Posted inଜାତୀୟ

ଜଣାପଡିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପଛର କାରଣ? ରାଜ୍ୟ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। NEET-UG ପରୀକ୍ଷାରେ ଅନିୟମିତତା, ପେପର ଲିକ ବିବାଦ ଏବଂ ଏହାର ପ୍ରତିବାଦରେ ସାରା ଦେଶରେ ଚାଲିଥିବା ଛାତ୍ର ଆନ୍ଦୋଳନ ଚାପରେ ଧର୍ମେନ୍ଦ୍ର ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପଠାଇଥିବା ନିଜ ଚିଠିରେ ସେ ସ୍ପଷ୍ଟ କରିଛନ୍ତି ଯେ ଦେଶର କୋଟି କୋଟି ବିଦ୍ୟାର୍ଥୀଙ୍କ ଭବିଷ୍ୟତ ଏବଂ ଜାତୀୟ ପରୀକ୍ଷା ପ୍ରଣାଳୀର ବିଶ୍ୱସନୀୟତା କୌଣସି ବି ପଦ କିମ୍ୱା ବ୍ୟକ୍ତିଙ୍କଠାରୁ ଉର୍ଦ୍ଧ୍ୱରେ। ଜନ୍ତର-ମନ୍ତରରେ ଜାରି ରହିଥିବା ପ୍ରଦର୍ଶନ ଏବଂ ବିରୋଧୀ ଦଳଗୁଡ଼ିକର କ୍ରମାଗତ ବୃଦ୍ଧି ପାଉଥିବା ଚାପ ପରେ ସରକାରଙ୍କୁ ଏହି ବଡ଼ ପଦକ୍ଷେପ ନେବାକୁ ପଡ଼ିଛି।

ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ସମ୍ଭାଳୁଥିବା ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ଗତ କିଛି ସମୟ ହେବ ପ୍ରଶାସନିକ ଏବଂ ରାଜନୈତିକ ଚାପ କ୍ରମାଗତ ଭାବେ ବଢ଼ୁଥିଲା। ରାଜନୈତିକ ମହଲରେ ଚର୍ଚ୍ଚା ଡେଉଛି କି ତାଙ୍କୁ ଏହି କାରଣ ଯୋଗୁ ଇସ୍ତଫା ଦେଇଛନ୍ତି।

NEET-UG ପରୀକ୍ଷାରେ ବ୍ୟାପକ ଅନିୟମିତତା ଏବଂ ପେପର ଲିକ ଅଭିଯୋଗ ପୂରା ପ୍ରଣାଳୀ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଥିଲା। ଲକ୍ଷ ଲକ୍ଷ ମେଡିକାଲ ପରୀକ୍ଷାର୍ଥୀଙ୍କ ଭବିଷ୍ୟତ ଅନିଶ୍ଚିତତା ଆଡ଼କୁ ଠେଲି ହୋଇଯାଇଥିଲା, ଯାହାଦ୍ୱାରା ମନ୍ତ୍ରଣାଳୟକୁ ସମାଲୋଚନାର ଶିକାର ହେବାକୁ ପଡିଥିଲା।

‘କକରୋଚ ଜନତା ପାର୍ଟି’ (CJP) ଏବଂ ବିଭିନ୍ନ ଛାତ୍ର ସଂଗଠନର ନେତୃତ୍ୱରେ ଜନ୍ତର-ମନ୍ତରରେ ବ୍ୟାପକ ବିରୋଧ ପ୍ରଦର୍ଶନ ଆୟୋଜିତ ହୋଇଥିଲା। ଶିକ୍ଷାମନ୍ତ୍ରୀ ଇସ୍ତଫା ନ ଦେବା ପର୍ଯ୍ୟନ୍ତ ଆନ୍ଦୋଳନ ଶେଷ ନ କରିବାକୁ ଛାତ୍ରମାନେ କଠୋର ଆଭିମୁଖ୍ୟ ଗ୍ରହଣ କରିଥିଲେ।

ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା NTAର କାର୍ଯ୍ୟଶୈଳୀ ଉପରେ ଗମ୍ଭୀର ପ୍ରଶ୍ନ ଉଠିଥିଲା। ଯଦିଓ ସରକାର ଦୃଢ଼ ପଦକ୍ଷେପ ନେଇ NTAର ୪୭ ଜଣ ଅଧିକାରୀଙ୍କୁ ବରଖାସ୍ତ କରିଥିଲେ, ତଥାପି ବିବାଦ ଥମି ନ ଥିଲା ଏବଂ ଚାପ ସିଧାସଳଖ ମନ୍ତ୍ରୀଙ୍କ ଉପରେ ଆସି ପଡ଼ିଥିଲା।

ସଂସଦର ମୌସୁମୀ ଅଧିବେଶନରେ ବିରୋଧୀ ଦଳଗୁଡ଼ିକ ଏକଜୁଟ ହୋଇ ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବି କରିବା ସହ ଗୃହ କାର୍ଯ୍ୟ ବାଧାପ୍ରାପ୍ତ କରିଥିଲେ। ପେପର ଲିକ ଉପରେ ଆଲୋଚନା ପୂର୍ୱରୁ ମନ୍ତ୍ରୀଙ୍କ ନୈତିକ ଦାୟିତ୍ୱ ର୍ନିଦ୍ଧାରଣ କରାଯାଉ ବୋଲି ବିରୋଧୀ ସ୍ପଷ୍ଟ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପାଟପୁର ପୋଲିସ, ଜେଲ୍ ଗଲେ ୪ ଅଭିଯୁକ୍ତ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଏକ ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି । ଛିନତାଇ ଘଟଣାରେ ସମ୍ପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ରବିବାର…

ବୈଭବଙ୍କୁ ୩ ନମ୍ବରରେ ଖେଳାଇବା ନେଇ ଅଶ୍ୱିନଙ୍କ ପ୍ରଶ୍ନ, କହିଲେ ପାଣି ବାହାରେ ମାଛ…

ନୂଆଦିଲ୍ଲୀ, ୨୫।୧୦: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ୧୫ ବର୍ଷୀୟ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଭାରତୀୟ ଚୂଡ଼ାନ୍ତ ଏକାଦଶରେ ସୁଯୋଗ ମିଳିଥିଲା। ଈଶାନ କିଶନ…

୨.୬୦ କୋଟି ସରକାରୀ ପାଣ୍ଠି ଆତ୍ମସାତ ମାମଲା, ୬ମାସ ପରେ ଫେରାର ବନ ସହାୟକ ବାବୁଲୁ ଗିରଫ

ଭବାନୀପାଟଣା,୨୫।୧୦(ଉତ୍ତମ କୁମାର ଦାଶ): ସରକାରୀ ପାଣ୍ଠି ଆତ୍ମସାତ ମାମଲାରେ ଓଡ଼ିଶା ଭିଜିଲାନ୍ସକୁ ମିଳିଛି ଏକ ବଡ଼ ସଫଳତା। ନୂଆପଡା ଜିଲା ସୁନାବେଡ଼ା ବନ୍ୟପ୍ରାଣୀ ବନଖଣ୍ଡ ଡିଏଫ୍ଓ କାର୍ଯ୍ୟାଳୟର…

ଜଟଣୀରେ RBI ଡାଟା ସେଣ୍ଟର ଉଦଘାଟନ କରି ବଡ଼ କଥା କହିଲେ ମୋଦି, ଓଡ଼ିଶାର ଯୁବପିଢ଼ିଙ୍କ ପାଇଁ ବଢ଼ିବ….

ଖୋର୍ଦ୍ଧା,୨୫।୧୦(ପ୍ରଭାତ ପାଣିଗ୍ରାହୀ): ଜଟଣୀ ଇନ୍‌ଫୋଭାଲି-୨ରେ RBI ଡାଟା ସେଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଉଦଘାଟନ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ସମେତ ଅର୍ଥମନ୍ତ୍ରୀ ନିର୍ମଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?