Posted inଜାତୀୟ

କିଏ ହେବେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ଇଣ୍ଡିଆର ଚିନ୍ତା ବଢ଼ିଲା, ବୈଠକ ଶେଷ…

ନୂଆଦିଲ୍ଲୀ,୧୯।୧୨ : ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରସ୍ତୁତିକୁ ଆହୁରି ଜୋରଦାର କରିଛି। ଏହି ପରିପ୍ରେକ୍ଷୀରେ ଦଳ ମଙ୍ଗଳବାର ଏକ ପାଞ୍ଚ ସଦସ୍ୟ ବିଶିଷ୍ଟ କମିଟି ଗଠନ କରି  ସମ୍ଭାବ୍ୟ ମିଳିତ ମଞ୍ଚରେ ଆଲୋଚନା କରିଛି। ଏହି ସମୟରେ, ଦିଲ୍ଲୀରେ ଆୟୋଜିତ ଇଣ୍ଡିଆର ବୈଠକରେ କଂଗ୍ରେସ  ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବା ପାଇଁ ଏକ ପ୍ରସ୍ତାବ ଆସିଥିଲା। ତେବେ ଏହା ନିଶ୍ଚିତ ହୋଇପାରି ନାହିଁ ।

ଅନୁଷ୍ଠିତ ବୈଠକରେ ଆସନ ବଣ୍ଟନ ମୁଖ୍ୟ ପ୍ରସଙ୍ଗ ଥିଲା। ଏହା ସହିତ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।
ଖାର୍ଗେଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରସ୍ତାବ ଦେଇଛନ୍ତି ବୋଲି ଖବର ଆସିଥିଲା । ତେବେ ଗଣମାଧ୍ୟମ ସହ କଥାବାର୍ତ୍ତା ବେଳେ ସିପିଆଇ (ଏମ) ନେତା ସୀତାରାମ ୟେଚୁରୀ ଏହାକୁ ଅସ୍ବୀକାର କରିଛନ୍ତି। ସେ କହିଛନ୍ତି ସଭାରେ ଉପସ୍ଥିତ ନେତାମାନେ ଏହିପରି କିଛି ଶୁଣି ନାହାନ୍ତି, ତେବେ ଆପଣ ଏହା କିପରି ଶୁଣିଲେ ବୋଲି ସେ ପ୍ରଶ୍ନ କରିଛନ୍ତି? ଏପରି କୌଣସି ଏଜେଣ୍ଡା ଉପରେ ଆଲୋଚନା ହୋଇ ନ ଥିବା ସେ କହିଛନ୍ତି ।

କଂଗ୍ରେସ ଏକ ବିବୃତ୍ତିରେ କହିଛି ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଏକ ଜାତୀୟ ମିଳିତ କମିଟି ଗଠନ କରିଛନ୍ତି। ଏହି କମିଟିରେ ଦଳର ବରିଷ୍ଠ ନେତା ମୁକୁଲ ୱାସନିକ, ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସଲମାନ ଖୁରସିଦ ଏବଂ ବରିଷ୍ଠ ନେତା ମୋହନ ପ୍ରକାଶଙ୍କୁ  ସାମିଲ କରାଯାଇଛି।

ନିର୍ବାଚନରେ ଜିତିବା ପରେ ଇଣ୍ଡିଆର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରାଯିବା ଉଚିତ ବୋଲି ସମସ୍ତ ଦଳର ନେତା କହିଛନ୍ତି। ତେବେ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ନେଇ ଇଣ୍ଡିଆର ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri