Posted inଖେଳ

ବର୍ଷା ଯୋଗୁ ଦ୍ୱିତୀୟ ସେମିଫାଇନାଲ ବାଧାପ୍ରାପ୍ତ ହେଲେ କାହା ସହ ଫାଇନାଲ ଖେଳିବ ଟିମ୍‌ ଇଣ୍ଡିଆ, କିଛି ଏଭଳି ରହିଛି ନିୟମ…

ନୂଆଦିଲ୍ଲୀ,୧୬।୧୧: ଭାରତ ବିଶ୍ୱକପ୍‌ ୨୦୨୩ ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରି ଚତୁର୍ଥ ଥର ଲାଗି ଫାଇନାଲରେ ପ୍ରବେଶ କରିଛି। ବିରୋଧୀ ଟିମ୍‌ ସମ୍ମୁଖରେ ୩୯୮ ରନ୍‌ର ବିଜୟ ଲକ୍ଷ୍ୟ ରହିଥିଲା। ହେଲେ ମହମ୍ମଦ ଶାମିଙ୍କ ଜବରଦସ୍ତ ବୋଲିଂ ଯୋଗୁ ଦଳ ୩୨୭ରନ୍‌ରେ ସୀମିତ ରହିଥିଲା। ଏହାପୂର୍ବରୁ ଦଳ ୧୯୮୩ରେ କପିଲ ଦେବ, ୨୦୦୩ରେ ସୌରଭ ଗାଙ୍ଗୁଲୀ ଏବଂ ୨୦୧୧ରେ ମହେନ୍ଦ୍ର ସିଂହ ଧୋନୀଙ୍କ ଅଧିନାୟକତ୍ୱ ସମୟରେ ବିଶ୍ୱକପ୍‌ ଫାଇନାଲ ଖେଳିଥିଲା।

ବିଶ୍ୱକପ୍‌ର ଫାଇନାଲ ମୁକାବିଲା ନଭେମ୍ବର ୧୯ରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଗୁରୁବାର ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଦ୍ୱିତୀୟ ସେମିଫାଇନାଲ ମୁକାବିଲାରେ ବିଜେତା ଟିମ୍‌ ଭାରତ ସହ ଟାଇଟଲ ପାଇଁ ଲଢ଼ିବ।

ବିଶ୍ୱକପର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ କୋଲକାତାରେ ଖେଳାଯିବାକୁ ଥିବା ବେଳେ ବର୍ଷା ହେବା ଆଶଙ୍କା କରାଯାଉଛି। ଏଣୁ ଯଦି ଏହି ମ୍ୟାଚ୍‌ରେ ବର୍ଷା ବାଧା ସୃଷ୍ଟି କରେ ତେବେ ଆଇସିସି ନକଆଉଟ୍‌ ମ୍ୟାଚ୍‌ ଲାଗି ରିଜର୍ଭ ଡେ’ ନିର୍ଦ୍ଧାରିତ କରିଛି। ଦ୍ୱିତୀୟ ଦିନ ମଧ୍ୟ ଖେଳର ନିଷ୍କର୍ସ ନ ବାହାରିଲେ ପଏଣ୍ଟ ଟେବୁଲ ଆଧାରରେ ବିଜେତା ଘୋଷଣା କରାଯିବ। ତଦନୁଯାୟୀ ଦକ୍ଷିଣ ଆଫ୍ରିକା ଟିମ୍‌ ଫାଇନାଲରେ ପ୍ରବେଶ କରିବ। ସେଠାରେ ଦଳ ଭାରତ ସହ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପଙ୍କ ଦ୍ୱିତୀୟ ଇନିଂସ: ପିଲାଦିନର ବନ୍ଧୁ ବଂଶିକାଙ୍କ ସହ ବିବାହ ସମ୍ପନ୍ନ, ଧୁମ୍‌ ନାଚିଲେ…

ମସୁରୀ, ୧୪।୩: ଟିମ୍‌ ଇଣ୍ଡିଆର ଷ୍ଟାର୍‌ ସ୍ପିନର୍‌ କୁଲଦୀପ ଯାଦବଙ୍କ ପାଇଁ ମାର୍ଚ୍ଚ ୨୦୨୬ ସାରା ଜୀବନ ପାଇଁ ସ୍ମରଣୀୟ ହୋଇ ରହିବ। ଗତ ରବିବାର (୯…

୧୬ରେ କଂଗ୍ରେସର ସଂସଦ ଘେରାଉ ଆନ୍ଦୋଳନ

ନୂଆଦିଲ୍ଲୀ,୧୪ା୩: କେନ୍ଦ୍ର ସରକାର ନିକଟରେ କରିଥିବା ଆମେରିକା ସହ ବାଣିଜ୍ୟ ଚୁକ୍ତିନାମା ଦେଶ ପାଇଁ କ୍ଷତିକାରକ ହେବ ବୋଲି କଂଗ୍ରେସ ଅଭିଯୋଗ କରିଛି। ଏହାର ପ୍ରତିବାଦ ସ୍ବରୁପ…

ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟ୍‌କା! ଲିଗ୍‌ ଆରମ୍ଭର ୧୪ ଦିନ ପୂର୍ବରୁ ଦଳ ଛାଡ଼ିଲେ…

ନୂଆଦିଲ୍ଲୀ, ୧୪।୩: ଆଇପିଏଲ ୨୦୨୬ ପାଇଁ ସମସ୍ତ ଦଳ ନିଜର ପ୍ରସ୍ତୁତି ଜୋରଦାର କରିଛନ୍ତି। କେଉଁଠି ନୂଆ ଜର୍ସି ଲଞ୍ଚ ହେଉଛି ତ କେଉଁଠି ଖେଳାଳିମାନେ ଅଭ୍ୟାସ…

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri