Posted inଖେଳ

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦:  ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ଧୋନିଙ୍କ ଭିତରେ ଏବେ ବି କ୍ରିକେଟ୍‌ ଜୋଶ୍ ରହିଛି ଏବଂ ସେ ଆଉ ଏକ ସିଜନ୍‌ ଖେଳିବାକୁ ଚେଷ୍ଟା କରିପାରନ୍ତି ବୋଲି CSKର CEO କାଶୀ ବିଶ୍ୱନାଥନ ଆଶା ପ୍ରକାଶ କରିଛନ୍ତି।

ଚେନ୍ନାଇରେ ବିଶ୍ୱନାଥନ କହିଛନ୍ତି ଯେ, ଆଗାମୀ ସିଜନ୍‌ରେ ଧୋନି ଖେଳିବେ କି ନାହିଁ, ସେ ନିଷ୍ପତ୍ତି ସମ୍ପୂର୍ଣ୍ଣ ଭାବେ ଧୋନିଙ୍କ ଉପରେ ଛାଡ଼ି ଦିଆଯାଇଛି । ଧୋନି ଚେନ୍ନାଇ ଆସିବା ପରେ ନିଜ ନିଷ୍ପତ୍ତି ବିଷୟରେ ଜଣାଇବେ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ଆହତ ସମସ୍ୟା କାରଣରୁ ଧୋନି ଆଇପିଏଲ୍‌ ୨୦୨୬ରେ ଗୋଟିଏ ବି ମ୍ୟାଚ୍‌ ଖେଳିପାରି ନଥିଲେ। ତେଣୁ ଆଗାମୀ ସିଜନ୍‌ରେ ତାଙ୍କ ଖେଳିବାକୁ ନେଇ ପ୍ରଶଂସକଙ୍କ ମନରେ ପ୍ରଶ୍ନ ରହିଛି।

ଅନ୍ୟପଟେ, CSKର ପୂର୍ବତନ ଖେଳାଳି ସୁରେଶ ରାଇନା ମଧ୍ୟ ଧୋନିଙ୍କୁ ଆଉ ଏକ ସିଜନ୍‌ରେ ଖେଳୁଥିବା ଦେଖିବାକୁ ଚାହୁଁଛନ୍ତି । ରାଇନା କହିଛନ୍ତି ଯେ, ସେ ଧୋନିଙ୍କୁ ଆଇପିଏଲ୍‌ ୨୦୨୭ରେ ଫେରିବାକୁ ଅନୁରୋଧ କରିଛନ୍ତି। ଧୋନି ଏଥିପାଇଁ ସକାରାତ୍ମକ ଥିବା ନେଇ ମଧ୍ୟ ସେ ଆଶା ପ୍ରକାଶ କରିଛନ୍ତି। ଧୋନିଙ୍କ ଅନୁପସ୍ଥିତିରେ CSKର ୱିକେଟ୍‌କିପିଂ ଦାୟିତ୍ୱ କିଏ ସମ୍ଭାଳିବେ, ସେ ନେଇ ମଧ୍ୟ ଚର୍ଚ୍ଚା ହେଉଛି । ସଞ୍ଜୁ ସାମସନ୍‌ଙ୍କୁ ଦଳରେ ସାମିଲ କରି CSK ଏହି ଦିଗରେ ଏକ ବିକଳ୍ପ ପ୍ରସ୍ତୁତ କରିଛି । ତେବେ ଧୋନି ଆଉ ଏକ ସିଜନ୍‌ ଖେଳିବେ କି ନାହିଁ, ତାହା ତାଙ୍କ ନିଷ୍ପତ୍ତି ଉପରେ ନିର୍ଭର କରୁଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ମାଗୁଥିଲେ ସୁନା ଗହଣା: ପନିକି ଫୋପାଡିଲେ ମହିଳା, ପରେ…

ପାଟଣା, ୧୩/୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ମୁରୁସୁଆଁ ଗ୍ରାମରେ ମଙ୍ଗଳବାର ମଧ୍ୟାହ୍ନରେ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ ହୋଇଛି। ଘରେ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା, ଆଳି କଲେଜରେ ସାଇନ୍‌ ଡାଏ ଘୋଷଣା

କେନ୍ଦ୍ରାପଡ଼ା/ଆଳି, ୧୩।୧୦(ଜଗନ୍ନାଥ ଧଳ/ବନମାଳୀ ସେନାପତି) କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ୍‌ ଅନ୍ତର୍ଗତ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ଜୀଉ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା ଦେଖାଦେଇଛି।…

ଝୁଲିପଡ଼ିଲେ +୨ ଛାତ୍ର, କାରଣ ଜାଣିଲେ…

ଡେରାବିଶ,୧୩ା୧୦(ବେବର୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଡେରାବିଶ ବ୍ଳକ ବାରିମୂଳ ପଞ୍ଚାୟତ ରାୟପୁର ଗ୍ରାମର ବିରକିଶୋର ମଳିକଙ୍କ ପୁଅ ଚନ୍ଦନ(୧୭) ବେକରେ ରଶି ଲଗାଇ…

ଗେଟ୍‌ରେ ତାଲା, ବାହାରେ ଘଣ୍ଟା ଘଣ୍ଟା ଅପେକ୍ଷା କଲେ ଛାତ୍ରୀଛାତ୍ର: ଅଧ୍ୟକ୍ଷଙ୍କ ନିରବତାକୁ ନେଇ ଅସନ୍ତୋଷ

ମୋହନା, ୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ୍‌ରେ ଥିବା ଏକମାତ୍ର ଶିଳ୍ପ ତାଲିମ କେନ୍ଦ୍ରରେ ଛାତ୍ରଛାତ୍ରୀଙ୍କୁ ଗେଟ୍‌ ବାହାରେ ଅପେକ୍ଷା କରିବାକୁ ପଡ଼ୁଥିବା ଘଟଣାକୁ ନେଇ…

SIRକୁ ନେଇ ରାଜନୈତିକ ହଟଚମଟ ମଧ୍ୟରେ ଭାଜପାର ବଡ଼ ବିଜୟ, ବିରୋଧୀଙ୍କୁ ଲାଗିଲା ଝଟ୍‌କା

ଗାନ୍ଧୀନଗର,୧୩।୧୦: ଗୁଜରାଟରେ ସ୍ଥାନୀୟ ନିକାୟ ନିର୍ବାଚନର ଭୋଟ ଗଣତି ଶେଷ ହେବା ପରେ ଗାନ୍ଧୀନଗର ମ୍ୟୁନିସିପାଲ କର୍ପୋରେସନ, ଓଖା ଓ ଥାରାରେ ଭାଜପା ଚମତ୍କାର ବିଜୟ ହାସଲ…

ବଡ଼ ନିଷ୍ପତ୍ତି; ଅକ୍ଟୋବର ୧୫ରୁ UPI ଉପରେ ଲାଗୁ ହେବନି MDR ଚାର୍ଜ, ଜାଣନ୍ତୁ କେବେଠୁ…

ନୂଆଦିଲ୍ଲୀ,୧୩।୧୦: ଡିଜିଟାଲ୍‌ ପେମେଣ୍ଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । UPI ପେମେଣ୍ଟ୍‌ ଉପରେ ନୂଆ ଚାର୍ଜ ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବିଜେଡିର କାର୍ଯ୍ୟାନୁଷ୍ଠାନ: ୩ ଜଣ ନିଲମ୍ବିତ

ଭୁବନେଶ୍ୱର,୧୩।୧୦: ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ର କରି ଦଳବିରୋଧୀ କାର୍ଯ୍ୟ ଅଭିଯୋଗରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ୩ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଦଳ…

ନାମ ଫଳକରେ ନ ଥିଲା ନାଁ, ମୁହାଁମୁହିଁ ହେଲେ ମେୟର-ବିଡିଏ ଭିସି

ଭୁବନେଶ୍ବର,୧୩।୧୦: ନାମ ଫଳକରେ ନାଁ ନ ଥିବା ନେଇ ମେୟର ସୁଲୋଚନା ଦାସ ଏବଂ ବିଡିଏ ଭିସି ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି। ଘାଟିକିଆ ବଜରଙ୍ଗୀ ଖେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?