Posted inଖେଳ

IPLରୁ ମୁସ୍ତାଫିଜୁର ବାଦ୍, ବାଂଲାଦେଶର ଅମ୍ପାୟରଙ୍କୁ ଭାରତ ଆସିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୧୧।୧: ଗତ କିଛି ଦିନ ହେବ BCCI ଏବଂ ବାଂଲାଦେଶ କ୍ରିକେଟ ବୋର୍ଡ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। BCCI ନିର୍ଦ୍ଦେଶରେ KKR ଫ୍ରାଞ୍ଚାଇଜ୍ ଷ୍ଟାର୍ ବୋଲର ମୁସ୍ତାଫିଜୁର ରହମାନଙ୍କୁ ଦଳରୁ ବାଦ୍ ଦେବା ପରେ ଏହା ତୀବ୍ର ହୋଇଛି। ଏହାର ଜବାବରେ ବାଂଲାଦେଶ ସରକାର ନିଜ ଦେଶରେ IPL ପ୍ରସାରଣ ଉପରେ ରୋକ୍ ଲଗାଇବା ସହ ଭାରତରେ ଟି-୨୦ ବିଶ୍ୱକପ୍ ଖେଳିବାକୁ ନେଇ ସୁରକ୍ଷା ଚିନ୍ତା ପ୍ରକଟ କରିଥିଲେ।

ଏହି ସବୁ ବିବାଦ ଭିତରେ ଭଦୋଦରାରେ ଅନୁଷ୍ଠିତ ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆରେ ବାଂଲାଦେଶର ଶରଫୁଦ୍ଦୌଲା ସାଇକତଙ୍କୁ ତୃତୀୟ ଅମ୍ପାୟର ଭାବେ ନିଯୁକ୍ତି ମିଳିଛି। ଯେଉଁଠାରେ ବାଂଲାଦେଶ ବୋର୍ଡ ନିଜ ଖେଳାଳିଙ୍କ ସୁରକ୍ଷାକୁ ନେଇ ଭୟଭୀତ ଥିଲା, ସେଠାରେ ନିଜ ଦେଶର ଅମ୍ପାୟରଙ୍କୁ ଭାରତ ପଠାଇବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।

ଏହି ପ୍ରସଙ୍ଗରେ ବାଂଲାଦେଶ କ୍ରିକେଟ ବୋର୍ଡର କୌଣସି ହାତ ନାହିଁ। ଏହାର ମୁଖ୍ୟ କାରଣ ହେଉଛି ICC ର ଅମ୍ପାୟରିଂ ବ୍ୟବସ୍ଥା। ଆନ୍ତର୍ଜାତୀୟ ଅମ୍ପାୟରମାନେ ସିଧାସଳଖ ICC ସହିତ ଚୁକ୍ତିବଦ୍ଧ ହୋଇଥାନ୍ତି। ଅମ୍ପାୟରମାନେ ‘ICC ଏଲିଟ୍ ପାନେଲ’ ଏବଂ ‘ICC ଇଣ୍ଟରନ୍ୟାସନାଲ ପାନେଲ’ ଅନ୍ତର୍ଗତ କାର୍ଯ୍ୟ କରନ୍ତି। କୌଣସି ବି ମ୍ୟାଚ୍‌ରେ କେଉଁ ଅମ୍ପାୟର ରହିବେ, ତାହା ICC ନିର୍ଦ୍ଧାରଣ କରେ, ସମ୍ପୃକ୍ତ ଦେଶର ବୋର୍ଡ ନୁହେଁ। ଅମ୍ପାୟର ଶରଫୁଦ୍ଦୌଲା ICC ର ଏଲିଟ୍ ପାନେଲର ସଦସ୍ୟ ହୋଇଥିବାରୁ ତାଙ୍କର ନିଯୁକ୍ତି ସମ୍ପୂର୍ଣ୍ଣ ରୂପେ ICC ଦ୍ୱାରା ନିୟନ୍ତ୍ରିତ। ତେଣୁ BCB ଚାହିଁଲେ ମଧ୍ୟ ତାଙ୍କୁ ଭାରତ ଆସିବାରୁ ଅଟକାଇ ପାରିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri