PM Kisan Yojana: ଅଟକିଯିବ ପିଏମ୍‌ କିଷାନର ୨୦ କିସ୍ତି ଟଙ୍କା? ଜାଣି ନିଅନ୍ତୁ କାରଣ…

ନୂଆଦିଲ୍ଲୀ,୩୦।୪: ଦେଶର କୋଟି କୋଟି ଚାଷୀ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ଲାଭ ପାଉଛନ୍ତି। ଏହି ଯୋଜନା ଅଧୀନରେ ଚାଷୀମାନଙ୍କୁ ପ୍ରତିବର୍ଷ ୬,୦୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଏ, ଯାହା ସିଧାସଳଖ ସେମାନଙ୍କ ଆକାଉଣ୍ଟକୁ ତିନୋଟି କିସ୍ତିରେ (ପ୍ରତ୍ୟେକ ୨,୦୦୦ ଟଙ୍କା) ସ୍ଥାନାନ୍ତରିତ କରାଯାଏ। ଏବେ ସମସ୍ତ ଚାଷୀ ୨୦ତମ କିସ୍ତି ପାଇଁ ଅପେକ୍ଷା କରିଛନ୍ତି। କିନ୍ତୁ କିଛି ଚାଷୀଙ୍କ କିସ୍ତି ଅଟକି ଯାଇପାରେ। ଜାଣି ରଖନ୍ତୁ ଏହା ପଛର କାରଣ?

୨୦ତମ କିସ୍ତି କେବେ ଆସିିବ?
ସରକାର ପ୍ରତି ୪ ମାସରେ ଗୋଟିଏ କିସ୍ତି ଜାରି କରନ୍ତି। ଶେଷ ୧୮ତମ କିସ୍ତି ଅକ୍ଟୋବରରେ ଏବଂ ୧୯ତମ କିସ୍ତି ଫେବୃଆରୀରେ ଆସିଥିଲା। ଏହି ଢାଞ୍ଚା ଅନୁଯାୟୀ ୨୦ତମ କିସ୍ତି ଜୁନ ମାସରେ ଆସିପାରେ। ହେଲେ ସରକାରୀ ତାରିଖ ଏପର୍ଯ୍ୟନ୍ତ ଘୋଷଣା କରାଯାଇ ନାହିଁ।

କେଉଁ ଚାଷୀଙ୍କ ୨୦ତମ କିସ୍ତି ଅଟକି ଯାଇପାରେ?
୧. e-KYC ନ କରିଥିଲେ:
ଯଦି ଆପଣ ଏପର୍ଯ୍ୟନ୍ତ ଆପଣଙ୍କର e-KYC ପୂରଣ କରିନାହାନ୍ତି, ତେବେ ଆପଣଙ୍କର କିସ୍ତି ବନ୍ଦ ରହିପାରେ। ଏଥିପାଇଁ ଆପଣ ଆପଣଙ୍କର ନିକଟସ୍ଥ CSC କେନ୍ଦ୍ର କିମ୍ବା ସରକାରୀ ପୋର୍ଟାଲ pmkisan.gov.in କୁ ଯାଇ e-KYC କରାଇନେବା ଉଚିତ।

୨. ଜମି ଯାଞ୍ଚ ନ କରିଥିଲେ:
ଭୂମି ଯାଞ୍ଚ ଅର୍ଥାତ ଜମି କାଗଜପତ୍ର ଯାଞ୍ଚ ବହୁତ ଗୁରୁତ୍ୱପୂର୍ଣ୍ଣ। ଯେଉଁ ଚାଷୀମାନେ ଏହି ପ୍ରକ୍ରିୟା ସମାପ୍ତ କରିନାହାନ୍ତି ସେମାନଙ୍କର କିସ୍ତି ଅଟକି ଯାଇପାରେ।

୩. ଯଦି ଆଧାର ସହ ବ୍ୟାଙ୍କ ଆକାଉଣ୍ଟ ଲିଙ୍କ ହୋଇନାହିଁ:
ଯଦି ଆପଣଙ୍କର ଆଧାର କାର୍ଡ ବ୍ୟାଙ୍କ ଆକାଉଣ୍ଟ ସହିତ ଲିଙ୍କ ହୋଇନାହିଁ, ତେବେ ଆପଣଙ୍କର କିସ୍ତି ବନ୍ଦ ହୋଇପାରେ। ଯଦି ଆପଣ ଏହାକୁ ଏଡାଇବାକୁ ଚାହାଁନ୍ତି, ତେବେ ଯଥାଶୀଘ୍ର ଆପଣଙ୍କ ବ୍ୟାଙ୍କକୁ ଯାଆନ୍ତୁ ଏବଂ ଏହି କାମକୁ ସମାପ୍ତ କରନ୍ତୁ ଯାହା ଦାରା ଆପଣ ସମୟ ମଧ୍ୟରେ ଟଙ୍କା ପାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ପ୍ରଥମ ଥର ପାଇଁ ଘଟିବ ଏମିତି, ଗୋଲ୍ଡ ମେଡାଲ ପାଇଁ ମହାଲଢେଇ, ଜାଣନ୍ତୁ କେବେ…

ନୂଆଦିଲ୍ଲୀ, ୧।୧୦: ଜାପାନର ଆଇଚି-ନାଗୋୟାରେ ଚାଲିଥିବା ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ନିଜ ନିଜ…

ତୃତୀୟ ଦିନିକିଆ ପୂର୍ବରୁ ଟିମ୍ ଇଣ୍ଡିଆକୁ ଝଟକା, ସିରିଜରୁ ବାଦ୍ ପଡ଼ିଲେ…

ନୂଆଦିଲ୍ଲୀ,୩୦ା୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦୁଇଟି ମ୍ୟାଚ୍ ଶେଷ ହୋଇଛି । ପ୍ରଥମ ଦୁଇଟି ମ୍ୟାଚ୍ ଜିତି ଟିମ୍ ଇଣ୍ଡିଆ ସିରିଜ୍‌କୁ…

ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ବୃଦ୍ଧାବୃଦ୍ଧଙ୍କ ଶେଷ ଠିକଣା ବରିଷ୍ଠ ନିବାସ ବୋଲି କୁହାଯାଉଛି। କାରଣ ଝିଅ ପୁଅ ବୋହୁ ମାନଙ୍କ ଅତିଷ ଯନ୍ତ୍ରଣା ଖୁବ…

VRS ପାଇଁ ଆବେଦନ କଲେ ଓଡ଼ିଶାର ସିଇଓ ଆର୍.ଏସ୍. ଗୋପାଳନ୍‌: ଜୋର୍‌ ଧରିଲା ଚର୍ଚ୍ଚା…

ଭୁବନେଶ୍ୱର,୧ା୧୦: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (CEO) ଆର୍. ଏସ୍. ଗୋପାଳନ୍‌ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର (VRS) ପାଇଁ ଆବେଦନ କରିଛନ୍ତି। ୨୦୦୧ ବ୍ୟାଚ୍‌ର ଏହି…

ସରକାରଙ୍କ ବଡ଼ ଘୋଷଣା! ଏଣିକି ୫ କିଲୋ ଗ୍ୟାସ ସିଲିଣ୍ଡରରେ ମିଳିବ ସବ୍‌ସିଡି, ଜାଣନ୍ତୁ କେତେ…

ନୂଆଦିଲ୍ଲୀ, ୧।୧୦: ଦେଶରେ ଘରୋଇ LPGର ବଢ଼ୁଥିବା ଦର ଯୋଗୁ ସାଧାରଣ ଲୋକଙ୍କ ରୋଷେଇ ଘରର ବଜେଟ ଉପରେ ଚାପ ବଢ଼ିଛି। ଯଦି ଆପଣଙ୍କ ରୋଷେଇ ଘରେ…

ପାର୍ବଣ ଋତୁ ପୂର୍ବରୁ ଗ୍ରାହକଙ୍କୁ ଝଟକା: ଆଜିଠାରୁ ମହଙ୍ଗା ହେଲା AC, TV ଓ ଫ୍ରିଜ୍‌! ଜାଣନ୍ତୁ କିଣାକିଣି ଉପରେ କେତେ ପଡ଼ିବ…

ନୂଆଦିଲ୍ଲୀ,୧।୧୦: ପାର୍ବଣ ଋତୁ ଆରମ୍ଭରୁ ହିଁ ସାଧାରଣ ଗ୍ରାହକଙ୍କ ପକେଟ୍‌ ଉପରେ ଚାପ ପଡ଼ିବାକୁ ଯାଉଛି। ଅକ୍ଟୋବର ୧ ତାରିଖ ଅର୍ଥାତ୍‌ ଆଜିଠାରୁ AC, LED TV,…

ବସ୍‌କୁ ଧକ୍କାଦେଲା ଟ୍ରକ୍‌, ପରେ ସ୍କୁଟି ଉପରେ ଚଢ଼ିଗଲା ବସ୍‌, ଆଉ ତା’ ପରେ…

ଛତ୍ରପୁର,୧ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ଭାଗ୍ୟଲକ୍ଷ୍ମୀ ନଗର ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଗୁରୁବାର ଏକ ଅଭାବନୀୟ ସିରିଜ ଦୁର୍ଘଟଣା ଘଟି…

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?