Posted inଖେଳ

କାହିଁକି ତୃତୀୟ ଟେଷ୍ଟରୁ ବାଦ୍‌ ପଡ଼ିଲେ ବୁମ୍‌ରା: ବିସିସିଆଇ କହିଲା କାରଣ

ଓ୍ବାଙ୍ଖଡେ,୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଟିମ ଇଣ୍ଡିଆ ଏକ ବଡ ପରିବର୍ତ୍ତନ କରିଛି। ଜସପ୍ରୀତ ବୁମରା ପ୍ଲେଇଙ୍ଗ-୧୧ରେ ସାମିଲ ହୋଇନାହାନ୍ତି। ଏହାକୁ ନେଇ ଅନେକ ପ୍ରଶ୍ନ ଉଠିଛି। ଗୋଟିଏ ପଟେ ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ୨-୦ରେ ପଛୁଆ ରହିଛି ଏବଂ ଏଭଳି ପରିସ୍ଥିତିରେ ବୁମରା ନ ଖେଳିବା ନିଶ୍ଚିତ ଆଶ୍ଚର୍ଯ୍ୟଜନକ କଥା।

ଟସ ପରେ ରୋହିତ ଶର୍ମା ଜସପ୍ରୀତ ବୁମ୍‌ରା ନ ଖେଳିବାର କାରଣ ବର୍ଣ୍ଣନା କରି କହିଛନ୍ତି, ଆମେ ଜାଣୁ ଯେ ସିରିଜରେ ଆମେ ଭଲ ଖେଳ ପ୍ରଦର୍ଶନ କରିନାହୁଁ। ୱାଙ୍ଖେଡେ ପିଚ ଭଲ ଅବସ୍ଥାରେ ଦେଖାଯାଉଛି, ଆଶା କରୁଛୁ ଆମେ ଶୀଘ୍ର ବାହାରକୁ ଯାଇପାରିବା। ବୁମରା ଏପର୍ଯ୍ୟନ୍ତ ସୁସ୍ଥ ନାହାନ୍ତି, ତାଙ୍କ ସ୍ଥାନରେ ମହମ୍ମଦ ସିରାଜ ଦଳରେ ସ୍ଥାନ ପାଇଛନ୍ତି। ଅନ୍ୟପକ୍ଷରେ, ବୁମ୍‌ରାଙ୍କ ସ୍ବାସ୍ଥ୍ୟ ଉପରେ ବିସିସିଆଇ ମଧ୍ୟ ଏକ ବଡ ଅପ୍‌ଡେଟ୍‌ ଦେଇଛି। ବିସିସିଆଇ କହିଛି ଯେ, ବୁମରା ଭାଇରାଲ ସଂକ୍ରମଣରେ ପୀଡିତ, ଏହି କାରଣରୁ ସେ ତୃତୀୟ ଟେଷ୍ଟ ପାଇଁ ଉପଲବ୍ଧ ନାହାନ୍ତି।

ଚଳିତ ସିରିଜରେ ୨ଟି ମ୍ୟାଚରେ ବୁମ୍‌ରା ମାତ୍ର ୩ ଉଇକେଟ ନେଇପାରିଛନ୍ତି। ଟିମ ଇଣ୍ଡିଆ ପାଇଁ ବୁମ୍‌ରାାଙ୍କ ଫିଟନେସ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ କାରଣ ଭାରତ ବନାମ ଅଷ୍ଟ୍ରେଲିଆ ବର୍ଡର-ଗାଭାସ୍କର ଟ୍ରଫି ୨୨ ନଭେମ୍ବରରୁ ଆରମ୍ଭ ହେବାକୁ ଯାଉଛି। ଏହି ଆଗାମୀ ସିରିଜ ପାଇଁ ମହମ୍ମଦ ଶାମି ଟିମ ଇଣ୍ଡିଆ ଦଳରେ ସ୍ଥାନ ପାଇନାହାଁନ୍ତି, ଏପରି ପରିସ୍ଥିତିରେ ବୁମରା ବୋଲର ଆକ୍ରମଣର ନେତୃତ୍ୱ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri