Posted inଜାତୀୟ

ମୋଦି ସରକାର ୩.୦ରେ କାହାକୁ ମିଳିବ କେଉଁ ମନ୍ତ୍ରଣାଳୟ?

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍‌ ଜୁନ ୯ରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ୭୧ ମନ୍ତ୍ରୀ ରାଷ୍ଟ୍ରପତି ଭବନରେ ଶପଥ ଗ୍ରହଣ କରିଥିଲେ। ପ୍ରଥମ କ୍ୟାବିନେଟ ବୈଠକ ସୋମବାର ସାରେ ଲୋକ କଲ୍ୟାଣ ମାର୍ଗରେ ଥିବା ତାଙ୍କ ବାସଭବନରେ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି।ତେବେ ମୋଦି କ୍ୟାବିନେଟରେ କାହାକୁ କେଉଁ ମନ୍ତ୍ରଣାଳୟ ଦିଆଯିବ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଏହି ବୈଠକ ପରେ ଚିତ୍ର ସ୍ପଷ୍ଟ ହୋଇପାରେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ମୋଦି ସରକାରଙ୍କ ନୂତନ କ୍ୟାବିନେଟରେ ଅନ୍ତର୍ଭୁକ୍ତ ଲୋକଙ୍କ ପାଇଁ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡାା ମଧ୍ୟ ରାତ୍ରୀ ଭୋଜନ ଆୟୋଜନ କରିଛନ୍ତି।

ସୂଚନାଯୋଗ୍ୟ, ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରି ନରେନ୍ଦ୍ର ମୋଦି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହର ଲାଲ ନେହେରୁଙ୍କ ରେକର୍ଡକୁ ସମାନ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟ ପରି, ଏଥର ଅମିତ ଶାହା, ରାଜନାଥ ସିଂ, ନିତିନ ଗଡକରୀଙ୍କ ସମେତ ଅନେକ ବରିଷ୍ଠଙ୍କ ନାମ ମଧ୍ୟ କ୍ୟାବିନେଟ ମନ୍ତ୍ରୀଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ ହୋଇଛି। ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ, ପୂର୍ବତନ ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର, ଏଚଡି କୁମାରସ୍ବାମୀ, ପୀୟୁଷ ଗୋୟଲଙ୍କ ଭଳି ବଡ ନେତାଙ୍କ ନାମ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟେନସନ ବଢାଇଲେଣି ଅଭିଜିତ ଦୀପକେ, ଜାଣନ୍ତୁ ଏଥର କାହାର ଇସ୍ତଫା ଦାବି କରୁଛନ୍ତି

ନୂଆଦିଲ୍ଲୀ,୨୧।୯: ‘କକରୋଚ ଜନତା ପାର୍ଟି’(CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ, ଛାତ୍ରୀଛାତ୍ରଙ୍କ ବିକ୍ଷୋଭ ପରେ ମହାରାଷ୍ଟ୍ର ପବ୍ଲିକ ସର୍ଭିସ କମିଶନ (MPSC) ଅଧିକାରୀଙ୍କ ଇସ୍ତଫା ଦାବି କରିଛନ୍ତି। ଯଦି…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଏସିଆନ ଗେମ୍ସର ଓପନିଂ ମ୍ୟାଚ୍‌ରେ ଭାରତର ବଡ଼ ବିଜୟ

କାକାମିଗାହାରା,୨୦ା୯: ଏସିଆନ ଗେମ୍ସ ପୁରୁଷ ହକି ପୁଲ୍‌ ‘ଏ’ର ଓପନିଂ ମ୍ୟାଚରେ ଭାରତ ୧୩-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ଷ୍ଟ୍ରାଇକର ଦିଲ୍‌ପ୍ରୀତ ସିଂ ଏକାକି ୪ଟି…

ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆନ୍ଦୋଳନର ସମସ୍ତ ମାମଲା ପ୍ରତ୍ୟାହାର….

କୋଲକାତା,୨୦ା୯: ପଶ୍ଚିମବଙ୍ଗରେ କୁର୍ମି ସମୁଦାୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ। ପୂର୍ବ ସରକାରଙ୍କ ସମୟରେ କୁର୍ମି ଆନ୍ଦୋଳନ ସହ ଜଡ଼ିତ ଯେଉଁ ସବୁ…

ଟି୨୦ କ୍ରିକେଟରେ ଇତିହାସ ରଚିଲେ ମନ୍ଧାନା

ନିଶିନ,୨୦ା୯: ଭାରତୀୟ ଓପନର ସ୍ମୃତି ମନ୍ଧାନା ରବିବାର ନିଜ କ୍ୟାରିୟରରେ ଆଉ ଏକ ରେକର୍ଡର ଅଧିକାରୀ ହୋଇଛନ୍ତି। ବାଂଲାଦେଶ ବିପକ୍ଷ ଏସିଆନ ଗେମ୍ସ ସେମିଫାଇନାଲ ମ୍ୟାଚ୍‌ରେ ୩୭…

‘ଛାତ୍ରୋଁ କୀ ଗୁଞ୍ଜ୍‌’ କାର୍ଯ୍ୟକ୍ରମରେ ହାସ୍ୟାଭିନେତାଙ୍କ ଦ୍ୱାରା ମୋଦିଙ୍କୁ ନକଲ, ଦେଶରେ ହଇଚଇ!

ନୂଆଦିଲ୍ଲୀ,୨୦ା୯: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ରାଜନୈତିକ ବିବାଦ ଜୋର ଧରିଛି । ମଧ୍ୟପ୍ରଦେଶର ଇନ୍ଦୋରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ‘ଛାତ୍ରୋଁ କୀ ଗୁଞ୍ଜ୍‌’…

ଶେଫାଳିଙ୍କ ଦମ୍‌ଦାର ଶତକ: ଫାଇନାଲରେ ଭାରତ

ନିଶିନ,୨୦ା୯: ଶେଫାଳି ବର୍ମାଙ୍କ ଶତକ ବଳରେ ଖେଳାଯାଇଥିବା ସେମିଫାଇନାଲ ମ୍ୟାଚ୍‌ରେ ଭାରତ ୧୧୪ ରନ୍‌ରେ ବାଂଲାଦେଶକୁ ହରାଇ ମହିଳା କ୍ରିକେଟ ଟି୨୦ ଇଭେଣ୍ଟ ଫାଇନାଲରେ ପ୍ରବେଶ କରିଛି।…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?