କ୍ଷତିପୂରଣ ନ ଦେବା ନିଷ୍ପତ୍ତି କାହାର

ନୂଆଦିଲ୍ଲୀ, ୨୨।୬: କୋଭିଡ୍‌-୧୯ରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଯୋଗାଇଦେବା ଲାଗି ନିର୍ଦ୍ଦେଶ ଦେବାକୁ ସୁପ୍ରିମକୋର୍ଟରେ ଦାଏର ଜନସ୍ବାର୍ଥ ମାମଲାର ରାୟ ସଂରକ୍ଷିତ ରହିଛି। ପ୍ରତ୍ୟେକ ରାଜ୍ୟ କୋଭିଡ୍‌ ମୃତକଙ୍କ ପରିବାରକୁ ଦେଇଥିବା କ୍ଷତିପୂରଣର ସବିଶେଷ ବିବରଣୀ ଏବଂ ସେମାନେ କେଉଁ ପାଣ୍ଠିରୁ ଏହା ଦେଇଛନ୍ତି ତାହା ଜଣାଇବା ପାଇଁ ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଏମ୍‌.ଆର୍‌. ଶାହାଙ୍କୁ ନେଇ ଗଠିତ ସ୍ବତନ୍ତ୍ର ଅବକାଶକାଳୀନ ଖଣ୍ଡପୀଠ ସୋମବାର ସଲିସିଟର ଜେନେରାଲ ତୁଷାର ମେହେଟ୍ଟାଙ୍କୁ କହିଥିଲେ। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ବିଭିନ୍ନ ରାଜ୍ୟ ଭିନ୍ନ ଭିନ୍ନ କ୍ଷତିପୂରଣ ରାଶି ପ୍ରଦାନ କରୁଥିବା ଆବେଦନକାରୀ କୋର୍ଟଙ୍କୁ ଜଣାଇଥିଲେ। ଏଥିସହିତ କେନ୍ଦ୍ର ସରକାର ସମାନ କ୍ଷତିପୂରଣ ନୀତି ନିର୍ଦ୍ଧାରଣ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ପିଟିଶନର ଅଦାଲତଙ୍କୁ ଅନୁରୋଧ କରିଥିଲେ। ତୁଷାର ମେହେଟ୍ଟା, ବରିଷ୍ଠ ଆଇନଜୀବୀ ଏସ୍‌.ବି. ଉପାଧ୍ୟାୟ ଏବଂ ଅନ୍ୟ ଆଇନଜୀବୀମାନଙ୍କୁ ୩ ଦିନ ମଧ୍ୟରେ ଲିଖିତ ବିବରଣୀ ରଖିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ ଆର୍ଥିକ ଅବସ୍ଥା ଭଲ ନ ଥିବା ଦର୍ଶାଇ କୋଭିଡ୍‌ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଯୋଗାଇବାକୁ କେନ୍ଦ୍ର ସରକାର ପୂର୍ବରୁ ଅକ୍ଷମତା ପ୍ରକାଶ କରିଥିଲେ।
କ୍ଷତିପୂରଣ ନ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱାଧୀନ ଏନ୍‌ଡିଏମ୍‌ଏ (ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ) ନିଷ୍ପତ୍ତି ନେଇଛି କି ବୋଲି ସୋମବାର ସର୍ବୋଚ୍ଚ ଅଦାଲତ ପ୍ରଶ୍ନ କରିଥିଲେ। ସମାନ କ୍ଷତିପୂରଣ ନୀତି ସମ୍ପର୍କରେ ବିଚାର କରାଯାଇପାରେ ବୋଲି ଖଣ୍ଡପୀଠ ମତ ଦେଇଥିଲେ। କ୍ଷତିପୂରଣ ଦେବା ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଆର୍ଥିକ କ୍ଷମତା ବାହାରେ ବୋଲି ରବିବାର କେନ୍ଦ୍ର ସରକାର ସତ୍ୟପାଠ ଜରିଆରେ ଅଦାଲତଙ୍କୁ ଜଣାଇଥିଲେ। ଅନ୍ୟାନ୍ୟ କାର୍ଯ୍ୟ ପାଇଁ ଉଦ୍ଦିଷ୍ଟ ପାଣ୍ଠିକୁ ସ୍ବାସ୍ଥ୍ୟସେବା ଭିତ୍ତିଭୂମି ନିର୍ମାଣ, ସମସ୍ତଙ୍କୁ ଖାଦ୍ୟ ଯୋଗାଇବା, ସମସ୍ତଙ୍କ ପାଇଁ ଟିକାକରଣ ଏବଂ ଆର୍ଥିକ ଅଭିବୃଦ୍ଧି ପାଇଁ ଷ୍ଟିମୁଲସ୍‌ ପ୍ୟାକେଜ୍‌ ଦେବାରେ ବ୍ୟୟ ହେଉଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ସରକାର ଅର୍ଥ ନାହିଁ ବୋଲି ସଫେଇ ଦେବା ଅନିଚ୍ଛାକୃତ ପରିଣତି ବୋଲି ଖଣ୍ଡପୀଠ କହିଥିଲେ। ବିପର୍ଯ୍ୟୟ ପରିଚାଳନା ଆଇନର ଧାରା ୧୨ ଅନୁଯାୟୀ ବିପର୍ଯ୍ୟୟ ପରିଚାଳନା ନାମରେ କ୍ଷତିପୂରଣ ଭଳି ବୈଧାନିକ ଯୋଜନା ବ୍ୟୟକୁ ଚାପି ଦିଆଯାଇପାରିବ ନାହିଁ। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ କ୍ଷତିପୂରଣ ନ ଦେବା ଲାଗି ନିଷ୍ପତ୍ତି ନେଇଛନ୍ତି କି ପ୍ରଶ୍ନରେ ମେହେଟ୍ଟା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର କେତେକ ନିଷ୍ପତ୍ତି ସମ୍ପର୍କରେ କହିଥିଲେ। ତେବେ ଏନ୍‌ଡିଏମ୍‌ଏ ଏଭଳି ନିଷ୍ପତ୍ତି ନେଇଛି କି ନାହିଁ ସେ ଜାଣି ନ ଥିବା ଖଣ୍ଡପୀଠଙ୍କୁ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri