ପ୍ରଥମେ କାହାକୁ ଦିଆଯିବ କରୋନା ଟିକା

ନ୍ୟୁୟର୍କ,୩୧।୭: କରୋନା ଭୁତାଣୁ ସାରା ବିଶ୍ୱରେ ହୁ ହୁ ହୋଇ ବଢି ଚାଲିଛି। ଏବେ ଏହାର ଟିକା ପାଇଁ ବିଭିନ୍ନ ଦେଶ ଚେଷ୍ଟା ଚଳାଇଛନ୍ତି। କିଛି ଟିକା ପରୀକ୍ଷଣର ଶେୟ ପର୍ଯ୍ୟାୟରେ ଅଛି। ତେବେ ଏହି ଟିକାର ସମ୍ପୂର୍ଣ୍ଣ ମାତ୍ରା ପ୍ରଥମେ କାହାକୁ ଦିଆଯିବ ତାହାକୁ ନେଇ ଦ୍ୱନ୍ଦ ଲାଗି ରହିଛି। ଏବେ ଆମେରିକା ସମେତ ଅନ୍ୟାନ୍ୟ ଦେଶ ଗୁଡିକ ଏମିତି ଲୋକଙ୍କୁ ଖୋଜିବା ଆରମ୍ଭ କରାଯାଉଛି, ଯାହାକୁ ପ୍ରଥମେ ଏହି ଟିକା ସମ୍ପୂର୍ଣ୍ଣ ମାତ୍ରା ଦିଆଯାଇପାରିବ। ଏହାର ପ୍ରସ୍ତୁତିରେ ବଡ ବଡ ଡାକ୍ତରଙ୍କ ସମେତ ୨୦୦୯ରେ ଏଚ୍‌୧ଏନ୍‌୧ ଇନଫ୍ଲୁଏଞ୍ଜା ସମୟରେ ଯୋଜନା ପ୍ରସ୍ତୁତ କରିଥିବା ବୈଜ୍ଞାନିକମାନେ ମଧ୍ୟ ସାମିଲ ହୋଇଛନ୍ତି। ଆମେରିକାରେ ସର୍ବପ୍ରଥମେ କରୋନା ଟିକା ସ୍ବାସ୍ଥ୍ୟକର୍ମୀ, ବୃଦ୍ଧାବୃଦ୍ଧ, ଆଇସିୟୁରେ ଭର୍ତ୍ତି ଥିବା ଲୋକ ଏବଂ ଅଧିକ ଅସୁସ୍ଥ ଥିବା ରୋଗୀଙ୍କୁ ଦିଆଯିବ ବୋଲି ଆଲୋଚନା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନିଆଯାଇନାହିଁ। ଆମେରିକାରେ ୨ଟି କରୋନା ଟିକା ପ୍ରସ୍ତୁତ କରାଯାଇଛି। ଯାହାର ପରୀକ୍ଷଣ ଶେଷ ପର୍ଯ୍ୟାୟରେ ରହିଛି। ଚଳିତବର୍ଷ ଶେଷ ଆଡକୁ ଏହି ଟିକାର ପ୍ରଥମ ମାତ୍ରା ରୋଗୀଙ୍କୁ ଦିଆଯିବ ବୋଲି କୁହାଯାଉଛି। ଏବେ ଏହି ଟିକା କାହାକୁ ଦିଆଯିବ ସେମାନଙ୍କ ଏକ ତାଲିକା ପ୍ରସ୍ତୁତ କରାଯାଉଛି। ନ୍ୟାଶନାଲ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ହେଲଥ୍‌ର ନିର୍ଦ୍ଦେଶକ ଫ୍ରାନଶିଶ୍‌ କୋଲିନ୍ସ କହିଛନ୍ତି, କରୋନା ଟିକା ପ୍ରଥମେ କାହାକୁ ଦିଆଯିବ, ଏହା ଏକ ବଡ ବିବାଦ ସୃଷ୍ଟି କରିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri