ଶିଶୁବାଟିକା ପିଲାଙ୍କୁ ମିଳିବ ମାଗଣା ୟୁନିଫର୍ମ: ପ୍ରତ୍ୟେକ ପିଲା ପାଇଁ ଖର୍ଚ୍ଚ ହେବ…

ଭୁବନେଶ୍ୱର,୨୦ା୮(ସୁଚିସ୍ମିତା ସାହୁ):ସରକାରୀ ବିଦ୍ୟାଳୟ ପ୍ରତି ପିଲାଙ୍କୁ ଆକୃଷ୍ଟ କରିବା ପାଇଁ ରାଜ୍ୟ ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଡ୍ରପ୍‌ଆଉଟ ହାର ରୋକିବା ସହ ପିଲାଙ୍କୁ ବିଦ୍ୟାଳୟମୁହଁା କରିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଶିଶୁ ବାଟିକା ଛାତ୍ରୀଛାତ୍ରଙ୍କୁ ମାଗଣାରେ ୟୁନିଫର୍ମ ପ୍ରଦାନ କରାଯିବ। ରାଜ୍ୟର ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକାରେ ନାମ ଲେଖାଇଥିବା ପିଲାଙ୍କୁ ୟୁନିଫର୍ମ ଓ ଅନ୍ୟାନ୍ୟ ଉପକରଣ ମାଗଣାରେ ଦିଆଯିବ। ଏ ବାବଦରେ ପ୍ରତ୍ୟେକ ପିଲାଙ୍କ ପିଛା ୧୦୦୦ ଟଙ୍କା ଲେଖାଏ ଖର୍ଚ୍ଚ ହେବ। ଏଥିଲାଗି ଆବଶ୍ୟକ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାଗନ୍ଦ ଗଣ୍ଡ ମଙ୍ଗଳବାର ସୂଚନା ଦେଇଛନ୍ତି।
ମନ୍ତ୍ରୀ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୫ ହଜାର ପ୍ରାଥମିକ ସ୍କୁଲରେ ଶିଶୁ ବାଟିକା ଖୋଲାଯାଇଛି। ଏବେ ପିଲାଙ୍କୁ ସ୍କୁଲ ୟୁନିଫର୍ମ ସହିତ ଜୋତା, ମୋଜା, ଟ୍ରାକ୍‌ ପ୍ୟାଣ୍ଟ ମଧ୍ୟ ଦିଆଯିବ। ୩ ଲକ୍ଷ ୧୦ ହଜାର ୮୪୯ ପିଲାଙ୍କୁ ୟୁନିଫର୍ମ ଦିଆଯିବ। ପ୍ରତ୍ୟେକ ପିଲାଙ୍କ ସମସ୍ତ ଖର୍ଚ୍ଚ ବାବଦ ୧ ହଜାର ଟଙ୍କାର ବ୍ୟବସ୍ଥା କରାଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଯୋଜନା ପ୍ରସ୍ତୁତ ହୋଇଛି। ଏହା ଦ୍ୱାରା ପିଲାମାନେ ସ୍କୁଲ ଛାଡ଼ିବାକୁ ମନା କରିବେ ନାହିଁ, ଯଦ୍ଦ୍ବାରା ଡ୍ରପ୍‌ଆଉଟ ହାର ବଢ଼ିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri