Indian flag waving in blue sky
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଚଳିତବର୍ଷ ଜାନୁୟାରୀ ୨୬ ସାଧାରଣତନ୍ତ୍ର ଦିବସ ଜିଲାସ୍ତରୀୟ ଉତ୍ସବରେ କେଉଁ ମନ୍ତ୍ରୀ କେଉଁଠାରେ ପତାକା ଉତ୍ତୋଳନ କରିବେ ସେନେଇ ତାଲିକା ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କଟକ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପୁରୀ, ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲିକ ଅନୁଗୋଳ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କଳାହାଣ୍ଡି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ଗଞ୍ଜାମ, ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ବାଲେଶ୍ୱର, କୃଷିମନ୍ତ୍ରୀ ଅରୁଣ କୁମାର ସାହୁ ରାୟଗଡ଼ା, ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି କନ୍ଧମାଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂ ମୟୂରଭଞ୍ଜ, ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ବରଗଡ, ମହିଳା ଓ ଶିଶୁବିକାଶ ମନ୍ତ୍ରୀ ଟୁକୁନି ସାହୁ ସମ୍ବଲପୁର, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ନୟାଗଡ଼, ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର କେନ୍ଦୁଝର, ବିଜ୍ଞାନ ଓ କାରିଗରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଯାଜପୁର, ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବଲାଙ୍ଗୀର, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୁନ୍ଦରଗଡ଼, ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାଏକ କୋରାପୁଟ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ନବରଙ୍ଗପୁର, ବୟନଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ଗଜପତି ଓ କୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରାଙ୍କୁ ମାଲକାନଗିରି ଜିଲାସ୍ତରୀୟ ଉତ୍ସବରେ ପତାକା ଉତ୍ତୋଳନ କରିବେ। ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନୂଆପଡ଼ା, ସୁବର୍ଣ୍ଣପୁର ଏବଂ ଜଗତ୍ସିଂହପୁର ଜିଲାସ୍ତରୀୟ ଉତ୍ସବରେ ସ୍ଥାନୀୟ ଜିଲାପାଳଙ୍କ ଦ୍ୱାରା ପତାକା ଉତ୍ତୋଳନ କରାଯିବ।