Posted inଖେଳ

ମୁମ୍ବାଇ ଇଣ୍ଡିଆନ୍ସରେ ଅଧିନାୟକ ଯୁଦ୍ଧ: ରୋହିତ, ସୂର୍ଯ୍ୟ, ପାଣ୍ଡ୍ୟାଙ୍କ ମଧ୍ୟରେ ଜାଣନ୍ତୁ କିଏ ମାରିଲା ବାଜି

ନୂଆଦିଲ୍ଲୀ,୨୦।୧୧: ଆଇପିଏଲ ୨୦୨୫ ପାଇଁ ସମସ୍ତ ଦଳର ରିଟେଶନ ତାଲିକାକୁ ଦେଖିଲେ ଏହା ଜଣା ଯେ ଆଗାମୀ ସିଜନରେ ଅନେକ ଦଳର ଅଧିନାୟକ ପରିବର୍ତ୍ତନ ହେବାକୁ ଯାଉଛନ୍ତି। ଏହି ସମୟରେ ମୁମ୍ବାଇ ଇଣ୍ଡିଆନ୍ସ ପାଞ୍ଚ ଖେଳାଳିଙ୍କୁ ରିଟେନ ବେଳେ ମୋଟ ୭୫ କୋଟି ଟଙ୍କା ଖର୍ଚ୍ଚ କରିଛି। ଏମ୍‌ଆଇ ଫ୍ରାଞ୍ଚାଇଜ ଜସପ୍ରୀତ ବୁମ୍‌ରା, ହାର୍ଦ୍ଦିକ ପାଣ୍ଡ୍ୟା, ସୂର୍ଯ୍ୟକୁମାର ଯାଦବ, ରୋହିତ ଶର୍ମା ଏବଂ ତିଳକ ଭର୍ମାଙ୍କୁ ରିଟେନ କରିଛି। ଏଥିମଧ୍ୟରୁ ୪ ଜଣ ଖେଳାଳି ଅଛନ୍ତି ଯେଉଁମାନେ ଭାରତୀୟ ଦଳର ଅଧିନାୟକ ରହିଛନ୍ତି, ଏଭଳି ପରିସ୍ଥିତିରେ ପ୍ରଶ୍ନ ଉଠୁଛି ଯେ ଏଥର ମୁମ୍ବାଇର ଅଧିନାୟକ କିଏ ହେବେ?

ଯଦି ଆମେ ଇତିହାସକୁ ଦେଖିବା, ଗତ ବର୍ଷ ଏମ୍‌ଆଇ ରୋହିତ ଶର୍ମାଙ୍କୁ ଅଧିନାୟକତ୍ୱରୁ ହଟାଇ ତାଙ୍କ ସ୍ଥାନରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ସ୍ଥାନ ଦେଇଥିଲା। କିନ୍ତୁ ରୋହିତଙ୍କୁ ଅଧିନାୟକତ୍ୱରୁ ହଟାଇବା ନିଷ୍ପତ୍ତିକୁ ପ୍ରଶଂସକମାନେ ପସନ୍ଦ କରୁନଥିଲେ। ଗୋଟିଏ ପଟେ ରୋହିତଙ୍କଠାରୁ ଅଧିନାୟକତ୍ୱ ଛଡ଼ାଇବା ପାଇଁ ଏମଆଇ ମ୍ୟାନେଜମେଣ୍ଟକୁ ଟ୍ରୋଲ ହେବାକୁ ପଡୁଥିବାବେଳେ ହାର୍ଦ୍ଦିକଙ୍କ ଅଧିନାୟକତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ଆଇପିଏଲ ୨୦୨୪ର ପଏଣ୍ଟ ଟେବୁଲରେ ଶେଷ ସ୍ଥାନରେ ରହିଥିଲା।

ଅକ୍ଟୋବର ୩୧ରେ ଯେତେବେଳେ ମୁମ୍ବାଇ ଇଣ୍ଡିଆନ୍ସ ସେମାନଙ୍କର ରଟେଶନ ତାଲିକା ପ୍ରକାଶ କରିଥିଲା, ସେତେବେଳେ ଏମ୍‌ଆଇ ମଧ୍ୟ ଘୋଷଣା କରିଥିଲା ଯେ ହାର୍ଦ୍ଦିକ ପାଣ୍ଡ୍ୟା ମଧ୍ୟ ଆସନ୍ତା ସିଜନରେ ଦଳର ଅଧିନାୟକ ହେବେ। ଏହି ନିଷ୍ପତ୍ତି ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ କାରଣ ଗତ ସିଜନରେ ମୁମ୍ବାଇ ପଏଣ୍ଟ ଟେବୁଲରେ ଶେଷ ସ୍ଥାନରେ ରହିଥିଲା । ଆପଣଙ୍କୁ ମନେ ପକାଇଦେଉଛୁ ଯେ ହାର୍ଦ୍ଦିକଙ୍କ ଅଧିନାୟକତ୍ୱରେ ଗୁଜରାଟ ଟାଇଟାନ୍ସ ୨୦୨୨ରେ ଆଇପିଏଲ ଟାଇଟଲ ଜିତିଥିବାବେଳେ ସେ ୨୦୨୩ରେ ଗୁଜରାଟକୁ ମଧ୍ୟ ଫାଇନାଲକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

‘ଆମ ଆଙ୍ଗୁଠି ଏବେବି ଟ୍ରିଗର ଉପରେ ଅଛି…’, ପାକିସ୍ତାନରେ ଆମେରିକା ସହିତ ବୈଠକ ପୂର୍ବରୁ ଇସ୍ରାଏଲକୁ ଖୋଲା ଧମକ ଦେଇଛି ଇରାନ

ତେହରାନ,୯।୪: ଶୁକ୍ରବାର (୧୦ ଏପ୍ରିଲ) ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଆଲୋଚନା ହେବାକୁ ଯାଉଛି। ଏହା ପୂର୍ବରୁ, ଇରାନ ଇସ୍ରାଏଲକୁ ଏକ ଧମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri