Posted inଜାତୀୟ

‘ଚାଇନା ବିରୋଧରେ ଚୁପ୍‌ କାହିଁକି’

ନୂଆଦିଲ୍ଲୀ, ୭ା୬: ଭାଜପା ନେତ୍ରୀ ନୂପୁର ଶର୍ମାଙ୍କ ମନ୍ତବ୍ୟକୁ ବିରୋଧ କରୁଥିବା ଇସ୍‌ଲାମୀୟ ଦେଶଗୁଡ଼ିକ ଚାଇନାରେ ମୁସଲମାନଙ୍କ ଉପରେ ହେଉଥିବା ଅତ୍ୟାଚାରକୁ ନେଇ ଚୁପ୍‌ କାହିଁକି ବୋଲି କେତେକ ସାମାଜିକ ସଙ୍ଗଠନ ଏବଂ ବିଶେଷଜ୍ଞମାନେ ପ୍ରଶ୍ନ କରିଛନ୍ତି। ଚାଇନା ବିରୋଧରେ ମଧ୍ୟ ସେମାନେ ଏପରି ବିକ୍ଷୋଭ କରିବେ କି ବୋଲି ସେଣ୍ଟର ଫର୍‌ ପଲିସି (ସିପିଆର୍‌)ରେ ଏମିରେଟସ୍‌ ଅଫ୍‌ ଷ୍ଟ୍ରାଟେଜିକ୍‌ ଷ୍ଟଡିର ପ୍ରଫେସର ବ୍ରହ୍ମା ଚେଲାନି କହିଛନ୍ତି। ଚାଇନା ଲକ୍ଷାଧିକ ମୁସଲମାନଙ୍କୁ ବନ୍ଦୀ କରି ରଖିବା, କୋରାନ ଜବତ ସହ ସେମାନଙ୍କ ମାନବାଧିକାର ଉଲ୍ଲଂଘନ ଜାରି ରଖିଥିବାବେଳେ ଦୁଇ ଭାରତୀୟଙ୍କ ମନ୍ତବ୍ୟକୁ ନେଇ ଇସ୍‌ଲାମୀୟ ରାଷ୍ଟ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛନ୍ତି। ଫଳରେ ସେମାନଙ୍କୁ ଶାସକ ଦଳରୁ ହଟାଯାଇଛି। ଭାରତକୁ ଏକ ଉଦାର ଓ ସରଳ ରାଷ୍ଟ୍ର ଭାବି ସେମାନେ ଏପରି କରୁଛନ୍ତି କି ବୋଲି ସେ ପ୍ରଶ୍ନ କରିଛନ୍ତି। ସାମାଜିକ କର୍ମୀ ତଥା ଆଇନଜୀବୀ କୌସ୍ତୁରୀ ଶଙ୍କର କହିଛନ୍ତି, ଆଫଗାନିସ୍ତାନ, ସିରିଆ, ଚାଇନା କିମ୍ବା ବର୍ମାରେ ମୁସଲମାନଙ୍କ ପାଇଁ ଇସ୍‌ଲାମୀୟ ରାଷ୍ଟ୍ର ପକ୍ଷରୁ କୌଣସି ପଦକ୍ଷେପ ନିଆଯିବା ଦେଖିବାକୁ ମିଳିନି। ଆଇଏସ୍‌ଆଇଏସ୍‌, ଚାଇନା କିମ୍ବା ତାଲିବାନ୍‌ ବିରୋଧରେ ସ୍ବର ଉତ୍ତୋଳନ କରାଯାଉନାହିଁ। କିନ୍ତୁ ଜଣେ ମହିଳା ଏକ ଟିଭି ବିତର୍କରେ ଦେଇଥିବା ମନ୍ତବ୍ୟକୁ ନେଇ ଏହି ଦେଶଗୁଡ଼ିକ ଏବେ ଆଗେଇ ଆସିଛନ୍ତି। ରାଜ୍ୟ ସଭାର ପୂର୍ବତନ ସଦସ୍ୟ ବଲବୀର ପୁଞ୍ଜ କହିଛନ୍ତି, ଚାଇନାରେ ସଂଖ୍ୟାଲଘୁ ଉଇଗୁର ମୁସଲମାନ, ତିବ୍ବତୀୟ ବୌଦ୍ଧଧର୍ମାବଲମ୍ବୀଙ୍କ ମାନବାଧିକାର ଉଲ୍ଲଂଘନ ହେଉଥିବା ସାରା ବିଶ୍ୱ ଜାଣିଛି। କିନ୍ତୁ କେହି ଏହା ଉପରେ ମୁହଁ ଖୋଲୁନାହାନ୍ତି। କଂଗ୍ରେସର ମୋଦି ଓ ଦେଶ ବିରୋଧୀ ଏଜେଣ୍ଡା କାର୍ଯ୍ୟ କରିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri