ପ୍ରାଣ ପ୍ରତିଷ୍ଠାର ୧୭ ଦିନ ପରେ ପୁଣି ଅଯୋଧ୍ୟା ଯାଇଛନ୍ତି ଅମିତାଭ ବଚ୍ଚନ, ଜାଣନ୍ତୁ କାରଣ…?

ଅଯୋଧ୍ୟା,୯।୨: ଜାନୁଆରୀ ୨୨ ଦେଶବାସୀଙ୍କ ଲାଗି ଐତିହାସିକ ଦିନ ଥିଲା। ଏହି ଦିନ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯାଇଥିଲା। ବଡ଼ ବଡ଼ ସେଲିବ୍ରିଟିମାନେ ନିମନ୍ତ୍ରିତ ହୋଇ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ସେମାନଙ୍କ ମଧ୍ୟରୁ ଜଣେ ଥିଲେ ଭେଟେରାନ ଅଭିନେତା ଅମିତାଭ ବଚ୍ଚନ। ଏବେ ପ୍ରାଣ ପ୍ରତିଷ୍ଠାର ୧୭ ଦିନ ପରେ ପୁଣିଥରେ ଅମିତାଭ ଅଯୋଧ୍ୟା ପହଞ୍ଚି ଭଗବାନଙ୍କ ଦର୍ଶନ କରିଥିବା ଦେଖାଯାଇଛି।

ରାମଲାଲାଙ୍କୁ ଦର୍ଶନ କରିବା ସମୟର ଫଟୋ ସାମ୍ନାକୁ ଆସିବା ପରେ ଲୋକଙ୍କ ମନରେ ପ୍ରଶ୍ନ ଉଠିଥିଲା କି କ’ଣ ପାଇଁ ଅମିତାଭ ପୁଣିଥରେ ଅଯୋଧ୍ୟା ଯାଇଛନ୍ତି। ତେବେ କଲ୍ୟାଣ ଜୁଏଲର୍ସର ନୂଆ ଶୋ’ ରୁମ୍‌ ଉଦ୍‌ଘାଟନ କରିବା ଲାଗି ଅମିତାଭ ଅଯୋଧ୍ୟା ଯାଇଛନ୍ତି। ସେଠାରେ ପହଞ୍ଚିବା ପରେ ଅଭିନେତା ପ୍ରଥମେ ଯାଇ ଭଗବାନଙ୍କ ଦର୍ଶନ କରିଥିବା ଜଣାପଡ଼ିଛି।

କହିରଖୁଛୁ, ଅମିତାଭ ବିଗ୍‌ବି ଅଯୋଧ୍ୟାର କମିଶନରଙ୍କୁ ମଧ୍ୟ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହାପରେ ସେ କଲ୍ୟାଣ ଜୁଏଲର୍ସର ଶୋ’ ରୁମ୍‌କୁ ଉଦ୍‌ଘାଟନ କରିବେ। ଏହି ସମୟରେ ଅଧିକ ସଂଖ୍ୟକ ପ୍ରଶଂସକ ପହଞ୍ଚିବାର ଅନୁମାନ କରାଯାଉଛି। ଏଣୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ଉଲ୍ଲଂଘନ କରି ୟୁଏଇ ଉପରେ ଆକ୍ରମଣ କଲା ଇରାନ; ୩ ଭାରତୀୟ ଆହତ

ତେହରାନ,୫।୫: ୱାଶିଂଟନ ଏବଂ ତେହରାନ ମଧ୍ୟରେ ସଂଘର୍ଷର ଅନ୍ତ ନେଇ ସହମତିରେ ପହଞ୍ଚିବାରେ ବିଫଳ ହେବା ପରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଯୁଦ୍ଧବିରତି ଉଲ୍ଲଂଘନ…

ଯୋଗ ବିୟୋଗର କାହାଣୀ

ସାମାଜିକ ସଂରଚନାରେ ମଧ୍ୟବିତ୍ତ ଶ୍ରେଣୀ ଏପରି ଏକ ଅଦୃଶ୍ୟ ସେତୁ, ଯିଏ ଗରିବର ଅଭାବ ଏବଂ ଧନୀର ବୈଭବ ମଝିରେ ନିଜକୁ ସନ୍ତୁଳିତ ରଖିବାକୁ ଆପ୍ରାଣ ଚେଷ୍ଟା…

ଅଟୋରିକ୍ସା ଡ୍ରାଇଭର ନିର୍ବାଚନ ଜିତିଲେ: ବାହୁବଳୀଙ୍କୁ ନେତାଙ୍କୁ ଚଟେଇଲେ ଧୂଳି

ଚେନ୍ନାଇ,୫ା୫:ତାମିଲନାଡୁର ରୋୟାପୁରମ୍‌ ନିର୍ବାଚନମଣ୍ଡଳୀରେ କେ. ବିଜୟ ଧାମୁ ନାମକ ଜଣେ ଅଟୋ ଡ୍ରାଇଭର ବିଜୟୀ ହାଇଛନ୍ତି। ବିଜୟଙ୍କ ଦଳ ଟିଭିକେରୁ ପ୍ରାର୍ଥୀ ହୋଇଥିବା ଧାମୁ ରାଜ୍ୟର ୨…

କେବଳ ରାଜନୈତିକ ବିଜୟ ନୁହେଁ, ବିକାଶର ଉଦ୍‌ଘୋଷ

ସଦ୍ୟ ୪ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳ ପୁଡୁଚେରୀରେ ସମାପ୍ତ ହୋଇଥିବା ନିର୍ବାଚନ ଏବଂ ସୋମବାର ପ୍ରକାଶିତ ହୋଇଥିବା ଏହାର ଫଳାଫଳ ଭାରତୀୟ ଗଣତାନ୍ତ୍ରିକ ଇତିହାସରେ…

ନେତା ମତଦାତା

ପୂର୍ବରୁ ଥିଲା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କ ନାମ ଓ ମୁହଁ ଜଣା ନ ପଡ଼ିଲେ ବିଧାନସଭା ନିର୍ବାଚନ ଲଢ଼ିବା କଷ୍ଟକର। ଏଥିସହିିତ ସବୁବେଳେ କୁହାଯାଉଥିଲା ‘ବିକଳ୍ପ କିଏ’। ଇଂଲିଶ୍‌ରେ…

ରାଜନେତାଙ୍କୁ ପରାଜିତ କଲେ ଅଟୋରିକ୍ସା ଡ୍ରାଇଭର, ୧୪ ହଜାର ଭୋଟ ବ୍ୟବଧାନରେ ନିର୍ବାଚନ ଜିତିଲେ

ଚେନ୍ନାଇ,୫।୫: ତାମିଲନାଡୁର ରୋୟାପୁରମ୍‌ ନିର୍ବାଚନମଣ୍ଡଳୀରେ କେ. ବିଜୟ ଧାମୁ ନାମକ ଜଣେ ଅଟୋ ଡ୍ରାଇଭର ବିଜୟୀ ହାଇଛନ୍ତି। ବିଜୟଙ୍କ ଦଳ ଟିଭିକେରୁ ପ୍ରାର୍ଥୀ ହୋଇଥିବା ଧାମୁ ରାଜ୍ୟର…

‘ମୁଁ ତୁମକୁ ମୂଳପୋଛ କରିଦେବି…’, କାହାକୁ ଆଉ କାହିଁକି ଏମିତି କହିଲେ ଟ୍ରମ୍ପ? ଏହି ଚେତାବନୀରେ ଥରିଲାଣି…

ଓ୍ବାଶିଂଟନ,୫।୫: ସୋମବାର (୪ ମଇ, ୨୦୨୬) ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଯଦି ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକୁ ସୁରକ୍ଷା…

ଗୁଜରାଟରେ ରୋଡ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ: ଓଡ଼ିଶା ପାଇଁ…

ଭୁବନେଶ୍ୱର,୫ା୫(ଅନୁରାଧା ମହାରଣା):ହାଇଦ୍ରାବାଦ ଓ କୋଲକାତା ପରେ ମଙ୍ଗଳବାର ଗୁଜରାଟରେ ରୋଡ୍‌ ଶୋ’ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ନିବେଷକଙ୍କୁ ଆହ୍ବାନ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri