କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୯ା୮(ବ୍ୟୁରୋ):ଅଗଷ୍ଟ ୧୫ରେ କେଉଁ ମନ୍ତ୍ରୀ କେଉଁଠି ଜାତୀୟ ପତାକା ଉଡ଼ାଇବେ ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ତାଲିକା ଘୋଷଣା କରାଯାଇଛି। ଉକ୍ତ ଘୋଷଣା ଅନୁଯାୟୀ, ଏସ୍‌ସି/ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା କନ୍ଧମାଳରେ ଜାତୀୟ ପତାକା ଉତ୍ତୋଳନ କରିବା ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପୁରୀ, କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଢେଙ୍କାନାଳ, ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ବଲାଙ୍ଗୀର, ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କେନ୍ଦୁଝର, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ ନୟାଗଡ଼, ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ କଟକ, ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ ସୁନ୍ଦରଗଡ଼, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମୟୂରଭଞ୍ଜରେ ପତାକା ତ୍ତତ୍ତୋଳନ କରିବେ। ସେହିପରି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବକିଶୋର ଦାସ ବରଗଡ଼ରେ ପତାକା ଉତ୍ତୋଳନ କରିବା ବେଳେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ବାଲେଶ୍ୱର, ସାମାଜିକ ସୁରକ୍ଷା, ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଗଞ୍ଜାମ, ଯୋଜନା ଓ ସଂଯୋଜନ ମନ୍ତ୍ରୀ ରାଜେନ୍ଦ୍ର ଢୋଲ୍‌କିଆ କଳାହାଣ୍ଡି, ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମାଲକାନଗିରି, ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଅଶ୍ୱିନୀ ପାତ୍ର ସମ୍ବଲପୁର, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ କୋରାପୁଟ, ଶ୍ରମ ଓ ନିୟୋଜନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଗଜପତି, କ୍ରୀଡ଼ା ଓ ଯୁବସେବା ବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଖୋର୍ଦ୍ଧା, ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ସୋନପୁର, ହସ୍ତତନ୍ତ ଓ ବୟନଶିଳ୍ପ ମନ୍ତ୍ରୀ ରୀତା ସାହୁ ନୂଆପଡ଼ା ଏବଂ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ୍‌ ଅନୁଗୋଳ ଜିଲାରେ ପତାକା ଉତ୍ତୋଳନ କରିବେ। ତେବେ ବ୍ରହ୍ମପୁରରେ ଦକ୍ଷିଣାଞ୍ଚଳ ଆର୍‌ଡିସି, ରାଉରକେଲାରେ ଉତ୍ତରାଞ୍ଚଳ ଆର୍‌ଡିସି ଏବଂ ଭଦ୍ରକ, ବୌଦ୍ଧ, ଦେବଗଡ଼, ଜଗତ୍‌ସିଂହପୁର, ଯାଜପୁର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ନବରଙ୍ଗପୁର ଓ ରାୟଗଡ଼ାଠାରେ ଜିଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବାକୁ ସ୍ଥିର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ମୁଣ୍ଡବିନ୍ଧା କରୁଛି ନ୍ୟାୟିକ ମାମଲା, ଆଇନ ବିଭାଗର ସହାୟତା ଲୋଡ଼ିଲା ପୂର୍ତ୍ତ ବିଭାଗ

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପ୍ରତ୍ୟେକ ବିଭାଗରେ ନ୍ୟାୟିକ ମାମଲାର ସୁପରିଚାଳନା କରିବାପାଇଁ ସ୍ବତନ୍ତ୍ର ଲିଗାଲ ସେଲ୍‌ ରହିଛି। ହେଲେ ବିଭିନ୍ନ ସମୟରେ ଦାୟିତ୍ୱସମ୍ପନ୍ନ ଅଧିକାରୀମାନେ ଠିକଣା…

ଦୁର୍ଗାପୂଜାରେ ହେବକି ବାତ୍ୟା? ବଡ଼ ସୂଚନା ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୧୨।୧୦(ବନ୍ଦନା ସେଠୀ): ଥାଇଲାଣ୍ଡ ଉପସାଗର ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରକୁ ପ୍ରବେଶ କରିବ ଓ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?