ଏହି ଜିଲାରେ ସବୁ ଦଳରେ ବାହାରୁଛି କେଁ

ନୂଆପଡ଼ା,୯।୪(ମକାରୁ ବେମାଲ)ଛତିଶଗଡକୁ ଲାଗି ରହିଥିବା ରାଜ୍ୟର ଏକ ଉପାନ୍ତ ବିଧାନସଭା ନିର୍ବାଚନ ମଣ୍ଡଳୀ ନୂଆପଡା। ଏହି ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳରୁ ଏକାଧିକ ଆଶାୟୀ ରହିଥିଲେ। ପ୍ରାର୍ଥୀ ଘୋଷଣା ପରେ ସବୁ ଦଳରେ କେଁ ବଢିବା ଏଠାକାର ରାଜନୈତିକ ମାହୋଲକୁ ସରଗରମ କରିଛି। ଏଠରେ ବିଜେଡିରୁ ପୁରୁଣା ଚେହେରା ଭାବେ ରାଜେନ୍ଦ୍ର ଢୋଲକିଆ ପ୍ରାର୍ଥୀ ହୋଇଥିବାବେଳେ ଭାଜପା ନୂଆ ଚେହେରା ଭାବେ କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡାଙ୍କ ପୁଅ ଅଭିନନ୍ଦନଙ୍କୁ ମଇଦାନଙ୍କୁ ଓହ୍ଲାଇଛି। ସେହିପରି କଂଗ୍ରେସ ପକ୍ଷରୁ ପିସିସି ସଭାପତି ଶରତ ପଟ୍ଟନାୟକ ନିର୍ବାଚନୀ ମଇଦାନକୁ ଓହ୍ଲାଇଛନ୍ତି। ତେଣୁ ଏଠାରେ ବିଗଫାଇଟ୍‌ ହେବ ବୋଲି ଅନୁମାନ କରାଯାଉଛି। ଅପରପକ୍ଷେ ପ୍ରାର୍ଥୀ ଘୋଷଣା ହେବା ପରେ ବିଜେଡି ଓ ଭାଜପାରେ ଅସନ୍ତୋଷ ବଢୁଥିବା ପରିଲକ୍ଷିତ ହେଉଛି। ସେହିପରି ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରାର୍ଥୀ ହେବା ପରେ କଂଗ୍ରେସରେ ମଧ୍ୟ ଅସନ୍ତୋଷ ବଢିବାରେ ଲାଗିଛି। ପୂର୍ବତନ ଜିଲା ସଭାପତି ଘାସିରାମ ମାଝି ଆଶାୟୀ ଥିବାରୁ ଏବେ ତାଙ୍କୁ ନେଇ କଂଗ୍ରେସ ଅଡୁଆରେ ପଡ଼ିଛି। ଯଦି ଆଦିବାସୀମାନେ ଏକ ହୁଅନ୍ତି, ଆଉ ଘାସିରାମ ନିର୍ଦ୍ଦଳୀୟ ପ୍ରାର୍ଥୀ ହୁଅନ୍ତି ତେବେ ନୂଆପଡାରେ ପୁଣି ନୂଆ ସମୀକରଣ ଦେଖିବାକୁ ମିଳିପାରେ। କାରଣ ଗତ ଥର ଜିଲାରେ ଆଦିବାସୀମାନେ ଭାଗ ଭାଗ ହୋଇ ମଧ୍ୟ ଘାସିରାମ ଏକୁଟିଆ ୪୫ ହଜାର ୩୧୭ ଭୋଟ ପାଇ ଦ୍ୱିତୀୟ ସ୍ଥାନରେ ରହିଥିଲେ ଓ ଭାଜପା ପ୍ରାର୍ଥୀ ହୋମସିଂ ମାଝି ୨୯ ହଜାର ୪୯୦ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଥିଲେ। ଓଡିଶାରେ ନବୀନ ହାୱା ଥାଇ ମଧ୍ୟ ରାଜେନ୍ଦ୍ର ଢୋଲକିଆ ୬୫ ହଜାର ୬୪୭ ଖଣ୍ଡ ଭୋଟ ପାଇ ୨୦ ହଜାର ୩୩୦ ଖଣ୍ଡ ଭୋଟରେ ବିଜୟୀ ହୋଇଥିଲେ। ତେଣୁ ଏଥର ବିଜେଡିରୁ ରାଜେନ୍ଦ୍ର, ଭାଜପାରୁ ଅଭିନନ୍ଦନ, କଂଗ୍ରେସରୁ ଶରତ ଓ ନର୍ଦଳୀୟ ଭାବେ ଘାସିରାମ ପ୍ରାର୍ଥୀ ହେଲେ ଏଠରେ ବିଗ ଫାଇଟ ଦେଖିବାକୁ ମିଳିବ ବୋଲି ରାଜନୈତିକ ସମୀକ୍ଷକମାନେ କହୁଛନ୍ତି। ଅନ୍ୟପକ୍ଷରେ ଭାଜପା ଅସନ୍ତୋଷ କର୍ମୀଙ୍କ ମଧ୍ୟରୁ ନିର୍ବାଚନୀ ମଇଦାନକୁ ନିର୍ଦ୍ଦଳୀୟ ଭାବେ ଆସିବାର ସମ୍ଭାବନା ରହିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ଜିଲାସ୍ତରୀୟ ଓଡ଼ିଶା ଦିବସ ପାଳନ: ମୁଖ୍ୟ ଅତିଥି ଭାବେ ଯୋଗ ଦେଲେ ସୂର୍ଯ୍ୟବଂଶୀ ସୁରଜ

ଭଦ୍ରକ, ୧।୪(ସନାତନ ରାଉତ): ଭଦ୍ରକ ନେହେରୁ ଷ୍ଟାଡିଅମରେ ବୁଧବାର ଜିଲାସ୍ତରୀୟ ଉତ୍କଳ ଦିବସ ପାଳିତ ହୋଇଯାଇଛି l ସକାଳ ୮ଟାରେ ବିଭିନ୍ନ ସ୍କୁଲରୁ ଆସିଥିବା ୫ ହଜାରରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri