Posted inଖେଳ

ଧାଓ୍ବନଙ୍କ ସହ କିଏ କରିବ ଓପନିଂ

କଲମ୍ବୋ,୧୭।୭: ରବିବାର ଠାରୁ ଆରମ୍ଭ ହେବାକୁ ଯାଉଛି ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌। ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଅଧିନାୟକ ଶିଖର ଧାଓ୍ବନଙ୍କ ସହ କିଏ ଓପନିଂ କରିବ, ସେ ନେଇ ଚିନ୍ତାରେ ଟିମ୍‌ ମ୍ୟାନେଜମେଣ୍ଟ। କାରଣ ଫାଙ୍କା ଥିବା ଓପନିଂ ସ୍ଲଟ ପାଇଁ ପୃଥ୍ବୀ ଶ’, ଦେବଦତ୍ତ ପାଡିକଲ ଓ ରୁତୁରାଜ ଗାଏକ୍ୱାଡଙ୍କ ଭଳି ଦାବିଦାର ଅଛନ୍ତି। ଏହା ଉପରେ ମତ ରଖିଛନ୍ତି ପୂର୍ବତନ ଓପନର ତଥା ଭାଷ୍ୟକାର ଆକାଶ ଚୋପ୍ରା। ତାଙ୍କ ମତରେ ପ୍ରଥମ ଦିନିକିଆରେ ଧାଓ୍ବନଙ୍କ ସହ ପୃଥ୍ବୀ ଶ’ ଓପନିଂ କରିବା ଉଚିତ।

ମୋ ମତରେ ଧାଓ୍ବନଙ୍କ ସହ ପୃଥ୍ବୀଙ୍କୁ ସୁଯୋଗ ମିଳିବା ଉଚିତ। କାରଣ ସେ ଦଳକୁ ପ୍ରଲୋଭନକାରୀ ବିକଳ୍ପ ଦିଅନ୍ତି। ତାଙ୍କ ନିକଟରେ ଇନିଂସ ଆରମ୍ଭରୁ ବିସ୍ଫୋରକ ବ୍ୟାଟିଂ କରିବାର ଦକ୍ଷତା ରହିଛି। ଯଦି ଏଭଳି ଖେଳାଳିଙ୍କୁ ସୁଯୋଗ ଦିଆଯାଏ ଓ ସେ ଏହାର ସଠିକ୍‌ ଫାଇଦା ଉଠାନ୍ତି, ତେବେ ଦଳକୁ ଏକ ଭଲ ବିକଳ୍ପ ମିଳିବ ବୋଲି ଆକାଶ ତାଙ୍କ ୟୁଟ୍ୟୁବ ଚ୍ୟାନେଲରେ କହିଛନ୍ତି।

ଅକ୍ଟୋବରରେ ୟୁଏଇରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ର ଓପନିଂ ପାଇଁ ଅଧିନାୟକ ବିରାଟ କୋହଲି, ରୋହିତ ଶର୍ମା, ଲୋକେଶ ରାହୁଲ ଓ ଶିଖର ଧାଓ୍ବନ ଦାବିଦାର ଅଛନ୍ତି। ଯଦି ପୃଥ୍ବୀ ଶ୍ରୀଲଙ୍କା ବିପକ୍ଷ ସିରିଜ୍‌ରେ ଆଖିଦୃଶିଆ ପ୍ରଦର୍ଶନ କରନ୍ତି, ତେବେ ତାଙ୍କୁ ମଧ୍ୟ ଏହି ରେସରେ ଏଣ୍ଟ୍ରି ମିଳିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri