ସୁଭଦ୍ରା ଟଙ୍କା ୯ରେ ଆସିବ କି ନାହିଁ? ସହଜରେ ଏମିତି କରନ୍ତୁ ଚେକ୍‌…

ଭୁବନେଶ୍ୱର,୬।୧୦: ଆଉ ମାତ୍ର ୩ ଦିନ ବାକି । ହିତାଧିକାରୀଙ୍କ ଖାତାକୁ ଆସିବ ସୁଭଦ୍ରା ଟଙ୍କା । ସୁଭଦ୍ରାର ପ୍ରଥମ ପର୍ଯ୍ୟାୟର ଦ୍ୱିତୀୟ କିସ୍ତିରେ ରାଜ୍ୟର ୪୦ ଲକ୍ଷ ହିତାଧିକାରୀଙ୍କୁ ସରକାର ଟଙ୍କା ପ୍ରଦାନ କରିବେ । ଏହି ଟଙ୍କା ଆସନ୍ତା ୯ତାରିଖରେ ମିଳିବାକୁ ଯାଉଛି। ଏସବୁ ଭିତରେ ସବୁଠୁ ବଡ଼ କଥା ହେଉଛି କେଉଁମାନେ ଟଙ୍କା ପାଇବେ ଓ କେଉଁମାନେ ଟଙ୍କା ପାଇବେ ନାହିଁ ସେ ନେଇ ଏବେ ବି କିଛି ଜଣଙ୍କ ଭିତରେ ଦ୍ୱନ୍ଦ୍ୱ ଲାଗି ରହିିଛି । ଯଦି ଆପଣ ବି ଜଣେ ହିତାଧିକାରୀ ତେବେ ଆସନ୍ତୁ ଜାଣିବା କେମିତି ଚେକ କରିବେ….

ଯଦି ଆପଣ ସୁଭଦ୍ରାରେ ଆବଦେନ କରିନାହାଁନ୍ତି ଆସନ୍ତାକାଲି ଅର୍ଥାତ୍‌ ଅକ୍ଟୋବର ୭ ଭିତରେ ତୁରନ୍ତ ଆପ୍ଲାଏ କରନ୍ତୁ । କିନ୍ତୁ ଯେଉଁମାନେ ଆପ୍ଲାଏ କରିଛନ୍ତି, କିନ୍ତୁ କେମିତି ଜାଣିବେ ସେହିଦିନ ଟଙ୍କା ପାଇବେ କି ନାହିଁ ଆସନ୍ତୁ ଜାଣିବା।

ଆପଣ ସୁଭଦ୍ରା ଯୋଜନା ଫର୍ମରେ ଥିବା ଆପ୍ଲିକେସନ ନମ୍ବର ରସିଦ ନେଇ ଜନ ସେବା କେନ୍ଦ୍ରରେ ନିଜର ଷ୍ଟାଟସ ଦେଖି ପାରିବେ । ଯାହା ଫଳରେ ଆପଣଙ୍କ ଆବେଦନ ପେଣ୍ଡିଙ୍ଗ ଅଛି ରିଜେକ୍ଟ ହୋଇଛି ଜଣା ପଡିବ। ଯେଉଁମାନେ ଆବେଦନ କରିଛନ୍ତି ସରକାର ସମସ୍ତଙ୍କର ଭେରିଫିକେସନ କରିବେ। ଯଦି ପ୍ରଥମ କିସ୍ତି ଯାଇ ନ ଥିବ ତେବେ ମାର୍ଚ୍ଚ ୮ରେ ସମସ୍ତଙ୍କୁ ଏକକାଳୀନ ୨ଟି କିସ୍ତି ଟଙ୍କା ମିଳିବ।

ସୁଭଦ୍ରାର ଫର୍ମ ପୂରଣବେଳେ ତାର ପଞ୍ଜିକରଣ ଫର୍ମ ସହ ଆପଣଙ୍କୁ କିଛି ଜରୁରୀ ଡକ୍ୟୁମେଣ୍ଟ ଦେବାକୁ ପଡିବ। ଯଦି ଆପଣ ଏହି ଦରକାରୀ ଡକ୍ୟୁମେଣ୍ଟ ଦାଖଲ କରି ନ ଥିବେ ଓ ଫର୍ମରେ ଠିକ ସୂଚନା ଦେଇ ନଥିବେ ତେବେ ଆପଣଙ୍କ ଆବେଦନ କଟି ଯାଇପାରେ। ଏହାପରେ ବି ଆପଣ ପୁନଃ ଆବେଦନ କଲେ ଆପଣଙ୍କୁ ଟଙ୍କା ମିଳିବ ନାହିଁ। ଆବେଦନକାରୀଙ୍କ ନାଁରେ ଆଧାର କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଥିବା ଆବଶ୍ୟକ । ବ୍ୟାଙ୍କ ସହ ଆଧାର ସଂଯୋଗ ହୋଇଥିବା ଜରୁରୀ। ତା’ସହିତ ହିତାଧିକାରୀଙ୍କ ମୋବାଇଲ ନମ୍ବରଟି ମଧ୍ୟ ଆଧାର କାର୍ଡ ସହ ଲିଙ୍କ ହୋଇଥିବା ଆବଶ୍ୟକ। ଏଥିସହ ସୁଭଦ୍ରା ଫର୍ମ ଦାଖଲବେଳେ ଆପଣଙ୍କୁ ଆଧାରର ଜେରକ୍ସ ସହ ରାସନ କାର୍ଡ ଓ କାର୍ଯ୍ୟକ୍ଷମ ବ୍ୟାଙ୍କ ଆକାଉଣ୍ଟ ଖାତାର ଜେରକ୍ସ ଦାଖଲ କରିବା ଜରୁରୀ। ଏଥିସହ ବାୟୋମେଟ୍ରିକ ବି ସଠିକ ଭାବେ ଦେଇଥିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri