କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୧୧ା୮(ଅନିଲ ଦାସ): ଆସନ୍ତା ଅଗଷ୍ଟ ୧୫ ତାରିଖ ୭୭ତମ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ ଓ ଅନ୍ୟମାନେ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ ଏ ନେଇ ଗୃହ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି କରାଯାଇଛି। ରାଜ୍ୟର ୨୦ଜଣ ମନ୍ତ୍ରୀ ବିଭିନ୍ନ ଜିଲାରେ, ରାଉରକେଲା ଓ ବ୍ରହ୍ମପୁରରେ ୨ଜଣ ଆର୍‌ଡିସି ଏବଂ ୧୦ଟି ଜିଲାରେ ଜିଲାପାଳମାନେ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ କରିବା ସହ ପରେଡ ଅଭିବାଦନ ଗ୍ରହଣ କରିବେ।
ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ପତାକା ଉତ୍ତୋଳନ ଓ ପରେଡ ଅଭିବାଦନ ଗ୍ରହଣ କରିବେ। ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା କନ୍ଧମାଳରେ ପତାକା ଉତ୍ତୋଳନ କରିବା ବେଳେ ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ ପୁରୀ, କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କୋରାପୁଟ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଗଞ୍ଜାମ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ବରଗଡ଼, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ସମ୍ବଲପୁର, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ କେନ୍ଦୁଝର ଏବଂ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ ଅନୁଗୋଳ ଜିଲାରେ ପତାକା ଉତ୍ତୋଳନ କରିବେ। ସେହିପରି ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ରାୟଗଡ଼ା ଜିଲାରେ ପତାକା ଉତ୍ତୋଳନ କରିବା ବେଳେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଜଗତ୍‌ସିଂହପୁର, ଭିନ୍ନକ୍ଷମ ଓ ସାମାଜିକ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବଲାଙ୍ଗୀର, ଯୋଜନା ଓ ସଂଯୋଜନା ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ ସୁନ୍ଦରଗଡ଼, ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ କଟକ, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡି ବାଲେଶ୍ୱର, ଶ୍ରମ ଓ କର୍ମଚାରୀ ବୀମା ମନ୍ତ୍ରୀ ସାରଦା ପ୍ରସାଦ ନାୟକ ଝାରସୁଗୁଡ଼ା, ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର ମୟୂରଭଞ୍ଜ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ କଳାହାଣ୍ଡି, କ୍ରୀଡ଼ା ଓ ଯୁବସେବା ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ମାଲକାନଗିରି, ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ରୀତା ସାହୁ ସୋନପୁର ଏବଂ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ ଢେଙ୍କାନାଳ ଜିଲାସ୍ତରୀୟ ସ୍ବାଧୀନତା ଦିବସ ସମାରୋହରେ ଜାତୀୟ ପତାକା ଉତ୍ତୋଳନ ସହ ପରେଡ୍‌ ଅଭିବାଦନ ଗ୍ରହଣ କରିବେ। ସେହିପରି ଭଦ୍ରକ, ବୌଦ୍ଧ, ଦେବଗଡ଼,ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଙ୍ଗପୁର ଓ ନୟାଗଡ଼ ଜିଲାରେ ସମ୍ପୃକ୍ତ ଜିଲାପାଳ ଏବଂ ବ୍ରହ୍ମପୁର ଓ ରାଉରକେଲାରେ ଯଥାକ୍ରମେ ଦକ୍ଷିଣାଞ୍ଚଳ ଆର୍‌ଡିସି ଓ ଉତ୍ତରାଞ୍ଚଳ ଆର୍‌ଡିସି ଜାତୀୟ ପତାକା ଉତ୍ତୋଳନ କରିବା ସହ ପରେଡ୍‌ ଅଭିବାଦନ ଗ୍ରହଣ କରିବେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri