Posted inଖେଳ

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍ ବୋଲର ମୁସ୍ତାଫିଜୁର ରହମାନଙ୍କୁ ଦଳରୁ ବାଦ୍ ଦେବା ପରେ ଏହା ତୀବ୍ର ହୋଇଛି। ଏହାର ଜବାବରେ ବାଂଲାଦେଶ ସରକାର ନିଜ ଦେଶରେ IPL ପ୍ରସାରଣ ଉପରେ ରୋକ୍ ଲଗାଇବା ସହ ଭାରତରେ ଟି-୨୦ ବିଶ୍ୱକପ୍ ଖେଳିବାକୁ ନେଇ ସୁରକ୍ଷା ଚିନ୍ତା ପ୍ରକଟ କରିଥିଲେ।

ଏହି ସବୁ ବିବାଦ ଭିତରେ ଭଦୋଦରାରେ ଅନୁଷ୍ଠିତ ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆରେ ବାଂଲାଦେଶର ଶରଫୁଦ୍ଦୌଲା ସାଇକତଙ୍କୁ ତୃତୀୟ ଅମ୍ପାୟର ଭାବେ ନିଯୁକ୍ତି ମିଳିଛି। ଯେଉଁଠାରେ ବାଂଲାଦେଶ ବୋର୍ଡ ନିଜ ଖେଳାଳିଙ୍କ ସୁରକ୍ଷାକୁ ନେଇ ଭୟଭୀତ ଥିଲା, ସେଠାରେ ନିଜ ଦେଶର ଅମ୍ପାୟରଙ୍କୁ ଭାରତ ପଠାଇବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।

ଏହି ପ୍ରସଙ୍ଗରେ ବାଂଲାଦେଶ କ୍ରିକେଟ ବୋର୍ଡର କୌଣସି ହାତ ନାହିଁ। ଏହାର ମୁଖ୍ୟ କାରଣ ହେଉଛି ICC ର ଅମ୍ପାୟରିଂ ବ୍ୟବସ୍ଥା। ଆନ୍ତର୍ଜାତୀୟ ଅମ୍ପାୟରମାନେ ସିଧାସଳଖ ICC ସହିତ ଚୁକ୍ତିବଦ୍ଧ ହୋଇଥାନ୍ତି। ଅମ୍ପାୟରମାନେ ‘ICC ଏଲିଟ୍ ପାନେଲ’ ଏବଂ ‘ICC ଇଣ୍ଟରନ୍ୟାସନାଲ ପାନେଲ’ ଅନ୍ତର୍ଗତ କାର୍ଯ୍ୟ କରନ୍ତି। କୌଣସି ବି ମ୍ୟାଚ୍‌ରେ କେଉଁ ଅମ୍ପାୟର ରହିବେ, ତାହା ICC ନିର୍ଦ୍ଧାରଣ କରେ, ସମ୍ପୃକ୍ତ ଦେଶର ବୋର୍ଡ ନୁହେଁ। ଅମ୍ପାୟର ଶରଫୁଦ୍ଦୌଲା ICC ର ଏଲିଟ୍ ପାନେଲର ସଦସ୍ୟ ହୋଇଥିବାରୁ ତାଙ୍କର ନିଯୁକ୍ତି ସମ୍ପୂର୍ଣ୍ଣ ରୂପେ ICC ଦ୍ୱାରା ନିୟନ୍ତ୍ରିତ। ତେଣୁ BCB ଚାହିଁଲେ ମଧ୍ୟ ତାଙ୍କୁ ଭାରତ ଆସିବାରୁ ଅଟକାଇ ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟଙ୍କୁ ଭଲ ଲାଗିଲାନି ଦର୍ଶକଙ୍କ ଏପରି ବ୍ୟବହାର, ଧୋନୀଙ୍କ ସହ ମଧ୍ୟ ହୋଇଥିଲା

ଭଦୋଦରା,୧୧।୧: ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଭାରତ ବିଜୟୀ ଇନିଂସ ଖେଳି ମଧ୍ୟ ଖୁସି ନାହାନ୍ତି ବିରାଟ କୋହଲି। ପଡ଼ିଆରେ ଦର୍ଶକଙ୍କ ଆଚରଣକୁ ନେଇ...

ବହୁତ ବିଳମ୍ବ ହେବା ପୂର୍ବରୁ ଆମେରିକା ସହିତ ଚୁକ୍ତି କରନ୍ତୁ.. ପୁଣି ଖୋଲା ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୧।୧: ଭେନେଜୁଏଲାରେ ଆମେରିକାର କାର୍ଯ୍ୟାନୁଷ୍ଠାନର କିଛି ଦିନ ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କ୍ୟୁବାକୁ କଡ଼ା ଚେତାବନୀ ଦେଇଛନ୍ତି । ଟ୍ରମ୍ପ କହିଛନ୍ତି ଯେ...

୭ ମାସର ଗର୍ଭବତୀ ସ୍ତ୍ରୀଙ୍କୁ ହତ୍ୟା

ଗଜପତି(ଗିରିଧାରୀ ପରିଛା)୧୧।୧: ଗଜପତି ଜିଲା ସେରଙ୍ଗ ଥାନା ଅଧୀନ ନାମନଗଡ଼ ଗ୍ରାମରେ ଜଣେ ନବବଧୂଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ବିବାହର ୯ ମାସ ହୋଇଥିବା...

ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରି ପ୍ରଥମ ଦିନିକିଆ ଜିତିଲା ଭାରତ

ଭଦୋଦରା,୧୧।୧: ବିରାଟ କୋହଲିଙ୍କ ଦୃଢ଼ ବ୍ୟାଟିଂ ବଳରେ ଭାରତ ଭଦୋଦରାରେ ଅନୁଷ୍ଠିତ ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି। ନ୍ୟୁଜିଲାଣ୍ଡ...

କଟକରେ ଯୁବକଙ୍କୁ ପଥରରେ ଛେଚି ହତ୍ୟା

କଟକ,୧୧ା୧(କାର୍ତ୍ତିକ ସାହୁ): ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରିବା ଭଳି ସଙ୍ଗୀନ ଅପରାଧିକ ଘଟଣା ବାଦାମବାଡ଼ି ଥାନା ଅଞ୍ଚଳରେ ଘଟିଛି। କାଠଯୋଡ଼ି ରିଂବନ୍ଧ ପାର୍ଶ୍ୱ...

କେସିଙ୍ଗା ପୋଲିସକୁ ବଡ଼ ସଫଳତା, ୧୦ କେଜି ଗଞ୍ଜେଇ ସହ ୫ ଆନ୍ତଃରାଜ୍ୟ ଚୋରା ଚାଲାଣକାରୀ ଗିରଫ

କେସିଙ୍ଗା,୧୧/୧(ତୁମେଶ୍ୱର ସାହୁ):  କଳାହାଣ୍ଡି ଜିଲାର କେସିଙ୍ଗା ପୋଲିସକୁ ବଡ଼ ସଫଳତା ମିଳିଛି । ବିଶେଷ ସୂତ୍ରରୁ ଖବର ପାଇ କେସିଙ୍ଗା ପୋଲିସ ସ୍ଥାନୀୟ ରେଳ ଷ୍ଟେସନରୁ...

ଘର ସମ୍ମୁଖରୁ ପିକ୍‌ଅପ୍‌ ଗାଡ଼ି ଚୋରି

ବଡ଼ଗାଁ,୧୧ା୧(ଅଶୋକ ଷଢ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁର ଯୁବ ବ୍ୟବସାୟୀ ଅମିତ ଅଗ୍ରୱାଲଙ୍କ ଘର ସମ୍ମୁଖରୁ ତାଙ୍କ ପିକଅପ ଗାଡି ଓଡି ୨୬ ଏ ୧୪୭୫କୁ ୨...

ବିରାଟ କୋହଲିଙ୍କ ବିଶ୍ୱ ରେକର୍ଡ: ଶତକରୁ ବଞ୍ଚିତ ହୋଇ ମଧ୍ୟ ସଚିନଙ୍କୁ ପଛରେ ପକାଇଲେ

ଭଦୋଦରା,୧୧।୧: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟର ବିରାଟ କୋହଲି ଆନ୍ତର୍ଜାତୀୟ କ୍ରିକେଟରେ ଏକ ନୂତନ ଇତିହାସ ରଚିଛନ୍ତି। ଭଦୋଦରାଠାରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri