Posted inଜାତୀୟ

ପଲଓ୍ବଲ ଏକ୍ସପ୍ରେସଓ୍ବେରେ କାହିଁକି ଜରୁରୀ ଅବତରଣ କଲା ବାୟୁସେନା ହେଲିକପ୍ଟର

ଚଣ୍ଡିଗଡ଼,୨୬।୬: ହରିୟାଣାର ସୋନିପତରେ ବାୟସେନା ହେଲିକପ୍ଟରକୁ ଜରୁରୀ ଅବତରଣ କରାଯାଇଛି। ଶୁକ୍ରବାର କୁଣ୍ଡଲି-ଗାଜିଆବାଦ ପଲଓ୍ବଲ ଏକ୍ସପ୍ରେସଓ୍ବେରେ ବାୟୁସେନା ହେଲିକପ୍ଟରକୁ ଅଚାନକ ଜରୁରୀ ଅବତରଣ କରାଯାଇଥିବା ସୂଚନା ରହିଛି। ଜରୁରୀ ଅବତରଣ ସମୟରେ ହେଲିକପ୍ଟରରେ ୪ଜଣ ରହିଥିବା ବେଳେ ସେମାନେ ସମସ୍ତେ ସୁରକ୍ଷିତ ଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସକାଳ ୧୦ଟାରେ ଗାଜିିଆବାଦ ବେସ୍‌ରୁ ବାୟୁସେନା ହେଲିକପ୍ଟର ଉଡାଣ ଭରିଥିଲା। ଉଡାଣ ଭରିବାର କିଛି ସମୟ ମଧ୍ୟରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଫଳରେ ଉକ୍ତ ହେଲିକପ୍ଟରକୁ ପଲଓ୍ବଲ ଏକ୍ସପ୍ରେସଓ୍ବେରେ ଜରୁରୀ ଅବତରଣ କରାଯାଇଥିଲା।

ଅଚାନକ ଏହାର ଜରୁରୀ ଅବତରଣକୁ ଦେଖି ଏକ୍ସପ୍ରେସଓ୍ବେ ଟୋଲରେ ଥିବା ଟୋଲକର୍ମଚାରୀମାନେ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଖବରପାଇ ଘଟଣାସ୍ଥଳରେ ସ୍ଥାନୀୟ ପ୍ରଶାସନ ଓ ବାୟୁସେନା ଅଧିକାରୀ ପହଞ୍ଚିଥିଲେ। ପ୍ରାୟ ୧ଘଣ୍ଟାର ଉଦ୍ୟମ ପରେ ଉକ୍ତ ହେଲିକପ୍ଟର ଠିକ୍‌ ହୋଇଥିଲା। ଠିକ୍‌ ହେବା ପରେ ଉକ୍ତ ହେଲିକପ୍ଟର ନିଜ ବେସ୍‌କୁ ଉଡାଣ ଭରିଥିଲା। ତେବେ ଏହି ସମୟରେ ହେଲିକପ୍ଟର ରାସ୍ତାରେ ଠିଆ ହୋଇଥିବାରୁ ଯାତାୟତରେ ବାଧା ଉପୁଜିଥିଲା। ପରେ ସ୍ଥାନୀୟ ପୋଲିସ ସହାୟତାରେ ଅନ୍ୟ ରାସ୍ଥାରେ ଗାଡ଼ି ଚଳାଚଳକୁ ସ୍ବାଭାବିକ କରାଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?