ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଚଳିତବର୍ଷ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଜିଲାସ୍ତରୀୟ ଉତ୍ସବରେ କେଉଁ ମନ୍ତ୍ରୀ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ତାଲିକା ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପୁରୀ, ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲିକ ଅନୁଗୋଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କଳାହାଣ୍ଡି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗଞ୍ଜାମ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ବାଲେଶ୍ୱର, କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ରାୟଗଡ଼ା, ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି କନ୍ଧମାଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମୟୂରଭଞ୍ଜ, ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବରଗଡ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ ସମ୍ବଲପୁର, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ନୟାଗଡ଼, ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କେନ୍ଦୁଝର, ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯାଜପୁର, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବଲାଙ୍ଗୀର, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୁନ୍ଦରଗଡ଼, ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାଏକ କୋରାପୁଟ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ନବରଙ୍ଗପୁର, ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଗଜପତି ଓ କୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଜିଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ। ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂଆପଡ଼ା, ସୁବର୍ଣ୍ଣପୁର ଏବଂ ଜଗତ୍‌ସିଂହପୁର ଜିଲାସ୍ତରୀୟ ଉତ୍ସବରେ ସ୍ଥାନୀୟ ଜିଲାପାଳଙ୍କ ଦ୍ୱାରା ପତାକା ଉତ୍ତୋଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri