ରାତ୍ରୀକାଳୀନ କର୍ଫ୍ୟୁ ସମୟରେ କାହାକୁ ମିଳିବ ଇ-ପାସ୍‌

ନୂଆଦିଲ୍ଲୀ,୬।୪: ରାଜଧାନୀ ଦିଲ୍ଲୀରେ ବର୍ଦ୍ଧିତ କରୋନା ମାମଲାକୁ ଦେଖି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ମଙ୍ଗଳବାରଠୁଁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ କରାଯାଇଛି। ଏପ୍ରିଲ ୩୦ ପର୍ଯ୍ୟନ୍ତ ରାତ୍ର ୧୦ଟାରୁ ସକାଳ ୫ଟା ଯାଏଁ ଏହି କର୍ଫ୍ୟୁ ଲାଗୁ ହେବ। ତେବେ ରାତ୍ରୀକାଳୀନ କର୍ଫ୍ୟୁ ପାଇଁ ଏକ ଗାଇଡ୍‌ଲାଇନ ଜାରି କରାଯାଇଛି। ଏହି ଗାଇଡ୍‌ଲାଇନ ଅନୁସାରେ ରାତିରେ ଭାକ୍ସିନ ନେବାକୁ ଯାଉଥିବା ବ୍ୟକ୍ତିଙ୍କ ପାଇଁ କଟକଣା କୋହଳ କରାଯିବ। କିନ୍ତୁ ସେମାନଙ୍କ ପାଖରେ ଇ-ପାସ୍‌ ରହିବା ନିହାତି ଆବଶ୍ୟକ। ସେହିପରି କର୍ଫ୍ୟୁ ସମୟରେ ରାଶନ, ଖାଦ୍ୟସାମଗ୍ରୀ, ଫଳ ପନିପରିବା, ଦୁଗ୍ଧ ଓ ଔଷଧ ଦୋକାନୀମାନଙ୍କୁ ଇ-ପାସ୍‌ ମାଧ୍ୟମରେ ଯିବା ଆସିବାକୁ ଅନୁମତି ମିଳିବ। ଏତ୍‌ଦ ବ୍ୟତୀତ ପ୍ରିଣ୍ଟ୍‌ ଓ ଇଲେକ୍‌ଟ୍ରୋନିକ ଗଣମାଧ୍ୟମ ମଧ୍ୟ ଇ-ପାସ୍‌ ଜରିଆରେ ଗମନାଗମନ କରିପାରିବେ। ଏହି ସମୟରେ ଘରୋଇ ଡାକ୍ତର, ନର୍ସ ଓ ପାରାମେଡିକାଲ ଷ୍ଟାଫ୍‌ ନିଜର ଆଇଡି କାର୍ଡ ଦେଖାଇ କଟକଣା ମୁକ୍ତ ହୋଇପାରିବେ। ତେବେ ବିମାନ ବନ୍ଦର, ରେଲଓ୍ବେ ଷ୍ଟେସନ୍‌ ଓ ବସ୍‌ ଷ୍ଟାଣ୍ଡ ଯାଉଥିବା ଯାତ୍ରୀଙ୍କ ପାଖରେ ଯଦି ବୈଧ ଟିକେଟ ରହିଥିବ ତେବେ ସେମାନଙ୍କୁ ଛାଡ଼ ଦିଆଯିବ। ଏଥିସହ ଗର୍ଭବତୀ ମହିଳା ଓ ରୋଗୀଙ୍କ ପାଇଁ ରାତ୍ରୀକାଳୀନ କର୍ଫ୍ୟୁ ସମୟରେ କଟକଣା କୋହଳ ରହିବ ବୋଲି ସୂଚନା ରହିଛି। ସୂଚନାଯୋଗ୍ୟ, ଦିଲ୍ଲୀରେ ଗତ ୨୪ ଘଣ୍ଟାରେ ୩,୫୪୮ ନୂଆ କରୋନା ମାମଲା ଚହ୍ନଟ ହୋଇଥିବା ବେଳେ ୧୫ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri