Posted inଜାତୀୟ

ଅତିକ-ଅଶ୍ରଫଙ୍କ ଗାଡି କାହିଁକି ମେଡିକାଲକୁ ଯାଇ ନ ଥିଲା: ୟୁପି ସରକାରଙ୍କୁ ପ୍ରଶ୍ନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୪: ମାଫିଆ ଅତିକ ଏବଂ ଅଶ୍ରଫର ହତ୍ୟାକାଣ୍ଡର ଯାଞ୍ଚ ଉପରେ ସୁପ୍ରିମକୋର୍ଟ ୟୁପି ସରକାରଙ୍କୁ ଷ୍ଟାଟସ ରିପୋର୍ଟ ମାଗିଛନ୍ତି। କୋର୍ଟ ୩ସପ୍ତାହ ପରେ ଏହାର ଶୁଣାଣି କରିବେ। ତେବେ ଏକ ଯାଚିକାରେ ପୋଲିସର ଉପସ୍ଥିତିରେ ଅତିଫ ଏବଂ ଅଶ୍ରଫର ହତ୍ୟାର ତଦନ୍ତ ପାଇଁ ସୁପ୍ରିମକୋର୍ଠଙ୍କ ପୂର୍ବତନ ଜଣେ ବିଚାରପତିଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ଗଠନ କରିବାକୁ ଦାବି ହୋଇଛି।

ଏହି ଘଟଣାରେ ସୁପ୍ରିମକୋର୍ଟ ୟୁପି ସରକାରଙ୍କୁ ପ୍ରଶ୍ନ କରିଛନ୍ତି ଯେ, ମାଫିଆ ଅତିକ ଏବଂ ଅଶ୍ରଫଙ୍କୁ ନେଇ ଯାଉଥିବା ଗାଡି ସିଧା ହସ୍ପିଟାଲ କାହିଁକି ଯାଇ ନ ଥିଲା। ତେବେ ଏହାର ଉତ୍ତରରେ ରାଜ୍ୟ ସରକାରଙ୍କ ପକ୍ଷ ନେଇଥିବା ମୁକୁଲ ରୋହିତଗୀ କହିଛନ୍ତି, ସରକାର ଏହି ମାମଲାର ତଦନ୍ତ ପାଇଁ ଆୟୋଗ ନିଯୁକ୍ତି କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଏହି ଘଟଣାକୁ ଆମେ ଟିଭିରେ ଦେଖିଛୁ। ଦୁଇ ଜଣଙ୍କୁ ଗାଡିରେ ସିଧା ମେଡିକାଲ ନ ନିଆ ଯାଇ ଚଲାଇ ଚଲାଇ କାହିଁକି ନିଆଯାଉଥିଲା।

ବିଚାରପତି ଏସ ରବିନ୍ଦ୍ର ଭଟ୍ଟ ଏବଂ ବିଚାରପତି ଦୀପଙ୍କର ଦତ୍ତା ଖଣ୍ଡପୀଠ ଝାନ୍ସିରେ ଅତିଫ ପୁଅ ଅଶଦ ଏନକାଉଣ୍ଟରର ରିପୋର୍ଟ ମଧ୍ୟ ସରକାରଙ୍କୁ ମାଗିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

ଯୁବପିଢ଼ି ପାଇଁ ବଡ଼ ଘୋଷଣା କଲେ ସରକାର: ଆଗାମୀ ୬ ମାସରେ ମିଳିବ ୧ ଲକ୍ଷ ସରକାରୀ ନିଯୁକ୍ତି

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟର ଯୁବପିଢ଼ି ପାଇଁ ବଡ଼ ଘୋଷଣା କରିଛନ୍ତି। ଲକ୍ଷ୍ନୌରେ ୩,୪୪୬ ଜଣ ପ୍ରାବିଧିକ ସହାୟକ ଏବଂ ୧୨୬ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri