କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର ରାୟ ସଂରକ୍ଷିତ ରହିଛି। ପ୍ରତ୍ୟେକ ରାଜ୍ୟ କୋଭିଡ୍‌ ମୃତକଙ୍କ ପରିବାରକୁ ଦେଇଥିବା କ୍ଷତିପୂରଣର ସବିଶେଷ ବିବରଣୀ ଏବଂ ସେମାନେ କେଉଁ ପାଣ୍ଠିରୁ ଏହା ଦେଇଛନ୍ତି ତାହା ଜଣାଇବା ପାଇଁ ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଅବକାଶକାଳୀନ ଖଣ୍ଡପୀଠ ସୋମବାର ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ କହିଥିଲେ। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ବିଭିନ୍ନ ରାଜ୍ୟ ଭିନ୍ନ ଭିନ୍ନ କ୍ଷତିପୂରଣ ରାଶି ପ୍ରଦାନ କରୁଥିବା ଆବେଦନକାରୀ କୋର୍ଟଙ୍କୁ ଜଣାଇଥିଲେ। ଏଥିସହିତ କେନ୍ଦ୍ର ସରକାର ସମାନ କ୍ଷତିପୂରଣ ନୀତି ନିର୍ଦ୍ଧାରଣ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ପିଟିଶନର ଅଦାଲତଙ୍କୁ ଅନୁରୋଧ କରିଥିଲେ। ତୁଷାର ମେହେଟ୍ଟା, ବରିଷ୍ଠ ଆଇନଜୀବୀ ଏସ୍‌.ବି. ଉପାଧ୍ୟାୟ ଏବଂ ଅନ୍ୟ ଆଇନଜୀବୀମାନଙ୍କୁ ୩ ଦିନ ମଧ୍ୟରେ ଲିଖିତ ବିବରଣୀ ରଖିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଆର୍ଥିକ ଅବସ୍ଥା ଭଲ ନ ଥିବା ଦର୍ଶାଇ କୋଭିଡ୍‌ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଯୋଗାଇବାକୁ କେନ୍ଦ୍ର ସରକାର ପୂର୍ବରୁ ଅକ୍ଷମତା ପ୍ରକାଶ କରିଥିଲେ।
କ୍ଷତିପୂରଣ ନ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱାଧୀନ ଏନ୍‌ଡିଏମ୍‌ଏ (ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ) ନିଷ୍ପତ୍ତି ନେଇଛି କି ବୋଲି ସୋମବାର ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଥିଲେ। ସମାନ କ୍ଷତିପୂରଣ ନୀତି ସମ୍ପର୍କରେ ବିଚାର କରାଯାଇପାରେ ବୋଲି ଖଣ୍ଡପୀଠ ମତ ଦେଇଥିଲେ। କ୍ଷତିପୂରଣ ଦେବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଆର୍ଥିକ କ୍ଷମତା ବାହାରେ ବୋଲି ରବିବାର କେନ୍ଦ୍ର ସରକାର ସତ୍ୟପାଠ ଜରିଆରେ ଅଦାଲତଙ୍କୁ ଜଣାଇଥିଲେ। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ ପାଣ୍ଠିକୁ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ନିର୍ମାଣ, ସମସ୍ତଙ୍କୁ ଖାଦ୍ୟ ଯୋଗାଇବା, ସମସ୍ତଙ୍କ ପାଇଁ ଟିକାକରଣ ଏବଂ ଆର୍ଥିକ ଅଭିବୃଦ୍ଧି ପାଇଁ ଷ୍ଟିମୁଲସ୍‌ ପ୍ୟାକେଜ୍‌ ଦେବାରେ ବ୍ୟୟ ହେଉଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ସରକାର ଅର୍ଥ ନାହିଁ ବୋଲି ସଫେଇ ଦେବା ଅନିଚ୍ଛାକୃତ ପରିଣତି ବୋଲି ଖଣ୍ଡପୀଠ କହିଥିଲେ। ବିପର୍ଯ୍ୟୟ ପରିଚାଳନା ଆଇନର ଧାରା ୧୨ ଅନୁଯାୟୀ ବିପର୍ଯ୍ୟୟ ପରିଚାଳନା ନାମରେ କ୍ଷତିପୂରଣ ଭଳି ବୈଧାନିକ ଯୋଜନା ବ୍ୟୟକୁ ଚାପି ଦିଆଯାଇପାରିବ ନାହିଁ। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ କ୍ଷତିପୂରଣ ନ ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି କି ପ୍ରଶ୍ନରେ ମେହେଟ୍ଟା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କେତେକ ନିଷ୍ପତ୍ତି ସମ୍ପର୍କରେ କହିଥିଲେ। ତେବେ ଏନ୍‌ଡିଏମ୍‌ଏ ଏଭଳି ନିଷ୍ପତ୍ତି ନେଇଛି କି ନାହିଁ ସେ ଜାଣି ନ ଥିବା ଖଣ୍ଡପୀଠଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri