ ସଚିବ, ରେସ୍‌ରେ ବଡ଼ ବଡ଼ ଆଇଏଏସ ଅଫିସର

ଭୁବନେଶ୍ୱର,୨୧।୬: କିଏ ହେବ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ? ପ୍ରଦୀପ ଜେନା ରହିବେ ନା ତାଙ୍କ ସ୍ଥାନ ଆଉ କିଏ ନେବ। ନୂଆ ସରକାର ଗଠନ ହେବା ପରେ ଏ ନେଇ ଚର୍ଚ୍ଚା ଜୋର ଧରିଛି । କୁହାଯାଉଛି, ସରକାର ପରିବର୍ତ୍ତନ ପରେ ପ୍ରଶାସନିକ ସ୍ତରରେ ବଡ ଅଦଳବଦଳ ହୋଇପାରେ । ତେବେ ମୋହନ ସରକାର ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ବଢାଇବେ ନା ନୂଆ ଅଧିକାରୀଙ୍କୁ ନିଯୁକ୍ତ ଦେବେ , ତା ଉପରେ ସମସ୍ତଙ୍କ ନଜର ରହିଛି । ରେସରେ ଅନ୍ୟ ବରିଷ୍ଠ ଅଧିକାରୀ ବି ରହିଛନ୍ତି ।

ସରକାର ବଦଳିବା ପରେ ପ୍ରଶାସନିକ ସ୍ତରରେ ବଡ ଧରଣର ଅଦଳବଦଳ ହୋଇପାରେ ବୋଲି ପାୱାର କରିଡରରେ ଚର୍ଚ୍ଚା ହେଉଛି । ଆଉ ଏସବୁ ଭିତରେ ଏହିମାସ ୩୦ ତାରିଖରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରୁଛି । ତେଣୁ ତାଙ୍କୁ ପୁଣିଥରେ ରିପିଟ କରାଯିବ ନା ନୂଆ ପ୍ରଶାସନିକ ମୁଖିଆଙ୍କୁ ସରକାର ନିଯୁକ୍ତି ଦେବେ ତା ଉପରେ ଚର୍ଚ୍ଚା ଚାଲିଛି । ୧୯୮୯ ବ୍ୟାଚର ଆଇଏଏସ ଅଧିକାରୀ ପ୍ରଦୀପ ଜେନାଙ୍କୁ ଚାକିରୀରୁ ଅବସର ପରେ ବି ୬ ମାସ ପାଇଁ ଥଇଥାନ କରିଥିଲେ ତତ୍‌କାଳୀନ ସରକାର । ଆଉ ୧୦ଦିନ ପରେ ତାଙ୍କ କାର୍ଯ୍ୟକାଳ ସରୁଥିବାରୁ ତାଙ୍କ ବଦଳରେ କାହାକୁ ନିଯୁକ୍ତି ଦିଆଯିବ ସେ ନେଇ ଚର୍ଚ୍ଚା ଲାଗିରହିଛି।

ପ୍ରଦୀପ ଜେନାଙ୍କ ପରେ ଆଉ କିଛି ବରିଷ୍ଠ ଆଇଏଏସ ଅଧିକାରୀଙ୍କୁ ନେଇ ପାୱାର କରିଡରରେ ଚର୍ଚ୍ଚା ଜୋର ଧରିଛି । ଯେଉଁମାନେ ମୁଖ୍ୟ ଶାସନ ସଚିବ ରେସରେ ଅଛନ୍ତି। ସେମାନେ ହେଲେ, ୧୯୯୧ ବ୍ୟାଚର ଆଇଏଏସ ସତ୍ୟବ୍ରତ ସାହୁ। ବର୍ତ୍ତମାନ ଏସଆରସି ଦାୟିତ୍ୱ ତୁଲାଇବା ସହ ରାଜସ୍ବ ବିଭାଗର ପ୍ରମୁଖ ସଚିବ ଅଛନ୍ତି। ଏହାପରେ ୧୯୯୩ ବ୍ୟାଚର ଆଇଏଏସ ନିକୁଞ୍ଜ ଧଳ ରେସ୍‌ରେ ଅଛନ୍ତି। ଯିଏକି ବର୍ତ୍ତମାନ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀ ଅଛନ୍ତି। କୁହାଯାଉଛି, ରାଜ୍ୟ ସରକାରଙ୍କ ଗୁଡବୁକରେ ଅଛନ୍ତି ନିକୁଞ୍ଜ ଧଳ। ତେବେ ସେ ମଧ୍ୟ ଏହି ପଦବୀ ପାଇପାରନ୍ତି ବୋଲି କୁହାଯାଉଛି। ପରେ ୧୯୯୧ ବ୍ୟାଚର ଆଇଏଏସ ଅନୁ ଗର୍ଗ, ବର୍ତ୍ତମାନ ଉନ୍ନୟନ କମିଶନର ସହିତ ଜଳସେଚନ ବିଭାଗର ସଚିବ ଅଛନ୍ତି। ବିଶେଷ କରି ବରିଷ୍ଠତା ଦୃଷ୍ଟିରୁ ଆଗରେ ଥିବାରୁ ତାଙ୍କର ଚାନ୍ସ ଅଧିକ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ପ୍ରତିଯୋଗିତା ଛାଡ଼ି ଛାତ୍ରୀଙ୍କୁ ରୋଷେଇ କାମ!

ତୁମୁଡ଼ିବନ୍ଧ, ୨୫।୯ (ଦୀପକ କୁମାର ପରାସେଠ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତଜନିତ ବର୍ଷା ଗତ ୪ ଦିନ ହେଲା ଲାଗିରହିଛି। ଏହା ମଧ୍ୟରେ ଶୁକ୍ରବାର ତୁମୁଡ଼ିବନ୍ଧସ୍ଥିତ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?