Posted inଜାତୀୟ

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ ସାରା ଦେଶରେ ଚାଲିଥିବା ଛାତ୍ର ଆନ୍ଦୋଳନ ଚାପରେ ଧର୍ମେନ୍ଦ୍ର ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପଠାଇଥିବା ନିଜ ଚିଠିରେ ସେ ସ୍ପଷ୍ଟ କରିଛନ୍ତି ଯେ ଦେଶର କୋଟି କୋଟି ବିଦ୍ୟାର୍ଥୀଙ୍କ ଭବିଷ୍ୟତ ଏବଂ ଜାତୀୟ ପରୀକ୍ଷା ପ୍ରଣାଳୀର ବିଶ୍ୱସନୀୟତା କୌଣସି ବି ପଦ କିମ୍ୱା ବ୍ୟକ୍ତିଙ୍କଠାରୁ ଉର୍ଦ୍ଧ୍ୱରେ। ଜନ୍ତର-ମନ୍ତରରେ ଜାରି ରହିଥିବା ପ୍ରଦର୍ଶନ ଏବଂ ବିରୋଧୀ ଦଳଗୁଡ଼ିକର କ୍ରମାଗତ ବୃଦ୍ଧି ପାଉଥିବା ଚାପ ପରେ ସରକାରଙ୍କୁ ଏହି ବଡ଼ ପଦକ୍ଷେପ ନେବାକୁ ପଡ଼ିଛି।

ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ସମ୍ଭାଳୁଥିବା ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ଗତ କିଛି ସମୟ ହେବ ପ୍ରଶାସନିକ ଏବଂ ରାଜନୈତିକ ଚାପ କ୍ରମାଗତ ଭାବେ ବଢ଼ୁଥିଲା। ରାଜନୈତିକ ମହଲରେ ଚର୍ଚ୍ଚା ଡେଉଛି କି ତାଙ୍କୁ ଏହି କାରଣ ଯୋଗୁ ଇସ୍ତଫା ଦେଇଛନ୍ତି।

NEET-UG ପରୀକ୍ଷାରେ ବ୍ୟାପକ ଅନିୟମିତତା ଏବଂ ପେପର ଲିକ ଅଭିଯୋଗ ପୂରା ପ୍ରଣାଳୀ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଲକ୍ଷ ଲକ୍ଷ ମେଡିକାଲ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଅନିଶ୍ଚିତତା ଆଡ଼କୁ ଠେଲି ହୋଇଯାଇଥିଲା, ଯାହାଦ୍ୱାରା ମନ୍ତ୍ରଣାଳୟକୁ ସମାଲୋଚନାର ଶିକାର ହେବାକୁ ପଡିଥିଲା।

‘କକରୋଚ ଜନତା ପାର୍ଟି’ (CJP) ଏବଂ ବିଭିନ୍ନ ଛାତ୍ର ସଂଗଠନର ନେତୃତ୍ୱରେ ଜନ୍ତର-ମନ୍ତରରେ ବ୍ୟାପକ ବିରୋଧ ପ୍ରଦର୍ଶନ ଆୟୋଜିତ ହୋଇଥିଲା। ଶିକ୍ଷାମନ୍ତ୍ରୀ ଇସ୍ତଫା ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଶେଷ ନ କରିବାକୁ ଛାତ୍ରମାନେ କଠୋର ଆଭିମୁଖ୍ୟ ଗ୍ରହଣ କରିଥିଲେ।

ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା NTAର କାର୍ଯ୍ୟଶୈଳୀ ଉପରେ ଗମ୍ଭୀର ପ୍ରଶ୍ନ ଉଠିଥିଲା। ଯଦିଓ ସରକାର ଦୃଢ଼ ପଦକ୍ଷେପ ନେଇ NTAର ୪୭ ଜଣ ଅଧିକାରୀଙ୍କୁ ବରଖାସ୍ତ କରିଥିଲେ, ତଥାପି ବିବାଦ ଥମି ନ ଥିଲା ଏବଂ ଚାପ ସିଧାସଳଖ ମନ୍ତ୍ରୀଙ୍କ ଉପରେ ଆସି ପଡ଼ିଥିଲା।

ସଂସଦର ମୌସୁମୀ ଅଧିବେଶନରେ ବିରୋଧୀ ଦଳଗୁଡ଼ିକ ଏକଜୁଟ ହୋଇ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହ ଗୃହ କାର୍ଯ୍ୟ ବାଧାପ୍ରାପ୍ତ କରିଥିଲେ। ପେପର ଲିକ ଉପରେ ଆଲୋଚନା ପୂର୍ୱରୁ ମନ୍ତ୍ରୀଙ୍କ ନୈତିକ ଦାୟିତ୍ୱ ର୍ନିଦ୍ଧାରଣ କରାଯାଉ ବୋଲି ବିରୋଧୀ ସ୍ପଷ୍ଟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ପାକିସ୍ତାନର ଇଣ୍ଡିଆ ପ୍ରେମ! ବିରାଟ କୋହଲିଙ୍କ ବ୍ରାଣ୍ଡର ଜୋତା ପିନ୍ଧି ଖେଳୁଛନ୍ତି ପାକିସ୍ତାନୀ କ୍ରିକେଟର; ଫଟୋ ଭାଇରାଲ

ନୂଆଦିଲ୍ଲୀ,୮।୯: ପାକିସ୍ତାନ ଦଳର କେତେଜଣ ଖେଳାଳି ବିରାଟ କୋହଲିଙ୍କ ବ୍ରାଣ୍ଡ, One8 ର ଜୋତା ପିନ୍ଧି ମହିଳା ଏସିଆ କପରେ ଖେଳୁଛନ୍ତି; ଏହାର ଫଟୋ ଏବେ ଭାଇରାଲ…

‘କାଜି କ୍ୟାମ୍ପ ଉପରେ କ୍ଷେପଣାସ୍ତ୍ର ପକାଅ’: ଭୋପାଳ ଭାଜପା ବିଧାୟକଙ୍କ ବୟାନକୁ ନେଇ ରାଜନୈତିକ ମହଲରେ ହଇଚଇ

ଭୋପାଳ,୮।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ରାମେଶ୍ୱର ଶର୍ମାଙ୍କ ଏକ ବୟାନ ରାଜନୈତିକ ବିବାଦ ସୃଷ୍ଟି କରିଛି। ହୁଜୁର ବିଧାନସଭା ନିର୍ବାଚନମଣ୍ଡଳୀର…

ପୁଣି ବଢ଼ିଗଲା BCCIର ରାଜକୋଷ; ୩୫ ମ୍ୟାଚ ଚୁକ୍ତିରୁ ମିଳିଲା ଏତିକି କୋଟି

ନୂଆଦିଲ୍ଲୀ,୮।୯: ବିଶ୍ୱର ସବୁଠାରୁ ଧନୀ କ୍ରିକେଟ ବୋର୍ଡ BCCI ଏକ ନୂତନ ଚୁକ୍ତି କରିଛି। ଟିମ ଇଣ୍ଡିଆ ଘରୋଇ ମାଟିରେ ଖେଳିବା ପାଇଁ ବୋର୍ଡ ଏବେ 3.71…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri