Posted inଜାତୀୟ

ମଦ ବୋତଲ ଧରି ପହଞ୍ଚିଲେ ଭାଜପା ଏମ୍‌ପି

ନୂଆଦିଲ୍ଲୀ,୬।୧୨: ଭାଜପା ଏମ୍‌ପି ପର୍ଭେଶ ଶାହିଦ ସିଂ ବର୍ମା ସୋମବାର ସଂସଦରେ ମଦ ବୋତଲ ପ୍ୟାକେଟ ଦେଖାଇ ଦିଲ୍ଲୀ ସରକାର ସହରରେ ମଦ୍ୟପାନକୁ ପ୍ରୋତ୍ସାହନ ଦେଉଥିବା ଅଭିଯୋଗ କରିଛନ୍ତି।

“କୋଭିଡ୍‌-୧୯ ସମୟରେ ୨୫ ହଜାର ଲୋକ ପ୍ରାଣ ହରାଇଥିଲା ବେଳେ ଦିଲ୍ଲୀ ସରକାର ନୂଆ ଏକ୍ସାଇଜ ପଲିସି କାର୍ଯ୍ୟକାରୀ କରିବାରେ ବ୍ୟସ୍ତ ଥିଲେ। ଏହାର ଉଦ୍ଦେଶ୍ୟ ଥିଲା କେନ୍ଦ୍ର ଶାସିତ ଅଞ୍ଚଳରେ ମଦ୍ୟପାନକୁ ପ୍ରୋତ୍ସାହିତ କରିବା। ଆଜି ୮୨୪ ନୂଆ ମଦ ଦୋକାନ ଖୋଲା ଅଛି। ଲୋକେ ଏବେ ରେସିଡେନସିଆଲ ଅଞ୍ଚଳ, କଲୋନି, ଗାଁରେ ମଦ ଦୋକାନ ଖୋଲୁଛନ୍ତି। ରାତି ୩ଟା ପର୍ଯ୍ୟନ୍ତ ଖୋଲା ରହୁଛି ମଦ ଦୋକାନ। ବାରରେ ରାତି ୩ ପର୍ଯ୍ୟନ୍ତ ମଦ ପିଇଲେ ମହିଳାଙ୍କୁ ରିହାତି ପ୍ରଦାନ କରାଯାଉଛି। ମଦ୍ୟପାନ କରିବା ପାଇଁ ବୟସ ସୀମାକୁ ୨୫ରୁ ୨୧କୁ ହ୍ରାସ କରି ଦିଆଯାଇଛି। ୨୦୨୨ ବିଧାନସଭା ନିର୍ବାଚନ ପ୍ରଚାର ଲାଗି ସର୍ବାଧିକ ରାଜସ୍ବ ଆୟ କରିବାକୁ ମୁଖ୍ୟମନ୍ତ୍ରୀ ଚାହୁଁଛନ୍ତି” ବୋଲି ଦିଲ୍ଲୀର ଭାଜପା ଏମ୍‌ପି ଅଭିଯୋଗ କରିଛନ୍ତି।

ଉଲ୍ଲେଖଯୋଗ୍ୟ, ଦିଲ୍ଲୀ ସରକାରଙ୍କ ନୂଆ ଏକ୍ସାଇଜ ପଲିସି ଅକ୍ଟୋବର ୧ ତାରିଖରୁ କାର୍ଯ୍ୟକାରୀ ହେବା ପରେ ଦିଲ୍ଲୀରେ ବେସରକାରୀ ମଦ ଦୋକାନ ବନ୍ଦ ହୋଇଯାଇଥିଲା। କିନ୍ତୁ ସେହି ଦୋକାନଗୁଡ଼ିକ ଏବେ ଖୋଲିବାକୁ ଅନୁମତି ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri