ରାଷ୍ଟ୍ରପତି ଇବ୍ରାହିମ ରଇସଙ୍କ ମୃତ୍ୟୁ ପରେ କିଏ ସମ୍ଭାଳିବେ ଏହି ପଦ? କ’ଣ କହୁଛି ସମ୍ବିଧାନ

ତେହେରାନ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଇରାନର ଉଦ୍ଧାରକାରୀ ଦଳ ରେଡ କ୍ରେସେଣ୍ଟ ଘଣ୍ଟା ଘଣ୍ଟା ପରିଶ୍ରମ ପରେ ହେଲିକପ୍ଟର ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ, ଯେଉଁଠାରେ କେହି ବଞ୍ଚିବାର କୌଣସି ଚିହ୍ନ ନଥିଲା।
ଏହି ହେଲିକପ୍ଟରରେ ରାଷ୍ଟ୍ରପତି ରଇସି ଏବଂ ଇରାନର ବୈଦେଶିକ ମନ୍ତ୍ରୀ ହୋସେନ ଆମୀର ଅବଦୁଲ୍ଲାୟାନଙ୍କ ସମେତ ମୋଟ ୯ଜଣ ଲୋକ ଥିଲେ ଏବଂ ଏହି ଦୁର୍ଘଟଣାରେ ସମସ୍ତେ ମରିଥିବେ ବୋଲି ଆଶଙ୍କା କରାଯାଉଛି। ଇବ୍ରାହିମ ରାଇସିଙ୍କ ହଠାତ୍ ଦେହାନ୍ତ ପରେ ପ୍ରଶ୍ନ ଉଠୁଛି ଯେ ତାଙ୍କ ପରେ ଇରାନର ଦାୟିତ୍ୱ କିଏ ନେବେ? ଇରାନର ସମ୍ବିଧାନ କ’ଣ କହୁଛି ଜାଣନ୍ତୁ।
ଇରାନର ସମ୍ବିଧାନ ଅନୁଯାୟୀ, ଯଦି ଜଣେ ସିଟିଂ ରାଷ୍ଟ୍ରପତିଙ୍କର ହଠାତ୍‌ ମୃତ୍ୟୁ ହୁଏ, ତେବେ ଧାରା ୧୩୧ ଅନୁଯାୟୀ, ପ୍ରଥମ ଉପରାଷ୍ଟ୍ରପତିଙ୍କୁ ସର୍ବାଧିକ ୫୦ ଦିନ ଏହି ଦାୟିତ୍ୱ ଦିଆଯାଇପାରିବ। ତେବେ ଏଥିପାଇଁ ଇରାନର ସର୍ବୋଚ୍ଚ ନେତା ଅର୍ଥାତ୍‌ ଅଯାତୁଲ୍ଲା ଖାମୋନେଇଙ୍କ ଅନୁମୋଦନ ଆବଶ୍ୟକ ହେବ। ଏହି ଅନୁଯାୟୀ ଇରାନର ପ୍ରଥମ ଉପରାଷ୍ଟ୍ରପତି ମହମ୍ମଦ ମୋଖବରଙ୍କୁ ବର୍ତ୍ତମାନ ରାଷ୍ଟ୍ରପତି କରାଯାଇପାରିବ।

ଏହା ପରେ ଉପରାଷ୍ଟ୍ରପତି, ସଂସଦର ବାଚସ୍ପତି ଏବଂ ନ୍ୟାୟପାଳିକାର ମୁଖ୍ୟଙ୍କୁ ନେଇ ଗଠିତ ପରିଷଦକୁ ସର୍ବାଧିକ ୫୦ ଦିନ ମଧ୍ୟରେ ନୂତନ ରାଷ୍ଟ୍ରପତିଙ୍କ ପାଇଁ ନିର୍ବାଚନ ବ୍ୟବସ୍ଥା କରିବାକୁ ପଡ଼ିବ। ୨୦୨୧ରେ ଇବ୍ରାହିମ ରଇସି ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିଲେ ଏବଂ ବର୍ତ୍ତମାନ ପରବର୍ତ୍ତୀ ରାଷ୍ଟ୍ରପତି ନିର୍ବାଚନ ୨୦୨୫ରେ ହେବ। ତେବେ ତାଙ୍କ ମୃତ୍ୟୁ ପରେ ଖୁବ ଶୀଘ୍ର ସେଠାରେ ପୁଣି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri