ଜଣାପଡିଲା ବିଜେଡିରୁ କାହିଁକି ବିଦା ହେଲେ ଶ୍ରୀମୟୀ! ଭିତିରି କଥା…

ଭୁବନେଶ୍ୱର,୨୩।୯: ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ ଶ୍ରୀମୟୀ ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ ଚର୍ଚ୍ଚାରେ ଥିଲେ। ‘ଧୃତରାଷ୍ଟ୍ର’ ଓ ‘ଭଣ୍ଡ ସନ୍ନ୍ୟାସୀ’ ଆଦି ପ୍ରସଙ୍ଗ ଉଠାଇ ପରୋକ୍ଷରେ ବିଜେଡିକୁ ଟାର୍ଗେଟ କରୁଥିବା କୁହାଯାଉଛି। ପୂର୍ବରୁ ଚେତାବନୀ ଦେଇଥିବା ବିଜେଡି ଆଜି ଶ୍ରୀମୟୀଙ୍କୁ ଦଳରୁ ନିଲମ୍ବନ କରିଛି ।

ତେବେ ଏନେଇ ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି, କେବଳ ଶ୍ରୀମୟୀ ନୁହନ୍ତି ଦଳରୁ ୩ଜଣଙ୍କୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ଯୋଗୁ ଏମାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ପାର୍ଟିର କିଛି ଗାଇଡଲାଇନ ଅଛି ଯାହାକୁ କେହି ବିଜେଡିର ସଦସ୍ୟ ଭାଙ୍ଗି ପାରିବେ ନାହିଁ। ଆଉ ଯିଏ ଭାଙ୍ଗିବ ତାଙ୍କ ଉପରେ ଦଳର ସଭାପତି କଡ଼ା ଆକ୍ସନ ନେବେ। ଯିଏ ବି ଦଳ ଉପରେ ନିଜକୁ ଭାବିବ ତା’ ଉପରେ ନିର୍ଦ୍ଧିଷ୍ଟ ସମୟରେ ଦଳ କାର୍ଯ୍ୟାନୁଷ୍ଠାନ ନେବ। ଯେଉଁମାନେ ଶୃଙ୍ଖଳିତ କର୍ମୀ ସେମାନେ ଦଳର ଶୃଙ୍ଖଳା ଭିତରେ ରହିବାକୁ ଚେଷ୍ଟା କରନ୍ତି ଆଉ ଯିଏ ଦଳର ନିୟମ ବାହାରକୁ ଯିବେ ସେମାନଙ୍କ ଉପରେ ଆକ୍ସନ ହେବ।

ତେବେ ସସପେଣ୍ଡ ପରେ ମୁହଁ ଖୋଲିଛନ୍ତି ଶ୍ରୀମୟୀ ମିଶ୍ର। ସେ କହିଛନ୍ତି, ଆତ୍ମସମ୍ମାନ ଓ ସ୍ବାଭିମାନ ସହ ସାଲିସ କରିନାହିଁ କି କରିବି ନାହିଁ ମଧ୍ୟ। ଦୀର୍ଘ ଏକବର୍ଷ ଧରି ଯେଉଁ ଦଳରେ ନାହିଁ ଓ ନିଜର ସଦସ୍ୟତା ନବୀକରଣ କରିନାହିଁ,ସେ ଦଳ ମୋତେ ନିଲମ୍ବନ କରିବା ଜଗତେ କେବଳ ଜନେ ହସିବେ। ଜଣେ ଅଣ ଓଡ଼ିଆଙ୍କ ପ୍ରରୋଚନାରେ ଓଡିଶା କୁ ଦୀର୍ଘ ବର୍ଷ ଧରି ଶାସନ କରୁଥିବା ନେତା, ଜଣେ ଓଡ଼ିଆ ଝିଅର ସମ୍ମାନ ସହ ଖେଳିବା କେତେଦୂର ଠିକ ବିଚାର ଆପଣମାନଙ୍କର। ମାଆକୁ ସମ୍ମାନର ଆହ୍ବାନ ଦେଉଥିବା ଜଣେ ଜନନାୟକଙ୍କର ଦାୟାଦ ଯେ ନିଜେ ନିଷ୍ପତ୍ତି ନେବାରେ ସକ୍ଷମ ନୁହଁ, ଆଜି ପ୍ରମାଣିତ କରିଦେଲେ।
ମୁଁ ଓଡିଆ ଝିଅ ବୋଲି ପ୍ରମାଣିତ କରିବା ପାଇଁ ଆତ୍ମଗାରିମାକୁ ଜଳାଞ୍ଜଳି ଦେବା ଆଦୌ ଉଚିତ ମନେ କରୁନାହିଁ ।

ବିଜେଡିରେ ହଲଚଲ, ଶ୍ରୀମୟୀ ମିଶ୍ର ସସ୍ପେଣ୍ଡ


Enter your email to get our daily news in your inbox.

All Right Reserved By Dharitri.Com

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri