Posted inଜାତୀୟ

ଦିଲ୍ଲୀ କାହାର ହେବ: ରାହୁଲଙ୍କୁ କଟାକ୍ଷ କଲେ ଅଖିଳେଶ, କହିଲେ ତୁମର ଦମ୍‌ ନାହିଁ…

ନୂଆଦିଲ୍ଲୀ,୮।୧: ଦିଲ୍ଲୀରେ ବାଜି ସାରିଛି ନିର୍ବାଚନୀ ବିଗୁଲ। ବିଗୁଲ ବାଜିବାର କିଛିକ୍ଷଣ ମଧ୍ୟରେ ଦିଲ୍ଲୀର ସବୁଦଳ ଅଣ୍ଟା କଷି ସାରିଛନ୍ତି। ତେବେ କଂଗ୍ରେସ ସମେତ ଏଏପି ଓ ଭାଜପା ମଇଦାନକୁ ଓହ୍ଲାଇଛନ୍ତି। ହେଲେ ଏହାରି ଭିତରେ ଦିଲ୍ଲୀ ରାଜନୀତିକୁ ରୋଚକ କରାଉଛି ଇଣ୍ଡିଆ ମେଣ୍ଟରେ ଥିବା ନେତାଙ୍କ ବୟାନ। କଂଗ୍ରେସ ଓ ଏଏପି ଦୁହେଁ ଅଲଗା ଅଲଗା ନିର୍ବାଚନ ଲଢିବେ ବୋଲି ଘୋଷଣା କରିଛନ୍ତି। କିନ୍ତୁ ସବୁଠାରୁ ବଡ଼କଥା ହେଉଛି କଂଗ୍ରେସର ସବୁଠାରୁ ବଡ଼ ବନ୍ଧୁ ବୋଲାଇଥିବା ସମାଜବାଦୀ ପାର୍ଟି ଏବେ ତା’ର ହାତ ଛାଡିଦେଇଛି। ଏସପି ଏବେ ଏଏପିକୁ ସମର୍ଥନ କରିବ ବୋଲି କହିଛି। ସେହିପରି ଟିଏମସି ମଧ୍ୟ ଏଏପିକୁ ଖୋଲାଖୋଲି ସମର୍ଥନ ଜଣାଇଛି। ଯାହାକୁ ନେଇ ଦିଲ୍ଲୀ ରାଜନୀତି ସରଗରମ ହୋଇଛି।

ଏସପି ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଏଏପି ପାଇଁ ର୍ନିବାଚନ ପ୍ରଚାର କରୁଥିବାର ମଧ୍ୟ ଦେଖିବାକୁ ମିଳିଛି। ସେ କହିଛନ୍ତି ଦିଲ୍ଲୀରେ ଯଦି ଭାଜପାକୁ କେହି ହରାଇ ପାରିବ ସେ ହେଉଛି ଏଏପି। କଂଗ୍ରେସ ଏବେ ଭାଜପାକୁ ହରାଇବା ସ୍ଥିତିରେ ନାହିଁ। ଆଗକୁ ଆହୁରି ଏଏପି ପାଇଁ ର୍ନିବାଚନ ପ୍ରଚାର କରିବି ବୋଲି ଅଖିଳେଶ କହିଛନ୍ତି।

ଅନ୍ୟପଟେ ମମତାଙ୍କ ଦଳର ନେତା କୁର୍ଣ୍ଣାଲ ଘୋଷ ମଧ୍ୟ ଏଏପିକୁ ସମର୍ଥନ କରିଛନ୍ତି। ସେ କହିଛନ୍ତି ଆମେ ଚାହୁଁଛୁ ଆପ ପୁଣି ଥରେ ଦିଲ୍ଲୀରେ ସରକାର କରୁ। ଏଠାରେ ଭାଜପାକୁ ହରାଇବା ପାଇଁ ଆମ ଆଦମୀ ପାର୍ଟିକୁ ମଜବୁତ ହେବାକୁ ପଡ଼ିବ। ଆମେ ଚାହୁଁଛୁ ଦିଲ୍ଲୀରେ ପୁଣି ଥରେ କେଜରିୱାଲଙ୍କ ଦଳ କ୍ଷମତାକୁ ଆସୁ।

ସୂଚନାଥାଉକି, ଦିଲ୍ଲୀ ବିଧାନସଭା ର୍ନିବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ର୍ନିବାଚନ କମିଶନର । ଫେବୃଆରୀ ୫ରେ ଏକା ଥରକେ ସରିବ ସମସ୍ତ ୭୦ ବିଧାନସଭା ଆସନରେ ଭୋଟିଂ । ସେହିପରି ୮ ତାରିଖରେ ଗଣତି ସହ ସ୍ପଷ୍ଟ ହୋଇଯିବ, ଆଗାମୀ ୫ ବର୍ଷ ପାଇଁ ଦିଲ୍ଲୀ କାହାର ହେବ ।

 


Enter your email to get our daily news in your inbox.

All Right Reserved By Dharitri.Com

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା

ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍‌ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା…

ଇରାନ ଉପରୁ କଟକଣା ହଟାଇଲେ ଟ୍ରମ୍ପ୍‌, ତେହରାନ କହିଲା ଆମ ପାଖରେ…

ଓ୍ବାଶିଂଟନ/ତେହରାନ୍‌,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବାବେଳେ ଏହାକୁ ପ୍ରଶମିତ କରିବା ପାଇଁ ଆମେରିକା ସମୁଦ୍ରରେ ଅଟକି…

ଜାହାଜ ଚଳାଚଳ ପକ୍ଷରୁ ବଡ଼ ସୂଚନା: ଆଉ ୨ ଭାରତୀୟ ଏଲ୍‌ପିଜି ବୋଝେଇ ଟ୍ୟାଙ୍କର ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ ଅତିକ୍ରମ କରିବ

ନୂଆଦିଲ୍ଲୀ,୨୧ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ବିଶ୍ୱର ପ୍ରମୁଖ ତୈଳ ପରିବହନ ପଥ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌କୁ ଇରାନ ଅବରୋଧ କରିଥିବା ବେଳେ ଭାରତରେ ତରଳୀକୃତ ପେଟ୍ରୋଲିୟମ ଗ୍ୟାସ୍‌(ଏଲ୍‌ପିଜି)…

ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…

ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ…

ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ

ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri